୪୫୦ କୋଟିର ଅଡିଟ୍‌ ଲାଗି ଦାବି କଲା ବିଜଓ୍ବୋଇଏମ୍‌

ଭୁବନେଶ୍ୱର, ୧୭ା୩(ବ୍ୟୁରୋ): ଗତ ୨୦୧୯ ସାଧାରଣ ନିର୍ବାଚନ ଜିତିବା ପାଇଁ ଶାସକ ବିଜେଡି କୋଟି କୋଟି ଟଙ୍କା ବ୍ୟୟ କରି ବିଜୁଯୁବ ବାହିନୀ ଗଠନ କରିଥିଲେ ା ଓଡିଶା ଲୋକଙ୍କ ଝାଳବୁହା ଓ କରଦାତାଙ୍କ ଟିକସ ଅର୍ଥରେ ନିଜ ରାଜନୈତିକ ଫାଇଦା ହାସଲ ଲାଗି ଶାସକ ଦଳ ଯୁବକମାନଙ୍କୁ ବ୍ୟବହାର କଲା ା ଏବେ ଯୁବ ବାହିନୀକୁ ରାଜ୍ୟ ସରକାର ବନ୍ଦ କରି ଲକ୍ଷ ଲକ୍ଷ ଯୁବତୀ, ଯୁବକମାନଙ୍କ ଭବିଷ୍ୟତକୁ ଅନ୍ଧକାର ଭିତରକୁ ଠେଲି ଦେଇଛନ୍ତି। ଯୁବ ବାହିନୀ ନଁାରେ ଗତ ୩ ବର୍ଷରେ ୪୫୦ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରି ଦଳୀୟ ପ୍ରଚାର ପାଇଁ ରାଜ୍ୟ ରାଜକୋଷରୁ ଖର୍ଚ୍ଚ କରାଯାଇଥିବା ଅର୍ଥର ଅଡିଟ କରିବା ଦାବିରେ ଭାଜପା ଯୁବମୋର୍ଚ୍ଚା (ବିଜଓ୍ବୋଇଏମ୍‌)ର ରାଜ୍ୟ ସଭାପତି ଇରାସିସ ଆଚାର୍ଯ୍ୟଙ୍କ ନେତୃତ୍ୱରେ ମଙ୍ଗଳବାର ଏକ ପ୍ରତିନିଧି ଦଳ ପ୍ରଧାନ ମହାଲେଖାଗାର(ଏଜି)ଙ୍କୁ ଭେଟି ସ୍ମାରକ ପତ୍ର ପ୍ରଦାନ କରିଛି ା ଗତ ୧୨ ତାରିଖ ବିଧାନସଭାରେ ପ୍ରଶ୍ନ ସଂଖ୍ୟା ୧୫୬୫ରେ ଭାଜପା ବିଧାୟକ ଭବାନୀ ଶଙ୍କର ଭୋଇଙ୍କ ପ୍ରଶ୍ନ ଉତ୍ତରରେ ଯୁବ ଓ କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା ”ବିଜୁ ଯୁବ ବାହିନୀ“ ଅନୁଷ୍ଠାନିକ ଭାବେ ବନ୍ଦ ହୋଇଥିବା ସ୍ବୀକାର କରିଥିଲେ। ତେବେ ରାଜ୍ୟ ସରକାର ବିଜୁଯୁବ ବାହିନୀ କାହିଁକି ଗଠନ କରିଥିଲେ ଏବଂ ଏହାର ନଁାରେ ବିଗତ ୩ ବର୍ଷରେ କୋଟି କୋଟି ଟଙ୍କା ଖର୍ଚ୍ଚ କରି ଦଳୀୟ ପ୍ରଚାର ପାଇଁ ଖର୍ଚ୍ଚ କରି ରାଜ୍ୟବାସୀଙ୍କୁ ପ୍ରତାରିତ କରିଛନ୍ତି ବୋଲି ଇରାସିସ ଅଭିଯୋଗ କରିଛନ୍ତି ା ସେ କହିଛନ୍ତି, ୧୪ ମାର୍ଚ୍ଚ ୨୦୧୮ରେ କ୍ୟାବିନେଟ୍‌ ବୈଠକରେ ଏହା ପାରିତ ହୋଇଥିଲା। ସେତେବେଳେ କୁହାଗଲା ଓଡିଶାରେ ୮ ହଜାର ଯୁବ ବାହିନୀ ତିଆରି ହେବେ। ୬୭୯୯ ଗ୍ରାମ ପଞ୍ଚାୟତ ତଥା ୧୧୪ ଏନଏସି ଓ ମ୍ୟୁନିସିପାଲିଟି ଲାଗି ଆସନ୍ତା ୩ ବର୍ଷ ପାଇଁ ପ୍ରାୟ ୪୫୦ କୋଟି ଟଙ୍କା ବଜେଟ୍‌ ବ୍ୟବସ୍ଥା କରାଯାଇଥିଲା। ସିଏଜିଙ୍କ ନିର୍ଦ୍ଦେଶ ସତ୍ୱେ ରାଜ୍ୟ ସରକାର ୨୦୧୮ରେ ହକି ବିଶ୍ୱକପ ଆଳ ଦେଖାଇ ବିଜୁ ଯୁବ ବାହିନୀ ଅର୍ଥର ଅଡିଟ୍‌ କରି ନ ଥିଲେ ବୋଲି ଇରାସିସ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri