ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖା କରୁଛି ବ୍ଲକ ପ୍ରଶାସନ

ଜଗତ୍‌ସିଂହପୁର ଅଫିସ, ୭ା୯: ଜଗତ୍‌ସିଂହପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତରେ ନିର୍ବାଚିତ ସରପଞ୍ଚ ଓ ସମିତି ସଭ୍ୟଙ୍କୁ ଅଣଦେଖା କରାଯାଉଛି। ମାତ୍ର ପଞ୍ଚାୟତିରାଜ ବିଭାଗ ପକ୍ଷରୁ ବ୍ଲକକୁ ଆସୁଥିବା ବିଭିନ୍ନ ଯୋଜନାର ଅର୍ଥ ତଥା ସ୍ବତନ୍ତ୍ର ଅନୁଦାନକୁ ଦଳୀୟ ଭିତ୍ତିରେ ଚୟନ ସହ ଶାସକ ଦଳର କର୍ମୀଙ୍କୁ ଆବଣ୍ଟନ କରାଯାଉଛି। ଅନେକ ସରପଞ୍ଚ ଓ ସମିତି ସଭ୍ୟ ଏ ବାବଦରେ ଅନ୍ଧାରରେ ରହୁଛନ୍ତି। ସୋମବାର ଜଗତ୍‌ସିଂହପୁର ବ୍ଲକ ଅଞ୍ଚଳର ନିର୍ବାଚିତ କଂଗ୍ରେସ ସମର୍ଥିତ ସରପଞ୍ଚ ଓ ସମିତି ସଭ୍ୟମାନେ ଏଭଳି ଅଭିଯୋଗ କରିଛନ୍ତି। ଏହି ସମସ୍ୟାର ସମାଧାନ ପାଇଁ ସେମାନେ ଜିଲାପାଳଙ୍କ ଉଦ୍ଦେଶ୍ୟରେ ବିଡିଓ ସାଗର ନନ୍ଦଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି । ଏହାର ଏକ ନକଲ ଡିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ପ୍ରଦାନ କରିଛନ୍ତି। ଦାବିପତ୍ରରେ ଉଲ୍ଲେଖ ଅଛି, ବିଧବା ଓ ଭିନ୍ନକ୍ଷମଙ୍କୁ ସାମାଜିକ ସୁରକ୍ଷା ଯୋଜନାରେ ସାମିଲ କରିବାରେ ବ୍ଲକ ପ୍ରଶାସନ ମନମାନି କରୁଛି। ଏପରି କି ନିର୍ବାଚିତ ପ୍ରତିତନିଧିମାନଙ୍କୁ ଅଭଦ୍ରୋଚିତ ବ୍ୟବହାର ପ୍ରଦର୍ଶନ କରାଯାଉଛି। ଅନ୍ୟପଟେ ସରକାରୀ ଦଳ ସମର୍ଥିତ ପଞ୍ଚାୟତ ପ୍ରତିନିଧିମାନଙ୍କ କଥାକୁ ଗୁରୁତ୍ୱ ଦିଆଯାଇ ହିତାଧିକାରୀ ଚୟନ କରାଯାଉଛି। ପଞ୍ଚାୟତ ନିର୍ବାଚନ ଶେଷ ହେବାର ଇତିମଧ୍ୟରେ ୬ ମାସ ଅତିକ୍ରାନ୍ତ ହୋଇଥିଲେ ସୁଦ୍ଧା ବିଭିନ୍ନ ପଞ୍ଚାୟତରେ ଏ ପର୍ଯ୍ୟନ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଯୋଗ ଦେଇନାହାନ୍ତି। ଏଥିଯୋଗୁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ବାଧାପ୍ରାପ୍ତ ହୋଇଛି। ଜଗତ୍‌ସିଂହପୁର ବ୍ଲକ ଅନ୍ତର୍ଗତ ମୁଦୁପୁର ପଞ୍ଚାୟତରେ ନିର୍ମାଣ ହେବାକୁ ଥିବା କଲ୍ୟାଣ ମଣ୍ଡପ କାର୍ଯ୍ୟ ଜାଣିଶୁଣି ବ୍ଲକ ପ୍ରଶାସନ ଅବହେଳା କରୁଛି। ୫-ଟି ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟ ରୂପାନ୍ତରିକରଣ କାର୍ଯ୍ୟରେ ବ୍ଲକ ପ୍ରଶାସନ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖା କରିବା ସହ ଶାସକ ଦଳର କିଛି କର୍ମୀଙ୍କ ପ୍ରରୋଚନାରେ କାମ ଜାରି ରଖିଛି। ଏନେଇ ନିର୍ବାଚିତ ସରପଞ୍ଚ ଓ ସମିତି ସଭ୍ୟଙ୍କ ପରାମର୍ଶ ଓ ସହଯୋଗରେ ଉନ୍ନୟନମୂଳକ କାର୍ଯ୍ୟ ଆଗେଇ ନେବାକୁ ପ୍ରତିନିଧିମାନେ ଦାବି କରିଛନ୍ତି । ଏହି ଦାବିପତ୍ର ପ୍ରଦାନ ସମୟରେ ଜିଲା କଂଗ୍ରେସ ସଭାପତି ନଟବର ବାରିକ, ପିସିସି ସମ୍ପାଦକ ତଥା ଜଗତ୍‌ସିଂହପୁର ପୂର୍ବତନ ପୌରାଧ୍ୟକ୍ଷ ବିପ୍ଳବ ଚୌଧୁରୀ, ବ୍ଲକ କଂଗ୍ରେସ ସଭାପତି ଅଦ୍ୱୈତ ଜେନା, ରାଜ୍ୟ ଛାତ୍ର କଂଗ୍ରେସ ସାଧାରଣ ସମ୍ପାଦକ କୃଷ୍ଣଚନ୍ଦ୍ର ପ୍ରଧାନଙ୍କ ସମେତ ହିମାଂଶୁ ଭୂଷଣ ପରିଡ଼ା, ଲିପକ ସାହୁ, ତୋଫାୟା ବେଗମ, ସିଦ୍ଧାର୍ଥ ଶଙ୍କର ରାୟ, ପ୍ରମୋଦ କୁମାର ସାହୁ, ଦୁର୍ଗା ମାଧବା ବିଶୋଇ, କୌଶଲ୍ୟା ଦାସ, ମେନକା ଦାସ, ଦେବଜାନୀ ଦାସ ଓ ପୁଷ୍ପଲତା ଦାସ ପ୍ରମୁଖ ଉପସ୍ଥିତ ଥିଲେ। ଏ ସମ୍ପର୍କରେ ଜଗତ୍‌ସିଂହପୁର ବିଡିଓ ନନ୍ଦଙ୍କ ସହ ଯୋଗାଯୋଗ ପାଇଁ ଉଦ୍ୟମ କରାଯାଇଥିଲେ ମଧ୍ୟ ସମ୍ଭବ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri