ଦିଲ୍ଲୀରୁ ଓଡ଼ିଶାକୁ ରିଲିଫ ଟ୍ରକ୍‌ ପଠାଇଲା ଭାଜପା

ଭୁବନେଶ୍ୱର, ୨୨।୯(ବ୍ୟୁରୋ):  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୦ତମ ଜନ୍ମଦିନ ଅବସରରେ ଦେଶବ୍ୟାପୀ ସେବା ସପ୍ତାହ ପାଳନ କରାଯାଇଛି । ଏହି ଅବସରରେ ସୋମବାର ନୂଆଦିଲ୍ଲୀସ୍ଥିତ କେନ୍ଦ୍ରୀୟ କାର୍ଯ୍ୟାଳୟରୁ ଏକ ରିଲିଫ ସାମଗ୍ରୀ ବୋଝେଇ ଟ୍ରକ୍‌ ଓଡ଼ିଶାରେ ବନ୍ୟା ପୀଡ଼ିତଙ୍କ ଉଦ୍ଦେଶ୍ୟରେ ଯାତ୍ରା ଆରମ୍ଭ କରିଛି । ପ୍ରଥମ ପର୍ଯ୍ୟାୟରେ ୧୦ ହଜାର ଲୋକଙ୍କ ପାଇଁ ରିଲିଫ ସାମଗ୍ରୀ ଆସୁଛି ା ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ପ୍ରଥମେ ଶ୍ରୀଜଗନ୍ନାଥଙ୍କୁ ପଦ୍ମଫୁଲ ଅର୍ପଣକରି ପ୍ରାର୍ଥନା କରିବା ସହ ସମସ୍ତଙ୍କ ଶୁଭକାମନା କରିଛନ୍ତି । ଏହା ପରେ ନଡ୍ଡା ପତାକା ଦେଖାଇ ଯାତ୍ରାର ଶୁଭାରମ୍ଭ କରିଛନ୍ତି ା ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଓ ରାଜ୍ୟ ପ୍ରଭାରୀ ଅରୁଣ ସିଂହ ପ୍ରମୁଖ ଉପସ୍ଥିତ ଥିଲେ । ଚଳିତ ବର୍ଷ ବନ୍ୟା ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ବ୍ୟାପକ ଜଳମଗ୍ନ ଯୋଗୁ ବହୁ ମାତ୍ରାରେ ଧନସମ୍ପତ୍ତି ନଷ୍ଟ ହୋଇଛି । ପୁରୀ ଜିଲା ଡେଲାଙ୍ଗ ଏବଂ କଣାସ ବ୍ଲକରେ ବ୍ୟାପକ କ୍ଷୟକ୍ଷତି ହେବା ସହ ସ୍ଥାନୀୟ ବାସିନ୍ଦାମାନେ ବହୁ କଷ୍ଟରେ ଜୀବନ ଅତିବାହିତ କରୁଛନ୍ତି । ଏହି ଟ୍ରକ୍‌ରେ ଆସୁଥିବା ରିଲିଫ ସାମଗ୍ରୀଗୁଡିକୁ ଡେଲାଙ୍ଗ ଓ କଣାସ ବ୍ଲକର ୭୦ ଗ୍ରାମରେ ବଣ୍ଟନ କରାଯିବ । ଭାଜପା ନିଜର ସାମାଜିକ ଦାୟିତ୍ୱ ପାଳନ କରି ରାଜ୍ୟର ବନ୍ୟା ପୀଡ଼ିତଙ୍କ ପାଇଁ ରିଲିଫ ସାମଗ୍ରୀ ପଠାଇଥିବାରୁ ରାଜ୍ୟ ଭାଜପା ପକ୍ଷରୁ ନଡ୍ଡାଙ୍କୁ ଧନ୍ୟବାଦ ଜ୍ଞାପନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ଖୋଳିବାରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା…

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

୮ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରିଲାନି ଛାତ୍ରୀନିବାସ: ଭୂତକୋଠି ପାଲଟିଛି କୋଟି ଟଙ୍କାର କୋଠା

ଗୁଡ଼ାରି, ୧୦।୧୦ (ପ୍ରମୋଦ କୁମାର ପତି): ଆଦିବାସୀ ଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା ପ୍ରଦାନ ଓ ସେମାନଙ୍କ ଶିକ୍ଷାକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ମାତ୍ର…

CM ବିଜୟଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ମୋଦି, କେନ୍ଦ୍ରରୁ ଯାହା….

ଚେନ୍ନାଇ,୧୧।୧୦: ତାମିଲନାଡୁକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବା ପାଇଁ କେନ୍ଦ୍ର ସରକାର ସମସ୍ତ ପ୍ରକାରର ସହଯୋଗ ଯୋଗାଇଦେବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ଚେନ୍ନାଇରେ…

‘ରକ୍ତ ଜମାଟ ବାନ୍ଧିବା ସମସ୍ୟା’: ନାନା ପାଟେକରଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି…

ମୁମ୍ବାଇ: ବିଶିଷ୍ଟ ବଲିଉଡ ଅଭିନେତା ନାନା ପାଟେକରଙ୍କର ଅକ୍ଟୋବର ୮,୨୦୨୬ ରେ ଗୋଆରେ ଦେହାନ୍ତ ହୋଇଛି। ତାଙ୍କ ମୃତ୍ୟୁ ପରେ, ଗୋଆର ପଣାଜୀ ପୋଲିସ ଏକ ଅସ୍ବାଭାବିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?