ବ୍ଲକ ପ୍ରଶାସନ ଅଜାଣତରେ ନିର୍ମାଣ ହେଉଛି କମ୍ପୋଷ୍ଟ କୁଣ୍ଡ

ନବରଙ୍ଗପୁର,୯।୬(ବି.ପ୍ର.): ସରକାରଙ୍କ ଯୋଜନା ଓ କାର୍ଯ୍ୟକ୍ରମ ଫସର ଫାଟି ଯାଉଛି। ସରକାରୀ ବାବୁଙ୍କ ଅଜାଣତରେ ହୋଇଯାଉଛି ଅନେକ କାର୍ଯ୍ୟ। ଅଭିଯୋଗ ହେଲେ ତଦନ୍ତ ନାଁରେ ଘଟଣା ଚପାଇ ଦିଆଯାଉଛି। ଏହିଭଳି ଏକ ଘଟଣା ଘଟିଛି ପଣ୍ଡିକୋଟ ପଞ୍ଚାୟତରେ। ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ପଣ୍ଡିକୋଟ ପଞ୍ଚାୟତରେ ୪୨ ଗୋଟି କମ୍ପୋଷ୍ଟ କୁଣ୍ଡ ନିର୍ମାଣ ହୋଇଛି। ଏହି କାର୍ଯ୍ୟ ପାଇଁ ବ୍ଲକସ୍ତରରେ ଫାଇଲ ଖୋଲା ଯାଇନାହିଁ। ଉକ୍ତ କାର୍ଯ୍ୟ ପାଇଁ ବିଡିଓଙ୍କ ଅନୁମତି ମଧ୍ୟ ମିଳିନାହିଁ। କେଉଁ ସ୍ଥାନମାନଙ୍କରେ ନିର୍ମାଣ କରାଯିବ ତାହାର ସ୍ଥାନ ମଧ୍ୟ ନିରୁପଣ ହୋଇନାହିଁ। ପ୍ରତି କୁଣ୍ଡ କେଉଁ ଆକାରର କରାଯିବ ତାହା ମଧ୍ୟ ଏ ଯାଏ କାହା ପାଖରେ ତଥ୍ୟ ନାହିଁ। ନିର୍ମାଣ କରୁଥିବା ବ୍ୟକ୍ତି ଜଣକ ଏଯାଏ କାର୍ଯ୍ୟାଦେଶ ମଧ୍ୟ ପାଇଁ ନାହାନ୍ତି। ତଥାପି ଶାସକ ଦଳର କେତେକ ନେତାଙ୍କ ନିର୍ଦ୍ଦେଶରେ ଜଣେ ବ୍ୟକ୍ତି ୪୨ଟି କମ୍ପୋଷ୍ଟ କୁଣ୍ଡ ନିର୍ମାଣ କରିଛନ୍ତି। ପ୍ରତି କୁଣ୍ଡ ପିଛା ସରକାର ୨୫ ହଜାର ଟଙ୍କା ଖର୍ଚ୍ଚ କରୁଛନ୍ତି। ଚଞ୍ଚକତା କରି ଓ ନିମ୍ନମାନର କାମ କରି ମୁନାଫା ଅର୍ଜନ କରିବାକୁ ଉଦ୍ୟମ ଚଲାଇଛନ୍ତି। ଏନେଇ ପାପଡାହାଣ୍ଡି ବ୍ଲକ କଂଗ୍ରେସ ସାଧାରଣ ସମ୍ପାଦକ ବିଭୁତି ପ୍ରସାଦ ପଣ୍ଡା ବିଡ଼ିଓଙ୍କୁ ଲିଖିତ ଅଭିଯୋଗ କରିବା ପରେ ଏହାର ତଦନ୍ତ ପାଇଁ କନିଷ୍ଠ ଯନ୍ତ୍ରୀ ଓ ସହକାରୀ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ବିଡ଼ିଓ ରଞ୍ଜିତା ମଲ୍ଲିକଙ୍କୁ ପଚାରିବାରୁ ଅଭିଯୋଗ କ୍ରମେ ତଦନ୍ତ ପାଇଁ ଦିଆଯାଇଛି। ତଦନ୍ତ ରିପୋର୍ଟ ଆସିବା ପରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

୩୩ ଭୂମିହୀନଙ୍କ ମୁହଁରେ ଫୁଟିଲା ହସ, ସମସ୍ତଙ୍କୁ ମିଳିଲା…

ଝରିଗାଁ,୧୨ା୩(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକର ଭୂମିହୀନଙ୍କୁ ବସୁନ୍ଧରା ଯୋଜନାରେ ଗୁରୁବାର ତହସିଲ ପକ୍ଷରୁ ପଟ୍ଟା ବଣ୍ଟନ କରାଯାଇଛି। ତହସିଲଦାର ସୁମନ୍ତ ପାତ୍ରଙ୍କ ସଂଯୋଜନାରେ…

