ଶ୍ରୀମନ୍ଦିର ନିଷିଦ୍ଧାଞ୍ଚଳରେ କାର୍ଯ୍ୟ ନେଇ ବର୍ଷିଲା ଭାଜପା

ଭୁବନେଶ୍ୱର,୫।୪(ବ୍ୟୁରୋ):ଶ୍ରୀମନ୍ଦିରର ୧୦୦ ମିଟର ଭିତରେ ନିର୍ମାଣ ପ୍ରସଙ୍ଗରେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ ଟୁଇଟ୍‌ କରି ରାଜ୍ୟ ସରକାରଙ୍କ ଉପରେ ଦୋଷ ଲଦିଛନ୍ତି। ଅନ୍ୟପଟେ ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ର ମଧ୍ୟ ସରକାରଙ୍କ ଆଡକୁ ଅଙ୍ଗୁଳି ଉଠାଇଛନ୍ତି। ତେବେ ବିଜେଡି ନେତାଙ୍କ ପ୍ରତିକ୍ରିୟା ଏହା ଉପରେ ମିଳି ନ ଥିବାବେଳେ ମୁଖ୍ୟ ଶାସନ ସଚିବ କିନ୍ତୁ ଶ୍ରୀମନ୍ଦିର ରୋଷଘର ଚୁଲି ଭାଙ୍ଗିବା ସମସ୍ୟା ବୁଲି ଦେଖିବା ସହ ଐତିହ୍ୟ କରିଡର କଥା ଉପରେ ନିଜର ପ୍ରତିକ୍ରିୟା ରଖିଛନ୍ତି। ଅପରାଜିତା ତାଙ୍କ ଟୁଇଟ୍‌ରେ ଉଲ୍ଲେଖ କରିଛନ୍ତି ଯେ, ଏଏସଆଇର ଚିଠିରେ ଶ୍ରୀମନ୍ଦିର ନିଷିଦ୍ଧାଞ୍ଚଳରେ କାମ ବନ୍ଦ କରିବାକୁ ସ୍ପଷ୍ଟ ନିର୍ଦ୍ଦେଶ ରହିଛି। ଉକ୍ତ ଚିଠିଟି ଗତ ଫେବୃୟାରୀ ୫ରୁ ଲେଖା ଯାଇଥିଲେ ମଧ୍ୟ ରାଜ୍ୟ ସରକାରଙ୍କ କାର୍ଯ୍ୟ ବନ୍ଦ ହୋଇନାହିଁ ବୋଲି ସେ କହିଥିଲେ।
ବରିଷ୍ଠ ନେତା ବିଜୟ ମହାପାତ୍ର ସୋମବାର ଗଣମାଧ୍ୟମକୁ କହିଛନ୍ତି, ମନ୍ଦିର ଓ ଜିଲା ପ୍ରଶାସନ ୩ ଦିନ ଆଗରୁ ରୋଷ ଘରେ ବିଭ୍ରାଟ କଥା ଜାଣିଥିଲା। ଏହାସତ୍ତ୍ୱେ ଏଭଳି ଘଟଣା ଘଟିଲା। ସେଥିଲାଗି ଜିଲା ଓ ମନ୍ଦିର ପ୍ରଶାସନ ଦାୟୀ। ସେମାନଙ୍କ ଉପରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ନିଅନ୍ତୁ। କାହାକୁ ସୁରକ୍ଷା ଦିଆଯିବା ଉଚିତ ନୁହେଁ। ଜଣେ ଏସ୍‌ପି ପଦବୀର ଅଫିସର୍‌ ସୁରକ୍ଷା ଦାୟିତ୍ୱରେ ରହିବା କଥା। କିନ୍ତୁ କେହି ନାହାନ୍ତି ଏବଂ ଘଟଣାଦିନ କୌଣସି ସୁରକ୍ଷା ଅଧିକାରୀ ନ ଥିଲେ। ଶ୍ରୀମନ୍ଦିର ସୁରକ୍ଷା ନେଇ ଗତ ୨୦୧୯ ନଭେମ୍ବର ୪ ତାରିଖରେ ସୁପ୍ରିମକୋର୍ଟ ଦେଇଥିବା ନିର୍ଦ୍ଦେଶକୁ ରାଜ୍ୟ ସରକାର ୪ଟି କ୍ଷେତ୍ରରେ ଅବମାନନା କରିଛନ୍ତି। ଏହାସହ ଶ୍ରୀମନ୍ଦିର ଚାରିପାଖରେ ବିକାଶ ପାଇଁ ସେହି କାମ କରିହେବ ଯେଉଁଥିରେ କୌଣସି ଆପତ୍ତି ନ ଥିବ। ଟେମ୍ପଲ ଫଣ୍ଡର ଅଡିଟ ସିଏଜିଙ୍କ ଦ୍ୱାରା ହେଉନାହିଁ। ତେଣୁ ରାଜ୍ୟ ସରକାର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ଅବମାନନା କରିଛନ୍ତି। ଆର୍ଥିକ ସ୍ବାର୍ଥ ଏବଂ ମନ୍ଦ ଉଦ୍ଦେଶ୍ୟ ରଖି ବାବୁମାନେ ଏଭଳି କାମ କରୁଛନ୍ତି। ମୁଖ୍ୟମନ୍ତ୍ରୀ ଏହା ଉପରେ ସମୀକ୍ଷା ବୈଠକ କରିବା ଦରକାର। ପାର୍ଲାମେଣ୍ଟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉଠିବା ପରେ ମଧ୍ୟ ଏଏସ୍‌ଆଇ ଓ ଏନ୍‌ଏମଏ ଚୁପ ରହିଛନ୍ତି। ଏଥିରୁ ସେମାନଙ୍କ ଅବହେଳା କଥା ଜଣାପଡୁଛି। ଏଏସ୍‌ଆଇ ମଧ୍ୟ କୌଣସି ଏକ୍ସପର୍ଟ ଟିମ୍‌ ନ ପଠାଇବା ଆଶ୍ଚର୍ଯ୍ୟଜନକ ବୋଲି ସେ କହିଛନ୍ତି। ଯେହେତୁ ବେଆଇନ କାମ ହୋଇଥିଲା ତେଣୁ ଏବେ ଖୋଳାଯାଇଥିବା ଗାତରେ ବାଲି ଭର୍ତ୍ତି ଚାଲିଛି। ଏଏସ୍‌ଆଇ ଏବଂ ଏନଏମଏ ଟିମ୍‌ ତୁରନ୍ତ ପଠାଇବାକୁ ବିଜୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?