ଠିକା କିରାଣିଙ୍କ ବହିଷ୍କାର ଦାବିକଲା ଭାଜପା

ଅନୁଗୋଳ ଅଫିସ, ୨୭।୬: ଜିଲା ପ୍ରଶାସନ ଦେଇଥିବା ନିର୍ଦ୍ଦେଶକୁ ଠିକ୍‌ ଭାବେ ପାଳନ କରା ନ ଯିବା ଓ ଜେନେରାଲ ଇଲେକ୍ଟ୍ରିକ ଡିଭିଜନ୍‌ (ଜିଇଡି)ଠାରୁ ସ୍ଥିରୀକୃତ କରା ନ ଯାଇ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ୩୮ଟି ଏସି ଲଗାଯାଇଥିଲେ ମଧ୍ୟ ପ୍ରଶାସନ ଏଯାଏ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନ ଥିବାରୁ ଏହାକୁ ନେଇ ପ୍ରଶ୍ନ ଉଠାଇଛି ଭାଜପା। ଅନୁଗୋଳ ଭାଜପା ନେତା ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରତାପ ଚନ୍ଦ୍ର ପ୍ରଧାନ ଶୁକ୍ରବାର ଜିଲାପାଳ ମନୋଜ କୁମାର ମହାନ୍ତିଙ୍କୁ ଭେଟି ଏ ସଂକ୍ରାନ୍ତରେ ଦାବିପତ୍ର ପ୍ରଦାନ କରିଛନ୍ତି। ଘଟଣାରେ ସମ୍ପୃକ୍ତ ଥିବା ଠିକା କିରାଣିଙ୍କୁ ଚାକିରିରୁ ବହିଷ୍କାର ସହ କାର୍ଯ୍ୟାନୁଷ୍ଠାନ ନେବାକୁ ପ୍ରଧାନ ଦାବି କରିଛନ୍ତି। ଏ ସମ୍ପର୍କରେ ପ୍ରଧାନ କହିଛନ୍ତି, ଜିଲା ଖଣିଜ ପାଣ୍ଠି (ଡିଏମ୍‌ଏଫ୍‌) ଅର୍ଥରେ କିଣା ହୋଇଥିବା ୩୮ଟି ଏସିକୁ ତରବରିଆ ଭାବେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଲଗାଯାଇଛି। ଏସିଗୁଡ଼ିକ କେଉଁଠି ଲାଗିବ ତାହା ଜିଇଡି କର୍ତ୍ତୃପକ୍ଷ ସ୍ଥିର କରିବେ ବୋଲି ପ୍ରଶାସନ ନିର୍ଦ୍ଦେଶ ଦେଇଥିଲେ ବି ତାହାକୁ ଉଲ୍ଲଂଘନ କରାଯାଇଛି। ଫଳରେ ସେସବୁ ରୋଗୀଙ୍କ କାମରେ ଆସୁନାହିଁ। କେବଳ ଏସି ଲଗାଯିବା ଘଟଣା ନୁହେଁ, ବରଂ ମେଡିକାଲରେ ହେଉଥିବା ବିଭିନ୍ନ ଦୁର୍ନୀତିରେ ସମ୍ପୃକ୍ତ କିରାଣି ସଂଶ୍ଳିଷ୍ଟ ଥିବା ଅଭିଯୋଗ ହେଉଛି। ତେଣୁ ଏହାର ନିରପେକ୍ଷ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରଧାନ ଜିଲାପାଳଙ୍କ ନିକଟରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିନି ୪ମାସର ଭତ୍ତା, ଜିଲାପାଳଙ୍କୁ ଭେଟିଲେ ବୃଦ୍ଧାବୃଦ୍ଧ

ନୟାଗଡ଼,୫।୨(ଲୋକନାଥ ମିଶ୍ର): ୪ମାସ ଧରି ଭତ୍ତା ନ ପାଇବାରୁ ନୟାଗଡ଼ ବ୍ଲକ ବାଲୁଗଁା ଓ ଲାଠିପଡା ଗ୍ରାମର ବୃଦ୍ଧାବୃଦ୍ଧ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ।…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri