Posted inଜାତୀୟ

‘ଭାଜପାକୁ ହରାଇବାକୁ ଏକଜୁଟ୍‌ ହେବାକୁ ପଡିବ’

ଲକ୍ଷ୍ନୌ,୮।୨: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ୟୁପି ବାସୀଙ୍କୁ ସମାଜବାଦୀ ପାଟି(ଏସପି) ସପକ୍ଷରେ ଭୋଟ ଦେବାକୁ ନିବେଦନ କରିଛନ୍ତି। ସେ କହିଛନ୍ତି, ଦେଶକୁ ବଞ୍ଚାଇବା ପାଇଁ ଭାଜପାକୁ ପରାସ୍ତ କରିବାକୁ ପଡିବ। ଏହା ଏକ ବଡ ଲଡେଇ। ୟୁପିରେ ଏସପି ହେଉଛି ଏକମାତ୍ର ବିକଳ୍ପ। ଯଦି ଯୋଗୀ ଆଦିତ୍ୟନାଥ ପୁନର୍ବାର ଆସନ୍ତି ୟୁପି ନଷ୍ଟ ହୋଇଯିବ ତେଣୁ ତାଙ୍କୁ ଗାଦିରୁ ହଟାଅ। ଯଦି ୟୁପିରେ ଏସପି ସରକାର ଗଠନ ହୁଏ, ତେବେ ଛାତ୍ର, ମହିଳା ଏବଂ ଯୁବକମାନଙ୍କ ପାଇଁ ପଶ୍ଚିମବଙ୍ଗ ଭଳି ଯୋଜନା ଆରମ୍ଭ ହେବ।
ଏକ ନିର୍ବାଚନୀ ରାଲି ଯୋଗ ଦେବାକୁ ଲକ୍ଷ୍ନୌ ଯାଇଥିବା ମମତା କହିଛନ୍ତ, ଆଜି (ମଙ୍ଗଳବାର) ଭାଜପାର ଘୋଷଣାପତ୍ର ଆସିଛି। ଏହା ହେଉଛି ମନି ଫେଷ୍ଟୋ। ସେମାନେ ହାଥରସ୍‌ରେ କ’ଣ କରିଥିଲେ? ମହିଳା ଓ ଝିଅମାନଙ୍କ ସହିତ କ’ଣ ହେଲା? ପ୍ରଥମେ କ୍ଷମା ମାଗନ୍ତୁ, ତାପରେ ଭୋଟ ମାଗନ୍ତୁ । କୋଭିଡ କାରଣରୁ ଲୋକମାନେ ୟୁପିରେ ମରୁଥିବାବେଳେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୋତେ ପରାସ୍ତ କରିବାକୁ ପଶ୍ଚିମବଙ୍ଗରେ ପ୍ରଚାର କରୁଥିଲେ। ଭାରତ ସରକାର ୟୁପିଙ୍କୁ ସର୍ବାଧିକ ଟଙ୍କା ଦେଇଛନ୍ତି, ତଥାପି ୟୁପିର ବିକାଶ ହୋଇପାରି ନାହିଁ। ବାବାସାହେବ ଆମ୍ବେଦକରଙ୍କ ସମ୍ବିଧାନ ପରିବର୍ତ୍ତନ କରିବାକୁ ଭାଜପା ଚେଷ୍ଟା କରୁଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଆଲର୍ଟ ଜାରି କଲା IMD, ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ,୧୪।୪: ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ଏମ. ମହାପାତ୍ର କହିଛନ୍ତି ଯେ ଚଳିତ ବର୍ଷ ମୋଟ ବର୍ଷା ସାଧାରଣ ହାରାହାରି ପ୍ରାୟ ୯୨ ପ୍ରତିଶତ ହେବ…

ବିହାରରେ ‘ସମ୍ରାଟ’ ଯୁଗ ଆରମ୍ଭ: ବୁଧବାର ଶପଥ ଗ୍ରହଣ

ପାଟନା,୧୪।୪: ନୀତୀଶ କୁମାର ମଙ୍ଗଳବାର ବିହାରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କର ଶେଷ କ୍ୟାବିନେଟ ବୈଠକ କରି ରାଜ୍ୟପାଳଙ୍କ ସହ ସାକ୍ଷାତ କରି ଇସ୍ତଫା ପତ୍ର…

ସଞ୍ଜୁ ସାମସନଙ୍କୁ ICCର ସ୍ବତନ୍ତ୍ର ସମ୍ମାନ, ଜସପ୍ରିତ ବୁମରାହଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ଉପଲବ୍ଧି

ନୂଆଦିଲ୍ଲୀ,୧୪।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ମାର୍ଚ୍ଚ ମାସ ପାଇଁ ସଞ୍ଜୁ ସାମସନଙ୍କୁ ପ୍ଲେୟର ଅଫ ଦ ମନ୍ଥ ଆଓ୍ବାର୍ଡରେ ସମ୍ମାନିତ କରିଛି। ୨୦୨୬ ଟି୨୦ ବିଶ୍ୱକପରେ ତାଙ୍କର…

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ବିହାରରେ ‘ନୀତୀଶ ଯୁଗ’ ଶେଷ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା , କିଏ ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ?

ପାଟନା,୧୪।୪: ଆଜି ବିହାର ରାଜନୀତିରେ ଏକ ଐତିହାସିକ ଯୁଗର ଅନ୍ତ ହୋଇଛି। ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri