Posted inଜାତୀୟ

ନିଜ ସରକାର ବିରୋଧରେ ସ୍ବର ଉଠାଇଲେ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୨୪।୬: ଭାଜପା ଏମ୍‌ପି ବରୁଣ ଗାନ୍ଧୀ ନିଜ ସରକାର ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରୁଛନ୍ତି। ସମୟ ସମୟରେ ସେ ସରକାରଙ୍କ ଅନେକ ଯୋଜନାକୁ ମଧ୍ୟ ସମାଲୋଚନା କରିଛନ୍ତି। ନିକଟରେ ସେ ସରକାରଙ୍କ ଅଗ୍ନିପଥ ଯୋଜନା ଉପରେ ମଧ୍ୟ ପ୍ରଶ୍ନ ଉଠାଇଥିଲେ। ଏହି କ୍ରମରେ ଶୁକ୍ରବାର ବରୁଣ ଏକ ବଡ଼ ଘୋଷଣା କରିଛନ୍ତି।
ସେ ଟୁଇଟ୍‌ ଯୋଗେ କହିଛନ୍ତି ଯେ, ସ୍ବଳ୍ପ ମିଆଦି ସେବା କରିବାକୁ ଥିବା ଅଗ୍ନିବୀର ପେନ୍ସନ ପାଇବାକୁ ହକଦାର ନୁହଁନ୍ତି, ତେବେ ଜନପ୍ରତିନିଧିଙ୍କୁ ପାଇଁ ଏହି ସୁବିଧା କାହିଁକି? ଯଦି ରାଷ୍ଟ୍ରରକ୍ଷକଙ୍କୁ ପେନସନ ଅଧିକାର ନାହିଁ, ତେବେ ମୁଁ ମଧ୍ୟ ମୋର ପେନସନ୍‌ ଛାଡିବାକୁ ପ୍ରସ୍ତୁତ ଅଛି। ଆମେ ବିଧାୟକ ଏବଂ ଏମ୍‌ପିମାନେ ପେନସନ ଛାଡିଦେଲେ ଏହା ସୁନିଶ୍ଚିତ କରିପାରିବା କି ଅଗ୍ନିବୀରମାନେ ପେନସନ ପାଇପାରିବେ?
ସୂଚନାଯୋଗ୍ୟ, କେନ୍ଦ୍ର ସରକାରଙ୍କ ପକ୍ଷରୁ ଭାରତୀୟ ସେନା, ବାୟୁସେନା ଏବଂ ନୌସେନାରେ ନିଯୁକ୍ତି ପାଇଁ ଅଗ୍ନିପଥ ଯୋଜନା ଆରମ୍ଭ କରିବାକୁ ଘୋଷଣା କରାଯାଇଛି। ଏହି ଯୋଜନା ଅଧୀନରେ, ଇଚ୍ଛୁକ ଯୁବକମାନଙ୍କୁ ୪ ବର୍ଷ ପାଇଁ ସଶସ୍ତ୍ର ବାହିନୀରେ ନିଯୁକ୍ତି ଦିଆଯିବ। ଏହାକୁ ବିରୋଧ କରି ଅନେକ ଛାତ୍ର ଧାରଣା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା

ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ...

ନୁଡୁଲ୍ସ ପ୍ୟାକେଟ୍‌ରୁ ୨ କୋଟିର ହୀରା ଜବତ

ମୁମ୍ବାଇ,୨୪ା୪:ସୀମାଶୁଳ୍କ ବିଭାଗ ଅଧିକାରୀମାନେ ମୁମ୍ବାଇ ବିମାନବନ୍ଦରରୁ ୬.୪୬ କୋଟି ଟଙ୍କାର ସୁନା ଓ ହୀରା ଜବତ କରିଛନ୍ତି। ଜଣେ ଯାତ୍ରୀ ନୁଡୁଲ୍ସ ପ୍ୟାକେଟରେ ହୀରାକୁ ଲୁଚାଇଥିବାବେଳେ...

ପବନକୁ ସମ୍ଭାଳି ପାରିଲାନି ବ୍ରିଜ୍‌

ହାଇଦ୍ରାବାଦ୍‌,୨୪ା୪:ତେଲଙ୍ଗାନାର ପେଦ୍ଦାପଲ୍ଲୀରେ ସୋମବାର ରାତି ୯ଟା ୪୫ରେ ଏକ ନିର୍ମାଣାଧୀନ ବ୍ରିଜ୍‌ ପବନକୁ ସମ୍ଭାଳି ନ ପାରି ଭୁଶୁଡ଼ିପଡ଼ିଛି। ଉକ୍ତ ବ୍ରିଜ୍‌ର ଏକ ଅଂଶ ଭାଙ୍ଗିଯାଇଛି।...

ମତଦାନ କମିବା ଆଶଙ୍କା

ନୂଆଦିଲ୍ଲୀ,୨୪ା୪: ଲୋକ ସଭା ନିର୍ବାଚନରେ ବିଜୟୀ ହୋଇ ଭାଜପା ତୃତୀୟ ଥର ସରକାର ଗଢ଼ିବାକୁ ଲକ୍ଷ୍ୟ ରଖିଥିବାବେଳେ ଏହାକୁ ଅଟକାଇବା ପାଇଁ ଇଣ୍ଡିଆ ମେଣ୍ଟ ଜୋର୍‌ଦାର...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

କଂଗ୍ରେସ ଶାସନ ସମୟରେ କାହିଁକି ପାକିସ୍ତାନ ଆକ୍ରମଣର ଜବାବ ଦିଆଯାଇ ନ ଥିଲା, କାରଣ କହିଲେ ଶାହା

ନୂଆଦିଲ୍ଲୀ,୨୩।୪: ଲୋକ ସଭା ନିର୍ବାଚନ -୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମହାରାଷ୍ଟ୍ରର ଆକୋଲା ଠାରେ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ସରିଲା ନିର୍ବାଚନ ପ୍ରଚାର, ଶୁକ୍ରବାର ପଡିବ ଭୋଟ୍‌

ନୂଆଦିଲ୍ଲୀ,୨୩।୪: ଆରମ୍ଭ ହୋଇଯାଇଛି ଦେଶର ସବୁଡାରୁ ମଡ଼ ମହାପର୍ବ ନିର୍ବାଚନ ୨୦୨୪। ତେବେ ଆଜି ୨ୟ ପର୍ଯ୍ୟାୟ ମତଦାନ ପାଇଁ ସରିଛି ପ୍ରଚାର । ଶେଷ...

ଟିକେଟ ବିକୁଛନ୍ତି ତେଜସ୍ବୀ ଯାଦବ: କଂଗ୍ରେସ ନେତା

ବାଲ୍ମିକିନଗର,୨୩।୪: ବିହାରର ବାଲ୍ମିକିନଗରରେ ଥିବା ଗ୍ରାଣ୍ଡ ଆଲାଇନ୍ସରେ ବିଦ୍ରୋହର ସ୍ବର ବୃଦ୍ଧି ପାଇବାରେ ଲାଗିଛି। ତେଜସ୍ବୀ ଯାଦବଙ୍କୁ ପୁଞ୍ଜିପତିମାନଙ୍କୁ ଟିକେଟ ବିକ୍ରି କରୁଥିବା ଅଭିଯୋଗ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri