କୋଭିଡ୍‌ ପରିଚାଳନାରେ ସରକାରଙ୍କ ତ୍ରୁଟି ଦର୍ଶାଇଲା ଭାଜପା

ଭୁବନେଶ୍ୱର, ୧୭ା୫(ବ୍ୟୁରୋ):କରୋନାର ୨ୟ ଲହର ଯୋଗୁ ଅନ୍ୟ ରାଜ୍ୟଗୁଡିକରେ ଲକ୍‌ଡାଉନ କଟକଣା ଜାରି ରହିଛି। ଏହି କାରଣରୁ ଅନ୍ୟ ରାଜ୍ୟଗୁଡିକରୁ ପ୍ରବାସୀ ଓଡ଼ିଆ ଶ୍ରମିକ ପୁଣି ଥରେ ଫେରିଲେଣି। ଗତଥର କରୋନା ସଂକ୍ରମଣର ପ୍ରଥମ ପର୍ଯ୍ୟାୟରେ ପ୍ରବାସୀଙ୍କ ଆଗମନ କାରଣରୁ ସଂକ୍ରମଣ ବ୍ୟାପିଥିଲା। ମାତ୍ର ଦୁର୍ଭାଗ୍ୟର ବିଷୟ ଯେ, ରାଜ୍ୟ ସରକାର ସେଥିରୁ କିଛି ଶିଖିପାରିଲେ ନାହିଁ ବୋଲି ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି ଅଭିଯୋଗ କରିଛନ୍ତି। ସମୀର ଏକ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ରବିବାର କହିଛନ୍ତି ଯେ, ଏବେ ପ୍ରବାସୀ ରାଜ୍ୟକୁ ଫେରିବା ପରେ ସେମାନଙ୍କର ଟେଷ୍ଟିଂ ହେଉନାହିଁ କି ସଙ୍ଗରୋଧରେ ରଖାଯାଉନି। ସଂକ୍ରମଣର ୨ୟ ଲହରରେ ଗତ କିଛିଦିନ ହେଲା ଓଡ଼ିଶାରୁ ଦୈନିକ ୧୦ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଯଦି ବର୍ତ୍ତମାନଠାରୁ ରାଜ୍ୟ ସରକାର ବିହିତ ପଦକ୍ଷେପ ଗ୍ରହଣ ନ କରନ୍ତି ତେବେ ଆଗକୁ ସ୍ଥିତି ଆହୁରି ସାଂଘାତିକ ହେବ। ରାଜ୍ୟ ସରକାର ଏହି ପରିସ୍ଥିତିରେ ରାଜ୍ୟର ସମସ୍ତ ସୀମାନ୍ତବର୍ତ୍ତୀ ଅଞ୍ଚଳବାସୀଙ୍କୁ ସବୁପ୍ରକାର ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସେବା ପ୍ରଦାନ କରିବା ସହ ସମସ୍ତଙ୍କର ଟେଷ୍ଟିଂ ବ୍ୟବସ୍ଥା କରନ୍ତୁ। ଗତବର୍ଷ ଗ୍ରାମାଞ୍ଚଳରେ ସଙ୍ଗରୋଧର ବ୍ୟବସ୍ଥା ହୋଇଥିଲା। ଏଥର ସ୍ଥିତି ଅଧିକ ଭୟାବହ ଥିବା ସତ୍ତ୍ୱେ ବର୍ତ୍ତମାନ ସୁଦ୍ଧା ଗ୍ରାମାଞ୍ଚଳରେ ସଙ୍ଗରୋଧ ପ୍ରସଙ୍ଗରେ ତପତ୍ରତା ପ୍ରକାଶ ପାଉନାହିଁ। ଟେଷ୍ଟିଂ ରିପୋର୍ଟ ଆସିବାକୁ ୫ରୁ ୬ ଦିନ ଲାଗୁଛି ଏବଂ ଏହା ଭିତରେ ସଂକ୍ରମିତ ବ୍ୟକ୍ତି ଅଧିକ ଲୋକଙ୍କ ସଂସ୍ପର୍ଶରେ ଆସିଯାଉଛନ୍ତି। ତେଣୁ ତୁରନ୍ତ ରିପୋର୍ଟ ପ୍ରଦାନ ସହ ଟେକ୍ନୋଲୋଜିକୁ ବ୍ୟବହାର କରି ଡିଜିଟାଲ ଉପାୟ/ମୋବାଇଲରେ ଟେଷ୍ଟିଂ ରିପୋର୍ଟ କେମିତି ମିଳିବ ସେନେଇ ବ୍ୟବସ୍ଥା କରିବାକୁ ସମୀର ସରକାରଙ୍କୁ ପରାମର୍ଶ ଦେଇଛନ୍ତି। ସେହିପରି ରାଜ୍ୟର ବିଭିନ୍ନ ଟିକାଦାନ ସ୍ଥାନରେ ଅବ୍ୟବସ୍ଥା ବଡ଼ ସମସ୍ୟା ସୃଷ୍ଟି କରିଛି। ରାଜ୍ୟରେ ଡୋର ଟୁ ଡୋର ଟେଷ୍ଟିଂ କିପରି ହୋଇପାରିବ ସେନେଇ ସରକାର ତୁରନ୍ତ ପଦକ୍ଷେପ ନେବାକୁ ସମୀର ଦାବି କରିଛନ୍ତି। ଗ୍ରାମାଞ୍ଚଳରେ ଏହି ସଂକ୍ରମଣ ହାରକୁ ହ୍ରାସ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିକଟରେ ମୁଖ୍ୟମନ୍ତ୍ରୀଙ୍କୁ ଯେଉଁ ପରାମର୍ଶ ଦେଇଥିଲେ, ତାକୁ ଗ୍ରହଣ କରି ‘କୋଭିଡ୍‌ କ୍ରାଇସିସ୍‌ ମ୍ୟାନେଜମେଣ୍ଟ କମିଟି’ ଗଠନ କରାଯାଉ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?