ଦିଶାହୀନ ‘ଯାଯାବର’

ଢେଙ୍କାନାଳ ଅଫିସ, ୨୩।୩: କଟକ ଜିଲା ମଙ୍ଗୁଳିରୁ ଢେଙ୍କାନାଳକୁ ସଂଯୋଗ କରୁଥିବା ୫୫ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ପର୍ଯ୍ୟଟକଙ୍କୁ ଉତ୍ତମ ସେବା ଯୋଗାଇ ଦେବାକୁ ନିର୍ମିତ ହୋଇଥିବା ‘ଯାଯାବର’ ଏବଂ ‘ପାନ୍ଥିକା’ କାମରେ ଆସୁନାହିଁ। ୪ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ନିର୍ମିତ ଏହି ଅତ୍ୟାଧୁନିକ ପାନ୍ଥନିବାସ ରକ୍ଷଣାବେକ୍ଷଣ ଅଭାବରୁ ଭୂତକୋଠିରେ ପରିଣତ ହୋଇଛି। ପର୍ଯ୍ୟଟନ ବିଭାଗ କେବଳ କୋଠା ନିର୍ମାଣ କରିଦେଇ ଚୁପ୍‌ ବସିଯାଇଥିବାବେଳେ ‘ଯାଯାବର’ ପରିସର ଲଟାବୁଦାରେ ଭର୍ତ୍ତି ହୋଇ ଅସାମାଜିକଙ୍କ ଆଡ୍ଡା ପାଲଟିଛି।
କେନ୍ଦ୍ରୀୟ ଏବଂ ପଶ୍ଚିମ ଓଡ଼ିଶାର ବିଭିନ୍ନ ପର୍ଯ୍ୟଟନସ୍ଥଳୀ ଭ୍ରମଣ କରିବା ଲାଗି ଆସୁଥିବା ପର୍ଯ୍ୟଟକଙ୍କ ସୁବିଧା ଲାଗି ଢେଙ୍କାନାଳ-କଟକ ସୀମାନ୍ତ ୫୫ନଂ. ଜାତୀୟ ରାଜପଥ ପାର୍ଶ୍ୱର ତୋଟାପଡ଼ା, ଢେଙ୍କାନାଳ ଜିଲାର ଗୋବିନ୍ଦପୁରରେ ରହିଛି ‘ଯାଯାବର’। ସେହିପରି ଢେଙ୍କାନାଳ-ଅନୁଗୋଳ ସୀମାନ୍ତ କଣ୍ଟାବଣିଆରେ ନିର୍ମିତ ହୋଇଛି ‘ପାନ୍ଥିକା’। ହେଲେ ଲୋକାର୍ପଣ ହେବା ପରେ ଏହା ବ୍ୟବହାରରେ ଆସୁନାହିଁ। ରକ୍ଷଣାବେକ୍ଷଣ ଅଭାବରୁ ଏହା ଏବେ ପରିତ୍ୟକ୍ତ ହେବାକୁ ବସିଛି। ତେବେ ଦୀର୍ଘଦିନ ପରେ ଏହାକୁ ନେଇ ତତ୍ପରତା ଦେଖାଇଛି ପର୍ଯ୍ୟଟନ ବିଭାଗ। ମିଶନ ଶକ୍ତି ଏବଂ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)କୁ ଏହାର ପରିଚାଳନା ଦାୟିତ୍ୱ ପ୍ରଦାନ କରିବାକୁ ମଙ୍ଗଳବାର ନିଷ୍ପତ୍ତି ହୋଇଛି।
ସୂଚନାଯୋଗ୍ୟ, ୨୦୧୮-୧୯ରେ ତୋଟାପଡ଼ା ଏବଂ ଗୋବିନ୍ଦପୁରଠାରେ ଆରମ୍ଭ ହୋଇଥିଲା ‘ଯାଯାବର’ ପ୍ରକଳ୍ପ। ଏଥିରେ ପ୍ରାୟ ୧ କୋଟି ୮୫ ଲକ୍ଷ ଟଙ୍କା ଲେଖାଏ ଖର୍ଚ୍ଚ ହୋଇଥିବାବେଳେ ୨୦୨୦ରୁ ଉକ୍ତ ଦୁଇ କୋଠା ପର୍ଯ୍ୟଟକଙ୍କ ଅପେକ୍ଷାରେ ରହିଛି। ସେହିପରି ୧୯୯୬ରେ କଣ୍ଟାବଣିଆ ଅଞ୍ଚଳରେ ପର୍ଯ୍ୟଟନ ବିଭାଗ ପକ୍ଷରୁ କୋଟିଏ ଟଙ୍କା ବ୍ୟୟରେ ନିର୍ମିତ ହୋଇଥିଲା ‘ପାନ୍ଥିକା’। ଶିଳ୍ପାଞ୍ଚଳରେ ନିର୍ମିତ ଏହି ପ୍ରକଳ୍ପ ବାହାର ରାଜ୍ୟରୁ ଆସୁଥିବା ଶ୍ରମିକଙ୍କ ରହଣିସ୍ଥଳ ପାଲଟିଥିଲା। ତେବେ ଏଠାରେ ଘଟିଥିବା ଏକ ହତ୍ୟାକାଣ୍ଡ ପରେ ପର୍ଯ୍ୟଟକ, ଶ୍ରମିକମାନେ ଏଠାରୁ ମୁହଁ ଫେରାଇନେଲେ। ଦୀର୍ଘଦିନ ଧରି ଏହା ଆଉ ବ୍ୟବହାରରେ ନ ଆସି ପରିତ୍ୟକ୍ତ ହୋଇ ପଡ଼ିଛି। ଦୀର୍ଘ ବର୍ଷ ବିତିଯାଇଥିଲେ ମଧ୍ୟ ଏହାକୁ କିପରି କାର୍ଯ୍ୟକ୍ଷମ କରି ରାଜସ୍ବ ଆଦାୟର ମାଧ୍ୟମ କରାଯାଇପାରିବ ସେ ଦିଗରେ କେହି ଆନ୍ତରିକତା ଦେଖାଉ ନ ଥିଲେ। ଏହାକୁ ନେଇ ଅସନ୍ତୋଷ ତୀବ୍ର ହେବା ପରେ ଅବହେଳିତ ‘ଯାଯାବର ଏବଂ ‘ପାନ୍ଥିକା’ ପ୍ରତି ସରକାରଙ୍କ ଦୃଷ୍ଟି ପଡ଼ିଛି।
ଏ ସଂକ୍ରାନ୍ତରେ ଜିଲା ପର୍ଯ୍ୟଟନ ଅଧିକାରୀ ଜଗଦୀଶ ରାୟ କୁହନ୍ତି, ଉକ୍ତ ୩ ପ୍ରକଳ୍ପକୁ ମିଶନ ଶକ୍ତି ଏବଂ ଏସ୍‌ଏଚ୍‌ଜିକୁ ହସ୍ତାନ୍ତର କରିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଜିଲା ମିଶନ ଶକ୍ତି ପ୍ରକଳ୍ପ ଅଧିକାରୀ ମୋନାଲିସା ଭଞ୍ଜ କୁହନ୍ତି, ଏସ୍‌ଏଚ୍‌ଜିକୁ ‘ଯାଯାବର’ ପରିଚାଳନା ଦାୟିତ୍ୱ ଦେବା ପାଇଁ ସରକାରଙ୍କ ପକ୍ଷରୁ ପତ୍ର ମାଧ୍ୟମରେ ଅବଗତ କରାଯାଇଛି। ତେବେ ଏହାକୁ କିଭଳି ଭାବେ ବ୍ୟବହାର କରାଯାଇପାରିବ, ତାହା ଆଲୋଚନା ପରେ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ

ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ…

Chanakya Niti: ସ୍ତ୍ରୀଙ୍କ ପାଖରେ ସବୁବେଳେ ସ୍ବାମୀ ଏହି ୫ କଥା ଲୁଚାଇ ରଖିବା ଜରୁରୀ, ନଚେତ୍‌…

ସଫଳ ଏବଂ ସୁଖମୟ ଜୀବନ ବିତାଇବା ପାଇଁ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଅତ୍ୟନ୍ତ ମାର୍ଗଦର୍ଶକ ସାବ୍ୟସ୍ତ ହୋଇଥାଏ। ନିଜର ଆତ୍ମସମ୍ମାନ, ସମ୍ପର୍କ ଏବଂ ସାମାଜିକ ପ୍ରତିଷ୍ଠାକୁ ବଜାୟ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

ଆଟଲାଣ୍ଟିକ ମହାସାଗର ଉପରେ ରହସ୍ୟଜନକ ଭାବେ ନିଖୋଜ ହେଲା ବିମାନ, ସାମ୍ନାକୁ ଆସିଲା ପାଇଲଟ୍‌ଙ୍କ ଶେଷ କଲ୍‌

ନୂଆଦିଲ୍‌ଲୀ,୪।୧୦: ଆଟଲାଣ୍ଟିକ ମହାସାଗର ଉପରେ ଉଡ଼ାଣ ଭରୁଥିବା ଏକ ବିମାନ ନିଖୋଜ ହୋଇଯାଇଛି, ଯାହା ଏକ ମେଡିକାଲ ଜେଟ ଅର୍ଥାତ ଏୟାର ଆମ୍ୱୁଲାନ୍ସ ଅଟେ। ଏଥିରେ ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?