ସମ୍ପର୍କୀୟ ଦେଇଥିଲେ ଖବର, ବେକରେ ଭୁଜାଲି ଲଗାଇ ହାତ ଗୋଡ଼ ବାନ୍ଧି ଲୁଟିଥିଲେ ୭୦ ଲକ୍ଷ; ୭ଜଣ ଡକାୟତଙ୍କୁ ବାନ୍ଧି ବଡ଼ ପର୍ଦ୍ଦାଫାଶ କଲା…  

ଉମରକୋଟ,୩।୩(ସନ୍ତୋଷ ସତପଥୀ): ଉମରକୋଟ ଥାନା ଅଧୀନ କୋଚନିଆମ୍ବା ଗ୍ରାମରେ ଗତ ଫେବୃଆରୀ ୨୨ ଓ ୨୩ ତାରିଖ ମଧ୍ୟରାତ୍ରିରେ ବଡ଼ ଧରଣର ଡକାୟତି ହୋଇଥିଲା। ବେକରେ ଭୁଜାଲି…

୫ ଦିନ ପରେ ମିଳିଲା ପ୍ରଧାନଶିକ୍ଷକଙ୍କ ଝୁଲନ୍ତା ମୃତଦେହ, ପାଖରୁ ମିଳିଲା…

ଝରିଗାଁ,୨୫ା୨(କିଶୋର ଚନ୍ଦ୍ର ମଣ୍ଡଳ): ନିଖୋଜ ହେବାର ୫ ଦିନ ପରେ ମିଳିଲା ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କ ମୃତଦେହ। ଯାହାକି ପରିବାର ଏବଂ ବିଦ୍ୟାଳୟରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି।…

ଝିଅ ଅନ୍ୟଜାତିରେ ବିବାହ କରିବାରୁ ମଲାପରେ ବାପାଙ୍କୁ ମିଳିଲାନି ଚାରି କାନ୍ଧ, ବଡ଼ ପୁଅ ବି ଆସିଲେନି…

ନବରଙ୍ଗପୁର,୨୫।୨(ସଦାଶିବ ପ୍ରହରାଜ): ଆଜିର ସଭ୍ୟ ସମାଜରେ ଜାତିପ୍ରଥା ଭଳି ପରମ୍ପରା ବଞ୍ଚିରହିଛି । ଜାତିପ୍ରଥା ଯୋଗୁ ଶବକୁ ମିଳିଲାନି ଚାରି କାନ୍ଧ । ଏପରିକି ବଡ଼ ପୁଅ…

ମାରଣାସ୍ତ୍ର ଦେଖାଇ ବ୍ୟାବସାୟୀଙ୍କ ଘରୁ ଲୁଟ୍‌

ପାପଡ଼ାହାଣ୍ଡି,୨୪।୨(ସ୍ୱପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମୈଦଲପୁରର ସଦର ବ୍ୟବସାୟୀ କାଶୀନାଥ ଗୁପ୍ତାଙ୍କ ଘରୁ ବଡ଼ ଧରଣର ଲୁଟ୍‌ ହୋଇଛି। କଳା ମୁଖା ପିନ୍ଧା ଦୁବୃର୍ତ୍ତମାନେ…

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା ଶୁଭାରମ୍ଭ

ନବରଙ୍ଗପୁର,୧୪।୨(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲାରେ ସ୍ବାଧୀନତା ସଂଗ୍ରାମୀମାନଙ୍କ ଅବଦାନ ଓ ବଳିଦାନକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମନେପକାଇ ଶ୍ରଦ୍ଧାଞ୍ଜଳି ଜଣାଇବା ସହ କହିଛନ୍ତି, ଓଡ଼ିଶା ହେଉଛି କଳା…

୧୨ ଘଣ୍ଟିଆ ଉମରକୋଟ ବନ୍ଦ, କଣ ରହିଛି ପ୍ରଭାବ ଜାଣନ୍ତୁ

ଉମରକୋଟ,୧୦।୨(ସନ୍ତୋଷ ଶତପଥୀ): ଦୀର୍ଘ ଦିନର ଦାବି ପୂରଣ ନହେବାରୁ ମଙ୍ଗଳବାର ଆନ୍ଦୋଳନ ପଥକୁ ଓହ୍ଲାଇଛି ‘ଉମରକୋଟ ସଂଗ୍ରାମ ମଞ୍ଚ’ । ଆଜି ଉମରକୋଟ, ରାଇଘର, ଝରିଗାଁ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri