Posted inରାଜ୍ୟ

ମୋଦିଙ୍କ ଜନ୍ମଦିନ ଲାଗି ସେବା ସପ୍ତାହ ପାଳନ କରିବ ଭାଜପା

ଭୁବନେଶ୍ୱର,୧୩।୯(ବ୍ୟୁରୋ): ଆସନ୍ତା ୧୭ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସ । ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ଜନ୍ମ ସପ୍ତାହକୁ ଭାଜପା ପକ୍ଷରୁ ଦେଶବ୍ୟାପୀ ସେବା ସପ୍ତାହ ଭାବେ ପାଳନ କରାଯିବ । ଏହି ସପ୍ତାହରେ ଭାଜପା କାର୍ଯ୍ୟକର୍ତ୍ତାମାନେ ବିଭିନ୍ନ ପ୍ରକାର ସେବାକାର୍ଯ୍ୟ କରି ପ୍ରଧାନମନ୍ତ୍ରୀଙ୍କ ନିରାମୟ ଓ ଦୀର୍ଘଜୀବନ କାମନା କରିଥାନ୍ତି । ଚଳିତ ବର୍ଷ ପ୍ରଧାନମନ୍ତ୍ରୀଙ୍କ ୭୦ତମ ଜନ୍ମଦିବସ ହୋଇଥିବାରୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ନିର୍ଦ୍ଦେଶକ୍ରମେ ଆସନ୍ତା ୧୪ରୁ୨୦ ପର୍ଯ୍ୟନ୍ତ ଦେଶବ୍ୟାପୀ ବିଭିନ୍ନ ପ୍ରକାର ସେବା କାର୍ଯ୍ୟ ଅନୁଷ୍ଠିତ ହେବ ।

ସେବା ସପ୍ତାହର ପ୍ରଥମ ଦିନ କାର୍ଯ୍ୟକର୍ତ୍ତାମାନେ ରାଜ୍ୟର ପ୍ରତ୍ୟେକ ବୁଥ୍‌ରେ ୭୦ ଲେଖା ବୃକ୍ଷରୋପଣ କରିବା ସହ ପର୍ଯ୍ୟାବରଣର ସୁରକ୍ଷା ପାଇଁ ସଂକଳ୍ପ ନେବେ । ଦ୍ୱିତୀୟ ଦିନ ୧୫ତାରିଖରେ ପ୍ରତ୍ୟେକ ବିଧାନସଭା କ୍ଷେତ୍ରରେ ୭୦ଜଣ ଦିବ୍ୟାଙ୍ଗଙ୍କୁ କୃତ୍ରିମ ଅଙ୍ଗ ଓ ଉପକରଣ ଏବଂ ୭୦ ଜଣ ଗରିବ ଭଉଣୀଭାଇଙ୍କୁ ଆବଶ୍ୟକତା ଅନୁଯାୟୀ ମାଗଣା ଚଷମା ପ୍ରଦାନ କରାଯିବ । ଏହାସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା କରାଯାଇଥିବା ବିଭିନ୍ନ କଲ୍ୟାଣମୂଳକ କାର୍ଯ୍ୟକ୍ରମ ଓ ବ୍ୟକ୍ତିତ୍ୱ ସମ୍ବନ୍ଧିତ ୭୦ଟି ଭିନ୍ନ ଭିନ୍ନ ଭିଡିଓ/ଫଟୋଚିତ୍ର ପ୍ରଦର୍ଶନୀ ସୋସିଆଲ ମିଡିଆ ଜରିଆରେ ଅନୁଷ୍ଠିତ ହେବ। ୧୬ତାରିଖରେ ରାଜ୍ୟର ସମସ୍ତ ମଣ୍ଡଳର ୨ଟି ଗରିବ ବସ୍ତି ଓ ଡାକ୍ତରଖାନାରେ ଫଳ ବଣ୍ଟନ କରାଯିବ । ୧୭ରେ ରାଜ୍ୟର ୭୦ ସ୍ଥାନରେ ରକ୍ତଦାନ ଶିବିର ଆୟୋଜନ କରାଯିବ ।

ଆବଶ୍ୟକତା ଅନୁଯାୟୀ ଓ ଡାକ୍ତରଖାନା ମାଧ୍ୟମରେ ୭୦ଜଣଙ୍କୁ ପ୍ଲାଜ୍‌ମା ଦାନ କରାଯିବ । ୧୮ ଓ ୧୯ ତାରିଖରେ ମୋଦିଙ୍କ ବ୍ୟକ୍ତିତ୍ୱ ଓ ନେତୃତ୍ୱକୁ ନେଇ ୱେବିନାର ଭିଡିଓ କନ୍‌ଫରେନ୍ସ ଜରିଆରେ ରାଜ୍ୟର ୨ଟି ସ୍ଥାନରେ ଭର୍ଚୁଆଲ ମିଟିଂର ଆୟୋଜନ କରାଯିବ । ଏହି ମିଟିଂରେ ସମାଜର ପ୍ରମୁଖ ବୁଦ୍ଧିଜୀବୀ ଓ ନାଗରିକମାନେ ଯୋଗଦେବେ । ୨୦ ତାରିଖରେ ପ୍ରତ୍ୟେକ ଜିଲାର ୭୦ ଗ୍ରାମରେ ସ୍ବଚ୍ଛତା ଅଭିଯାନ କରାଯିବା ସହ ବ୍ୟବହୃତ ପ୍ଲାଷ୍ଟିକ (ସିଙ୍ଗଲ ୟୁଜ୍‌ଡ ପ୍ଲାଷ୍ଟିକ) ବର୍ଜନ ପାଇଁ କାର୍ଯ୍ୟକର୍ତ୍ତାମାନେ ସଂକଳ୍ପ ନେବେ । ଏହି କାର୍ଯ୍ୟକ୍ରମରେ ସମସ୍ତ ଏମ୍‌ପି, ବିଧାୟକ, ଜିଲା ପରିଷଦ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ, ସମସ୍ତ ନିର୍ବାଚିତ ଜନ ପ୍ରତିନିଧିଙ୍କ ସହ ପଦାଧିକାରୀ ଓ କାର୍ଯ୍ୟକର୍ତ୍ତାମାନେ କୋଭିଡ୍‌-୧୯ ନୀତିନିୟମକୁ ମାନି ଭାଗନେବାକୁ ରାଜ୍ୟ ସଭାପତି ସମୀର ମହାନ୍ତି ଅନୁରୋଧ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri