ସିଏଜି ରିପୋର୍ଟ ନେଇ ସରକାରଙ୍କ ଉପରେ ବର୍ଷିଲା ଭାଜପା

ଭୁବନେଶ୍ୱର, ୧୩।୧୦(ବ୍ୟୁରୋ): ରାଜ୍ୟ ସରକାର ବିଭିନ୍ନ ବିଭାଗ ଅର୍ଥ ହେରଫେର କରିଛନ୍ତି ବୋଲି ସିଏଜି ରିପୋର୍ଟରେ ଦର୍ଶାଇଛନ୍ତି ା ବିନିଯୋଗ ପ୍ରମାଣପତ୍ର (ୟୁସି) ଦାଖଲ କରିବାରେ ବିଳମ୍ବ ହୋଇଥିବାରୁ ୨୦୧୬-୧୭ ଏବଂ ୨୦୧୮-୧୯ରେ ୪୫,୩୪୦ କୋଟି ଏବଂ ୨୯,୧୩୮ କୋଟି ଟଙ୍କାର ୟୁସି ବାକି ପଡିଛି ା ସରକାରଙ୍କ ବିଭିନ୍ନ ବିଭାଗର ଅଡିଟ ବେଳେ ସିଏଜି ୯୬୪ କୋଟି ୩୩ ଲକ୍ଷ ଟଙ୍କାର ସରକାରୀ ପାଣ୍ଠି ଚୋରି, ତୋଷାରପାତ, ଅପବ୍ୟବହାର ଭଳି ଗୁରୁତର ଅନିୟମିତତା ହୋଇଛି ବୋଲି ଦର୍ଶାଇଛନ୍ତି ା ସିଏଜି ରିପୋର୍ଟ ସରକାରଙ୍କ ଅସଲ ମୁଖା ଖୋଲିଦେଇଛି ବୋଲି ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ସୋମବାର ଅଭିଯୋଗ କରିଛନ୍ତି ା ଭାଜପା କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଗୋଲକ କହିଛନ୍ତି, ରାଜସ୍ବ ବିପର୍ଯ୍ୟୟ ବିଭାଗରେ ସର୍ବାଧିକ ୨୪୪.୮୩ କୋଟି, ଗ୍ରାମ ଉନ୍ନୟନରେ ୧୧୫.୮୬ କୋଟି, ପଞ୍ଚାୟତିରାଜ ବିଭାଗରେ ୧୬୦.୯୫ କୋଟି, ନଗରଉନ୍ନୟନ ବିଭାଗର ୭୯.୮୬ କୋଟି, ଗୃହ ବିଭାଗର ୮୬.୦୭ କୋଟି ଟଙ୍କାର ହିସାବ ସରକାର ଦେଇନାହାନ୍ତି। ୨୦୧୭ ଫେବୃଆରୀରୁ ୨୦୧୮ ଜୁଲାଇ ମଧ୍ୟରେ ହୋଇଥିବା ଅଡିଟ୍‌ ବେଳେ ୭ ବିଭାଗ ଅଧୀନରେ ରହିଥିବା କାର୍ଯ୍ୟାଳୟ ଦ୍ୱାରା ଖର୍ଚ୍ଚ ହୋଇଥିବା ୧୭.୦୩ କୋଟି ଟଙ୍କାର ଭାଉଚର ଉପଲବ୍ଧ କରାଯାଇ ନ ଥିଲା। କେବଳ ସେତିକି ନୁହେଁ ଗରିବଙ୍କୁ ବାର୍ଦ୍ଧକ୍ୟ ଭତ୍ତା ବଣ୍ଟନ ଆଳରେ ଅନେକ ଅର୍ଥ ଆତ୍ମସାତ କରାଯାଇଛି। ପରୀକ୍ଷାମୂଳକଭାବେ ୯ ପଞ୍ଚାୟତ ସମିତିରେ ମଧୁବାବୁ ପେନସନ ଯୋଜନାରେ ୭୨ ଗାଁର ୧୫୦ ମୃତ ହିତାଧିକାରୀଙ୍କ ବାର୍ଦ୍ଧକ୍ୟ ଭତ୍ତାକୁ ଆତ୍ମସାତ୍‌ କରାଯାଇଛି ବୋଲି ଗୋଲକ ଅଭିଯୋଗ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri