ଗାଡ଼ି ଅଟକାଇ ଆହତଙ୍କୁ ହସ୍ପିଟାଲ ନେଲେ ବ୍ଲକ ଅଧ୍ୟକ୍ଷ

ଆର. ଉଦୟଗିର,୮।୧୧(ଡି.ଏନ୍‌.ଏ): ମାନବିକତା ଦେଖାଇଲେ ଗଜପତି ଜିଲା ମୋହନା ବ୍ଲକ ଅଧ୍ୟକ୍ଷ ରଞ୍ଜୀବ ଶବର । ଜଣେ ଯୁବକ ଦୁର୍ଘଟଣାରେ ଆହତ ହୋଇ ରାସ୍ତାରେ ପଡ଼ି ଛଟପଟ ହେଉଥିଲେ। ଏହି ସମୟରେ ଅଧ୍ୟକ୍ଷ ଗାଡ଼ି ଅଟକାଇ ଯୁବକଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛନ୍ତି। ତାଙ୍କର ଏହି କାର୍ଯ୍ୟକୁ ଅଞ୍ଚଳରେ ପ୍ରଂଶସା କରାଯାଉଛି।
ସୂଚନା ଅନୁଯାୟୀ, ମେରାପଲି ଗାଁ ରାସ୍ତାରେ ଗଞ୍ଜାମ ଜିଲା ସାହସପୁର ଗାଁର ରବୀନ୍ଦ୍ର ମହାନ୍ତଙ୍କ ବାଇକ ଦୁର୍ଘଟଣା ହୋଇଥିଲା। ଏ ନେଇ ରବୀନ୍ଦ୍ର ଗୁରୁତର ହୋଇ ରାସ୍ତାରେ ପଡ଼ିଥିଲେ। ସ୍ଥାନୀୟ ଲୋକେ ଆମ୍ବୁଲାନ୍ସକୁ ଖବର ଦେଇଥିଲେ। ମାତ୍ର ଆମ୍ବୁଲାନ୍ସ ଆସିବା ବିଳମ୍ବ ହୋଇଥିଲା। ଏହି ସମୟରେ ମୋହନା ବ୍ଲକ ଅଧ୍ୟକ୍ଷ ଲୁହାଗୁଡ଼ି ଯାଉଥିଲା ବେଳେ ଗାଡ଼ି ଅଟକାଇ ରବୀନ୍ଦଙ୍କୁ ନେଇ ମୋହନା ମେଡିକାଲରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ଖବର ପାଇ ମୋହନା ଥାନା ଅଧିକାରୀ ପ୍ରଶାନ୍ତ ନିଶିକା ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri