ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖା କରୁଛି ବ୍ଲକ ପ୍ରଶାସନ

ଜଗତ୍‌ସିଂହପୁର ଅଫିସ, ୭ା୯: ଜଗତ୍‌ସିଂହପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତରେ ନିର୍ବାଚିତ ସରପଞ୍ଚ ଓ ସମିତି ସଭ୍ୟଙ୍କୁ ଅଣଦେଖା କରାଯାଉଛି। ମାତ୍ର ପଞ୍ଚାୟତିରାଜ ବିଭାଗ ପକ୍ଷରୁ ବ୍ଲକକୁ ଆସୁଥିବା ବିଭିନ୍ନ ଯୋଜନାର ଅର୍ଥ ତଥା ସ୍ବତନ୍ତ୍ର ଅନୁଦାନକୁ ଦଳୀୟ ଭିତ୍ତିରେ ଚୟନ ସହ ଶାସକ ଦଳର କର୍ମୀଙ୍କୁ ଆବଣ୍ଟନ କରାଯାଉଛି। ଅନେକ ସରପଞ୍ଚ ଓ ସମିତି ସଭ୍ୟ ଏ ବାବଦରେ ଅନ୍ଧାରରେ ରହୁଛନ୍ତି। ସୋମବାର ଜଗତ୍‌ସିଂହପୁର ବ୍ଲକ ଅଞ୍ଚଳର ନିର୍ବାଚିତ କଂଗ୍ରେସ ସମର୍ଥିତ ସରପଞ୍ଚ ଓ ସମିତି ସଭ୍ୟମାନେ ଏଭଳି ଅଭିଯୋଗ କରିଛନ୍ତି। ଏହି ସମସ୍ୟାର ସମାଧାନ ପାଇଁ ସେମାନେ ଜିଲାପାଳଙ୍କ ଉଦ୍ଦେଶ୍ୟରେ ବିଡିଓ ସାଗର ନନ୍ଦଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି । ଏହାର ଏକ ନକଲ ଡିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ପ୍ରଦାନ କରିଛନ୍ତି। ଦାବିପତ୍ରରେ ଉଲ୍ଲେଖ ଅଛି, ବିଧବା ଓ ଭିନ୍ନକ୍ଷମଙ୍କୁ ସାମାଜିକ ସୁରକ୍ଷା ଯୋଜନାରେ ସାମିଲ କରିବାରେ ବ୍ଲକ ପ୍ରଶାସନ ମନମାନି କରୁଛି। ଏପରି କି ନିର୍ବାଚିତ ପ୍ରତିତନିଧିମାନଙ୍କୁ ଅଭଦ୍ରୋଚିତ ବ୍ୟବହାର ପ୍ରଦର୍ଶନ କରାଯାଉଛି। ଅନ୍ୟପଟେ ସରକାରୀ ଦଳ ସମର୍ଥିତ ପଞ୍ଚାୟତ ପ୍ରତିନିଧିମାନଙ୍କ କଥାକୁ ଗୁରୁତ୍ୱ ଦିଆଯାଇ ହିତାଧିକାରୀ ଚୟନ କରାଯାଉଛି। ପଞ୍ଚାୟତ ନିର୍ବାଚନ ଶେଷ ହେବାର ଇତିମଧ୍ୟରେ ୬ ମାସ ଅତିକ୍ରାନ୍ତ ହୋଇଥିଲେ ସୁଦ୍ଧା ବିଭିନ୍ନ ପଞ୍ଚାୟତରେ ଏ ପର୍ଯ୍ୟନ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଯୋଗ ଦେଇନାହାନ୍ତି। ଏଥିଯୋଗୁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ବାଧାପ୍ରାପ୍ତ ହୋଇଛି। ଜଗତ୍‌ସିଂହପୁର ବ୍ଲକ ଅନ୍ତର୍ଗତ ମୁଦୁପୁର ପଞ୍ଚାୟତରେ ନିର୍ମାଣ ହେବାକୁ ଥିବା କଲ୍ୟାଣ ମଣ୍ଡପ କାର୍ଯ୍ୟ ଜାଣିଶୁଣି ବ୍ଲକ ପ୍ରଶାସନ ଅବହେଳା କରୁଛି। ୫-ଟି ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟ ରୂପାନ୍ତରିକରଣ କାର୍ଯ୍ୟରେ ବ୍ଲକ ପ୍ରଶାସନ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖା କରିବା ସହ ଶାସକ ଦଳର କିଛି କର୍ମୀଙ୍କ ପ୍ରରୋଚନାରେ କାମ ଜାରି ରଖିଛି। ଏନେଇ ନିର୍ବାଚିତ ସରପଞ୍ଚ ଓ ସମିତି ସଭ୍ୟଙ୍କ ପରାମର୍ଶ ଓ ସହଯୋଗରେ ଉନ୍ନୟନମୂଳକ କାର୍ଯ୍ୟ ଆଗେଇ ନେବାକୁ ପ୍ରତିନିଧିମାନେ ଦାବି କରିଛନ୍ତି । ଏହି ଦାବିପତ୍ର ପ୍ରଦାନ ସମୟରେ ଜିଲା କଂଗ୍ରେସ ସଭାପତି ନଟବର ବାରିକ, ପିସିସି ସମ୍ପାଦକ ତଥା ଜଗତ୍‌ସିଂହପୁର ପୂର୍ବତନ ପୌରାଧ୍ୟକ୍ଷ ବିପ୍ଳବ ଚୌଧୁରୀ, ବ୍ଲକ କଂଗ୍ରେସ ସଭାପତି ଅଦ୍ୱୈତ ଜେନା, ରାଜ୍ୟ ଛାତ୍ର କଂଗ୍ରେସ ସାଧାରଣ ସମ୍ପାଦକ କୃଷ୍ଣଚନ୍ଦ୍ର ପ୍ରଧାନଙ୍କ ସମେତ ହିମାଂଶୁ ଭୂଷଣ ପରିଡ଼ା, ଲିପକ ସାହୁ, ତୋଫାୟା ବେଗମ, ସିଦ୍ଧାର୍ଥ ଶଙ୍କର ରାୟ, ପ୍ରମୋଦ କୁମାର ସାହୁ, ଦୁର୍ଗା ମାଧବା ବିଶୋଇ, କୌଶଲ୍ୟା ଦାସ, ମେନକା ଦାସ, ଦେବଜାନୀ ଦାସ ଓ ପୁଷ୍ପଲତା ଦାସ ପ୍ରମୁଖ ଉପସ୍ଥିତ ଥିଲେ। ଏ ସମ୍ପର୍କରେ ଜଗତ୍‌ସିଂହପୁର ବିଡିଓ ନନ୍ଦଙ୍କ ସହ ଯୋଗାଯୋଗ ପାଇଁ ଉଦ୍ୟମ କରାଯାଇଥିଲେ ମଧ୍ୟ ସମ୍ଭବ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri