ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଦେଲେ ଭାଜପା ବିଧାୟକ

ଭୁବନେଶ୍ୱର, ୭।୧୨(ବ୍ୟୁରୋ): ମହିଳା ସୁରକ୍ଷା ନେଇ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାଜପା ବିଧାୟକ ଦ ଚିଠି ଲେଖିଛି। ଭାଜପା ବିଧାୟକମାନେ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି, ମହିଳାଙ୍କ ସୁରକ୍ଷା ନେଇ ଆପଣଙ୍କ ଦୋମୁହଁା ଆଭିମୁଖ୍ୟ ସମ୍ପର୍କରେ ଅବଗତ କରାଇବା ନେଇ ପତ୍ର ଲେଖିଛୁ। ଅଞ୍ଜନା ମିଶ୍ରଙ୍କୁ ଗଣବଳାତ୍କାର ପରେ ଆପଣ ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କୁ ନୈତିକତାର ପାଠ ପଢ଼ାଇଥିଲେ। ସେତେବେଳେ ରାଜ୍ୟରେ ଆଇନ ଶୃଙ୍ଖଳା ଧ୍ୱସ୍ତବିଧ୍ୱସ୍ତ ହୋଇଯିବା ଏବଂ ମହିଳା ଅସୁରକ୍ଷିତ ହେବା ନେଇ ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସଙ୍ଗିନ ଅଭିଯୋଗ ଆଣିଥିଲେ। ୨୦୦୦ ନିର୍ବାଚନରେ ବିଜେଡିର ପ୍ରମୁଖ ସ୍ଲୋଗାନ ଥିଲା ଅଞ୍ଜନା ଗଣବଳାତ୍କାର ପାଇଁ ଦାୟୀ କିଏ- ଜାନକୀ ପଟ୍ଟନାୟକ ଆଉ କିଏ। ଏବେ ଖୋଦ୍‌ ଅଞ୍ଜନା ନିଜେ କହିଲେଣି, ଜାନକୀ ଏବଂ ନବୀନଙ୍କ ମୁଖ୍ୟମନ୍ତ୍ରିତ୍ୱରେ ଓଡ଼ିଶାରେ କିଛି ଫରକ ଦେଖାଯାଉନାହିଁ। ଅଞ୍ଜନା ମାମଲାରେ ଯେପରି ଇନ୍ଦ୍ରଜିତ ରାୟଙ୍କୁ ଦୋଷୀ କରାଯାଇଥିଲା ଠିକ୍‌ ସେହିପରି ବର୍ତ୍ତମାନ ମମିତା ମେହେର ହତ୍ୟାକାଣ୍ଡରେ ଆପଣଙ୍କ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ରାଜ୍ୟବାସୀ ଦାୟୀ କରୁଛନ୍ତି। ଆପଣ ଜାନକୀଙ୍କୁ ନୈତିକତାର ପାଠ ପଢାଇଥିଲେ। ନୀତି ନୈତିକତାର ଦ୍ୱାହି ଦେଇ ଆପଣଙ୍କ ଅନେକ ମନ୍ତ୍ରୀଙ୍କୁ ମଧ୍ୟ ବାହାର କରିଛନ୍ତି। ଏବେ ମମିତା ଘଟଣାରେ ଦୋମୁହଁା ନୀତି କାହିଁକି ବୋଲି ଭାଜପା ପ୍ରଶ୍ନ କରିଛି। ଏହି ଘଟଣାରେ ମନ୍ତ୍ରୀ ମିଶ୍ରଙ୍କୁ ବହିଷ୍କାର ସହ ସିବିଆଇ ତଦନ୍ତ ଲାଗି ତୁରନ୍ତ ନିର୍ଦ୍ଦେଶ ଦେବାକୁ ଦାବି କରିଛନ୍ତି। ଏହାସହ ଏହି ଚିଠି ପୋଷ୍ଟ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରେରଣ କରିବା ସହିତ ବିଧାନସଭା ନବୀନ ନ ଆସୁଥିବାରୁ ବିରୋଧୀ ଦଳ ବିଧାୟକମାନେ ତାଙ୍କୁ ସମାଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri