୧୦ ତାରିଖ ସକାଳେ ବସିବ ଭାଜପା ବିଧାୟକ ଦଳ ବୈଠକ, ହେବ ମୁଖ୍ୟମନ୍ତ୍ରୀ ଚୟନ

ଭୁବନେଶ୍ୱର,୮।୬: ରାଜ୍ୟରେ ବହୁମତ ପାଇଥିବା ଭାରତୀୟ ଜନତା ପାର୍ଟି(ଭାଜପା) ଆସନ୍ତା ୧୦ ତାରିଖ ଅର୍ଥାତ ଶପଥ ଗ୍ରହଣ ଦିନ ସକାଳେ ଏହାର ମୁଖ୍ୟମନ୍ତ୍ରୀ ଚୟନ କରିବ। କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କ ଅଧ୍ୟକ୍ଷତାରେ ମୁଖ୍ୟମନ୍ତ୍ରୀ ନାମରେ ସହମତି ଜଣାଇବେ ବିଧାୟକ। ଏହାପରେ ସନ୍ଧ୍ୟାରେ ଜନତା ମୈଦାନରେ ଶପଥ ଗ୍ରହଣ ଅନୁଷ୍ଠିତ ହେବ।

ତେବେ ଆଲୋଚନ ଅନୁଯାୟୀ ମୁଖ୍ୟମନ୍ତ୍ରୀ ରେସ୍‌ରେ ଅନେକ ନେତାଙ୍କ ନା ଆଗରେ ରହିଛି। ଦଳର ସଭାପତି ମନମୋହନଙ୍କ ସମେତ ଏମ୍‌ପି ଧର୍ମେନ୍ଦ୍ର ପ୍ରଧାନ ଓ ଦଳର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ନାଁ ଚର୍ଚ୍ଚାରେ ରହିଛି। ସେହିପରି ଜୟ ନାରାୟଣ ମିଶ୍ର, କନକବର୍ଦ୍ଧନ ସିଂଦେଓ ଏବଂ ସୁରେଶ ପୂଜାରୀଙ୍କ ନାଁକୁ ନେଇ ଚର୍ଚ୍ଚା ହେଉଛି। ଏଥିସହ ଆହୁରି ମଧ୍ୟ ଚର୍ଚ୍ଚା ହେଉଛି କି ବିଧାୟକମାନଙ୍କ ମଧ୍ୟରୁ କାହାକୁ ହିଁ ମୁଖ୍ୟମନ୍ତ୍ରୀ ଆସନରେ ଭାଜପା କେନ୍ଦ୍ରୀୟ ନେତାମାନେ ବସାଇପାରନ୍ତି।

ଅନ୍ୟପଟେ ଯଦି ଭାଜପା ଶାସିତ ଅନ୍ୟ ରାଜ୍ୟ ଢାଞ୍ଚାରେ ସରକାର ଗଢାଯାଏ, ତା’ହେଲେ ଉପମୁଖ୍ୟମନ୍ତ୍ରୀ ପାଇଁ ମୋହନ ମାଝୀଙ୍କ ନାଁକୁ ନେଇ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି।…

୩୦ରେ ହେବ ଓଏସ୍‌ଏସ୍‌ଟିଇଟି

କଟକ,୨୬ା୯(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଏଲିଜିବିଲିଟି ଟେଷ୍ଟ-୨୦୨୬ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସେପ୍ଟେମ୍ବର ୩୦ରେ…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?