ଲହୁଣୀପଡା, ୧୪।୧୨ (ଡି.ଏନ.ଏ)- ସୁନ୍ଦରଗଡ ଜିଲା ଲହୁଣୀପଡା ବ୍ଲକ ଅନ୍ତର୍ଗତ ରାଜାମୁଣ୍ଡା ସ୍ଥିତ ଭାଜପା କାର୍ଯ୍ୟାଳୟ ଠାରେ ବଣାଇ ସାଙ୍ଗଠନିକ ଜିଲା ତରଫରୁ ଆସନ୍ତା ୧୮ ତାରିଖ ହେବାକୁ ଥିବା ପଦଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲା ସଭାପତି ଅନିଲ ବାର୍ଲା ଅଧ୍ୟକ୍ଷତା କରିଥିବା ବେଳେ ଜିଲା ପ୍ରଭାରୀ ବଟକିଶୋର ମିଶ୍ର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ରାହାସ ବିହାରୀ ପ୍ରଧାନ, ସେବତୀ ନାଏକ, ଲୋଥାର ଓରାମ, ମଣ୍ଡଳ ସଭାପତି ନମିତା ମାହାନ୍ତ, ମେଲେରି ବାରିକ, ଯୁଧିଷ୍ଠିର ବେହେରା, ଗଙ୍ଗାଧର ମାହାନ୍ତ, ମୁକୁନ୍ଦ ନାଏକ ପ୍ରମୁଖ ମଞ୍ଚାସୀନ ଥିଲେ । ପରିକୁ ନ୍ୟାୟ ଦେବା ପାଇଁ ସିବିଆଇ ତଦନ୍ତ ଓ ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ମନ୍ତ୍ରୀ ଅରୁଣ ସାହୁଙ୍କ ବହିଷ୍କାର ଦାବିରେ ପଦଯାତ୍ରା କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ଏହି ପଦଯାତ୍ରାକୁ ସଫଳ କରିବା ପାଇଁ ଜିଲା ମହିଳା ମୋର୍ଚ୍ଚାଙ୍କୁ ଦାୟୀତ୍ୱ ପ୍ରଦାନ କରାଯିବା ସହିତ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ସବୁ ବର୍ଗର କର୍ମକର୍ତ୍ତାଙ୍କୁ ଉପରୋକ୍ତ ଅତିଥିମାନେ ବକ୍ତବ୍ୟ ମାଧ୍ୟମରେ ଆହ୍ବାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ବାସୁଦେବ ସାହୁ,ମହେଶ ସା, ବନବିହାରୀ ଓରାମ, ଉପେନ୍ଦ୍ର ବେହେରା, ପ୍ରଦୀପ ସ୍ବାଇଁ, ଚେତନ ଦୀପ ନାଏକ, ଜୟନ୍ତୀ ମାହାନ୍ତ, ଶକୁନ୍ତଳା ନାଏକ, ମିଥିଲା ପାତ୍ର, ଆହ୍ଲାଦ ବଢ଼େଇ ସମେତ ବହୁ କର୍ମକର୍ତ୍ତା ଉପସ୍ଥିତ ଥିବା ବେଳେ ବଣାଇ ମଣ୍ଡଳ ପୂର୍ବତନ ସଭାପତି ହେମନ୍ତ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।
ପରିକୁ ନ୍ୟାୟ ଦେବା ପାଇଁ ସିବିଆଇ ତଦନ୍ତ ଦାବିରେ ପଦଯାତ୍ରା ପାଇଁ ଭାଜପାର ପ୍ରସ୍ତୁତି
Posted inଆମ ଜିଲା ଖବର, ସୁନ୍ଦରଗଡ଼ View All
ବିଦ୍ୟୁତ୍ କାର୍ଯ୍ୟାଳୟରେ ପଡ଼ିଲା ତାଲା
କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…
ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ
ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…
ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…
ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ…
ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…
ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…
ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍ପିଙ୍କ ପ୍ରଶଂସା
ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…
ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ
ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…
କରଞ୍ଜିଆରୁ ଫେରୁଥିଲେ ଏସ୍ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…
ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…
ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର
କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

