ବ୍ଲକ ପ୍ରଶାସନ ଅଜାଣତରେ ନିର୍ମାଣ ହେଉଛି କମ୍ପୋଷ୍ଟ କୁଣ୍ଡ

ନବରଙ୍ଗପୁର,୯।୬(ବି.ପ୍ର.): ସରକାରଙ୍କ ଯୋଜନା ଓ କାର୍ଯ୍ୟକ୍ରମ ଫସର ଫାଟି ଯାଉଛି। ସରକାରୀ ବାବୁଙ୍କ ଅଜାଣତରେ ହୋଇଯାଉଛି ଅନେକ କାର୍ଯ୍ୟ। ଅଭିଯୋଗ ହେଲେ ତଦନ୍ତ ନାଁରେ ଘଟଣା ଚପାଇ ଦିଆଯାଉଛି। ଏହିଭଳି ଏକ ଘଟଣା ଘଟିଛି ପଣ୍ଡିକୋଟ ପଞ୍ଚାୟତରେ। ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ପଣ୍ଡିକୋଟ ପଞ୍ଚାୟତରେ ୪୨ ଗୋଟି କମ୍ପୋଷ୍ଟ କୁଣ୍ଡ ନିର୍ମାଣ ହୋଇଛି। ଏହି କାର୍ଯ୍ୟ ପାଇଁ ବ୍ଲକସ୍ତରରେ ଫାଇଲ ଖୋଲା ଯାଇନାହିଁ। ଉକ୍ତ କାର୍ଯ୍ୟ ପାଇଁ ବିଡିଓଙ୍କ ଅନୁମତି ମଧ୍ୟ ମିଳିନାହିଁ। କେଉଁ ସ୍ଥାନମାନଙ୍କରେ ନିର୍ମାଣ କରାଯିବ ତାହାର ସ୍ଥାନ ମଧ୍ୟ ନିରୁପଣ ହୋଇନାହିଁ। ପ୍ରତି କୁଣ୍ଡ କେଉଁ ଆକାରର କରାଯିବ ତାହା ମଧ୍ୟ ଏ ଯାଏ କାହା ପାଖରେ ତଥ୍ୟ ନାହିଁ। ନିର୍ମାଣ କରୁଥିବା ବ୍ୟକ୍ତି ଜଣକ ଏଯାଏ କାର୍ଯ୍ୟାଦେଶ ମଧ୍ୟ ପାଇଁ ନାହାନ୍ତି। ତଥାପି ଶାସକ ଦଳର କେତେକ ନେତାଙ୍କ ନିର୍ଦ୍ଦେଶରେ ଜଣେ ବ୍ୟକ୍ତି ୪୨ଟି କମ୍ପୋଷ୍ଟ କୁଣ୍ଡ ନିର୍ମାଣ କରିଛନ୍ତି। ପ୍ରତି କୁଣ୍ଡ ପିଛା ସରକାର ୨୫ ହଜାର ଟଙ୍କା ଖର୍ଚ୍ଚ କରୁଛନ୍ତି। ଚଞ୍ଚକତା କରି ଓ ନିମ୍ନମାନର କାମ କରି ମୁନାଫା ଅର୍ଜନ କରିବାକୁ ଉଦ୍ୟମ ଚଲାଇଛନ୍ତି। ଏନେଇ ପାପଡାହାଣ୍ଡି ବ୍ଲକ କଂଗ୍ରେସ ସାଧାରଣ ସମ୍ପାଦକ ବିଭୁତି ପ୍ରସାଦ ପଣ୍ଡା ବିଡ଼ିଓଙ୍କୁ ଲିଖିତ ଅଭିଯୋଗ କରିବା ପରେ ଏହାର ତଦନ୍ତ ପାଇଁ କନିଷ୍ଠ ଯନ୍ତ୍ରୀ ଓ ସହକାରୀ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ବିଡ଼ିଓ ରଞ୍ଜିତା ମଲ୍ଲିକଙ୍କୁ ପଚାରିବାରୁ ଅଭିଯୋଗ କ୍ରମେ ତଦନ୍ତ ପାଇଁ ଦିଆଯାଇଛି। ତଦନ୍ତ ରିପୋର୍ଟ ଆସିବା ପରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଲୋକସଭା ପ୍ରାର୍ଥୀଙ୍କ ଗାଡ଼ିକୁ ଅଣ୍ଡା ମାଡ଼

ପାପଡ଼ାହାଣ୍ଡି, ୨୮।୩(ସ୍ବପ୍ନଜିତ ପଟ୍ଟନାୟକ)ନବରଙ୍ଗପୁର ଜିଲା ମଇଦଲପୁର ହାଟପଦାଠାରେ ବୁଧବାର ଭାଜପାର ନବରଙ୍ଗପୁର ଲୋକ ସଭା ପ୍ରାର୍ଥୀ ବଳଭଦ୍ର ମାଝିଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ ହୋଇଛି। ବଳଭଦ୍ର...

ସିସି କ୍ୟାମେରାରେ କାଦୁଅ ଲଗାଇ କରୁଥିଲେ ବ୍ୟାଙ୍କ ଚୋରି: ସାଇରନ ବାଜିବାରୁ…

ଉମରକୋଟ, ୨୨।୩(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ସହର ମାଁ ପେଣ୍ଡ୍ରାଣୀ ମନ୍ଦିର ନିକଟରେ ଥିବା ଉତ୍କର୍ଷ ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କରେ କିଛି ଦୁର୍ବୁତ୍ତ ଲୁଟ୍‌...

ପିଇବା ପାଣି ପାଇଁ ପ୍ରକୃତି ସାହା

ତେନ୍ତୁଳିଖୁଣ୍ଟି,୨୨।୩(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ପାତ୍ରପୁଟ ପଞ୍ଚାୟତ କଳାହାଣ୍ଡି ସୀମାନ୍ତ ପାହାଡ଼ ତଳି ଗାଁ ଝରଣଗୁଡ଼ା। ଗ୍ରାମବାସୀଙ୍କ ପିଇବା ପାଣି ପାଇଁ ପ୍ରକୃତି...

ଶିକ୍ଷକଙ୍କ ମାଡ଼ରେ ନର୍ସରି ଛାତ୍ର ଲହୁଲୁହାଣ

ରାଇଘର,୨୨ା୩(କିରଣ ପଟ୍ଟନାୟକ):ନବରଙ୍ଗପୁର ଜିଲା କୁନ୍ଦେଇ ଥାନା ଅଧୀନ କାନାଡିହି ଗ୍ରାମର ଜଣେ ଛାତ୍ର ସ୍କୁଲ ଶିକ୍ଷକଙ୍କ ମାଡ଼ରେ ଲହୁଲୁହାଣ ହୋଇଛନ୍ତି। ସମ୍ପୃକ୍ତ ଶିକ୍ଷକଙ୍କ ନାମରେ ଛାତ୍ରଙ୍କ...

କେନ୍ଦ୍ର ସରକାରଙ୍କ ଯୋଜନାର ପ୍ରଚାରକଲେ

ଉମରକୋଟ, ୨୦।୩(ସନ୍ତୋଷ ଶତପଥୀ): ଛତିଶଗଡ଼ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା ମଙ୍ଗଳବାର ଉମରକୋଟ ଗସ୍ତ କରିଥିଲେ। ସେ ପ୍ରଥମେ ସ୍ଥାନୀୟ ଏକ ଚା’ ଦୋକାନରେ ଦଳୀୟ କର୍ମୀଙ୍କ...

ପରୀକ୍ଷା ଦେବାକୁ ଯାଉଥିଲେ ୨ ଛାତ୍ର: ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ

ପାପଡ଼ାହାଣ୍ଡି,୧୯।୩(ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି-ନବରଙ୍ଗପୁର ରାସ୍ତା ମୃଗବିହାର ନିକଟରେ ମଙ୍ଗଳବାର ଏକ ଗାଡ଼ି ଧକ୍କାରେ ଜଣେ କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ...

ମାଟି ତଳୁ ମୃତଦେହ କାଢ଼ି ତଦନ୍ତ

ଝରିଗାଁ,୧୨।୩(କିଶୋର ଚନ୍ଦ୍ର ମଣ୍ଡଳ):୪ ଦିନ ତଳେ ଜଣେ ବୃଦ୍ଧା ନିଖୋଜ ହୋଇଯାଇଥିଲେ। ସେ ଗୁଣିଗାରେଡ଼ି କରୁଥିବା ନେଇ ଗାଁର କେତେଜଣ ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ବୋଲି...

ଭାଇ ପରେ ଚାଲିଗଲା ଭଉଣୀର ଜୀବନ

ଝରିଗାଁ,୧୦।୩(କିଶୋର ଚନ୍ଦ୍ର ମଣ୍ଡଳ): ମାସେ ତଳେ କାମୁଡ଼ି ଥିଲା କୁକୁର। ପରିବାର ଲୋକେ କିନ୍ତୁ ଡାକ୍ତରଙ୍କୁ ନ ଦେଖାଇ ଜଡ଼ିବୁଟି ଚିକତ୍ସା କରାଇଥିଲେ। ଏବେ କୁକୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri