Posted inଜାତୀୟ

ନିର୍ବାଚନ ପୂର୍ବରୁ ଭାଜପାକୁ ବଡ଼ ଝଟ୍‌କା

ପାଣାଜୀ,୧୦।୧: ଗୋଆ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାକୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ରାଜ୍ୟ କ୍ୟାବିନେଟ ମନ୍ତ୍ରୀ ତଥା ବିଧାୟକ ମାଇକେଲ ଲୋବୋ ଇସ୍ତଫା ଦେଇଛନ୍ତି। ମନ୍ତ୍ରୀ ପଦ ସହିତ ସେ ବିଧାୟକ ପଦରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ଲୋବୋ ଅଭିଯୋଗ କରିଛନ୍ତି, ଭାଜପା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ମନୋହର ପାରିକରଙ୍କ ଉତ୍ତରାଧିକାରୀ ଭୁଲି ଯାଇଛି ଏବଂ ତାଙ୍କ ସମର୍ଥକମାନେ ହତାଦର କରାଯାଉଛି। ଇସ୍ତଫା ଦେବା ପରେ ଲୋବୋ ଆଶା ପ୍ରକଟ କରିଛନ୍ତି ଯେ ଗୋଆର କାଲାଙ୍ଗଟ ନିର୍ବାଚନମଣ୍ଡଳୀର ଲୋକମାନେ ତାଙ୍କ ନିଷ୍ପତ୍ତିକୁ ସମ୍ମାନ କରିବେ। ପରବର୍ତ୍ତୀ ପଦକ୍ଷେପ ଉପରେ ଶୀଘ୍ର ନିଷ୍ପତ୍ତି ନେବେ। ମୁଁ ଅନ୍ୟ ଦଳ ସହ ଆଲୋଚନା କରୁଛି ବୋଲି ସେ କହିଛନ୍ତି।
ସେ ଆହୁରି ମଧ୍ୟ କହିଛନ୍ତି, ଦଳର କାର୍ଯ୍ୟକାରିତାକୁ ନେଇ ସେ ଅସନ୍ତୋଷ ପ୍ରକାଶ କରିଛନ୍ତି। ତେବେ ସେ ତାଙ୍କ ନିଷ୍ପତ୍ତି ପାଇଁ କେନ୍ଦ୍ର କିମ୍ବା ରାଜ୍ୟର ନେତାଙ୍କୁ ଦାୟୀ କରିନାହାଁନ୍ତି। ମୋର ଯେଉଁଭଳି ବ୍ୟବହାର କରାଯାଉଛି ତାହା ମୋତେ ବିବ୍ରତ କରିଛି ବୋଲି ସେ କହିଛନ୍ତି। ତୃଣମୂଳ ସ୍ତରର କର୍ମୀମାନଙ୍କୁ ଅଣଦେଖା କରାଯାଇଛି। ମୁଁ ନିଜ ଆଖିରେ ଦେଖିଛି, କାନରେ ଶୁଣିଛି। ଦଳ ଏତେ ବଡ ହୋଇଛି ଯେ ତୃଣମୂଳ ସ୍ତରର କର୍ମୀଙ୍କ ଅବଦାନକୁ ସେ ଆଉ ପ୍ରଶଂସା କରୁନାହାଁନ୍ତି। ଅନେକ ଲୋକ ଅଭିଯୋଗ କରିବାକୁ ମୋ ପାଖକୁ ଆସିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ମଡେଲଙ୍କୁ ଛୁରିଭୁସି ହତ୍ୟା

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀର ତିଲକନଗର ଅଧୀନ ନ୍ୟୁ ମହାବୀରନଗର ଅଞ୍ଚଳରେ ଏକ ଭଡ଼ାଘରେ ଜଣେ ୨୧ ବର୍ଷୀୟା ଛାତ୍ରୀ ତଥା ମଡେଲଙ୍କୁ ଛୁରିଭୁସି ହତ୍ୟା କରାଯାଇଛି। ମୁସ୍କାନ ନାମ୍ନୀ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri