ଅସରାଏ ବର୍ଷାରେ ବ୍ଲକ କାର୍ଯ୍ୟାଳୟ ଜଳବନ୍ଦୀ

ବାସୁଦେବପୁର,୧୪।୭(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କାର୍ଯ୍ୟାଳୟରେ ଗୁରୁବାର କୃତ୍ରିମ ବନ୍ୟା ଦେଖିବାକୁ ମିଳିଛି। ଅପରାହ୍ନରେ ଅସରାଏ ବର୍ଷାରେ ଅଫିସ୍‌ ପରିସର ଜଳମଗ୍ନ ହୋଇଛି। ଆଣ୍ଠୁଏ ଉଚ୍ଚର ପାଣି ଜମି ରହିବା ଫଳରେ ବନ୍ୟାର ଭ୍ରମ ସୃଷ୍ଟି କରିଛି। ବାସୁଦେବପୁର ଅତୀତରେ ୨ଥର ଶ୍ରେଷ୍ଠ ବ୍ଲକ ଭାବେ ପୁରସ୍କୃତ ହୋଇଛି। ହେଲେ ବ୍ଲକର ଅବସ୍ଥା କହିଲେ ନ ସରେ। ରାଜ୍ୟ ସରକାର ଭିତ୍ତିଭୂମି ବିକାଶ ପାଇଁ ପର୍ଯ୍ୟାପ୍ତ ଅର୍ଥ ମଞ୍ଜୁର କରୁଛନ୍ତି। ତାହାର ବିନିଯୋଗରେ ପଞ୍ଚାୟତର ବିକାଶ ହେଉଥିବା ବେଳେ ବ୍ଲକ କାର୍ଯ୍ୟାଳୟରେ ଏପରି ସମସ୍ୟା ଦେଖିବାକୁ ମିଳୁଛି। ଅଫିସ୍‌ ପରିସର କଂକ୍ରିଟ ହୋଇଥିବା ବେଳେ ବର୍ଷା ଜଳ ନିଷ୍କାସନ ପାଇଁ ଡ୍ରେନେଜ ବ୍ୟବସ୍ଥା ଠିକ୍‌ ଭାବେ କରାଯାଇ ନ ଥିବାରୁ ଏଭଳି ସମସ୍ୟା ଏଭଳି ସ୍ଥିତି ସୃଷ୍ଟି ହୋଇଛି। ବର୍ଷାପାଣି ଜମି ରହିଥିବାରୁ ବ୍ଲକ କାର୍ଯ୍ୟାଳୟକୁ ଯିବାଆସିବା କରିବା କଷ୍ଟକର ହୋଇଛି। ବ୍ଲକରେ ମାଳ ମାଳ ଯନ୍ତ୍ରୀ କାର୍ଯ୍ୟ କରୁଥିବା ବେଳେ ବ୍ଲକ ଅଫିସ୍‌ ପରିସରରେ କୃତ୍ରିମ ବନ୍ୟା ସ୍ଥିତି ସୃଷ୍ଟି ହେବା ଯନ୍ତ୍ରୀ ଓ ଅଧିକାରୀଙ୍କ କାର୍ଯ୍ୟ ପ୍ରତି ସନ୍ଦେହ ସୃଷ୍ଟି କରିଛି। ଡ୍ରେନେଜ୍‌ ବ୍ୟବସ୍ଥା ପ୍ରତି କାହାରି ନିଘା ନାହିଁ ବୋଲି ବୁଦ୍ଧିଜୀବୀମାନେ ମତବ୍ୟକ୍ତ କରିଛନ୍ତି।
ପରିସରରେ ଥିବା ସିଡିପିଓ, ପରିସଂଖ୍ୟାନ, ଯୋଗାଣ ବିଭାଗ, ମୋ ସରକାର, ବିଡିଓଙ୍କ କାର୍ଯ୍ୟାଳୟ ଆଦି ଜଳଘେରରେ ରହିଛି। ସେହିପରି ସାମାନ୍ୟ ବର୍ଷା ହେଲେ ବ୍ଲକର ପ୍ରବେଶପଥରେ ପାଣି ଜମି ରହି ଗନ୍ଧମୟ ପରିବେଶ ସୃଷ୍ଟି କରୁଛି। ଏ ସମ୍ପର୍କରେ ବିଡିଓ ସତ୍ୟଜିତ ରାଉତ କହିଛନ୍ତି, ଡ୍ରେନେଜ ବ୍ୟବସ୍ଥା ଠିକ୍‌ ଭାବେ କରିବାକୁ ପଦକ୍ଷେପ ନିଆଯାଉଛି। ବ୍ଲକର ଉତ୍ତର ଦିଗରେ ଏକ ନୂତନ କୋଠାଘରର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ଏହା ଜଳ ନିଷ୍କାସନରେ ପ୍ରତିବନ୍ଧକ ସୃଷ୍ଟି କରିଛି। ଏହି ଦିଗରେ ଥିବା ଡ୍ରେନ୍‌କୁ ସଫେଇ କରାଯାଇ ମୁଖ୍ୟ ଡ୍ରେନ୍‌କୁ ସଂଯୋଗ ହେଲେ ଜଳ ନିଷ୍କାସନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା ତୋରଣ ଭଙ୍ଗା ଘଟଣା: ଜନପ୍ରିୟ ସରକାରକୁ ବଦନାମ କରିବାକୁ ଚାଲିଛି ଚକ୍ରାନ୍ତ,ବରଗଡ଼ ଏମପି…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା ସବୁଠି ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତୁରନ୍ତ ଭିଜିଲାନ୍ସ ତଦନ୍ତ କରିବା ପାଇଁ ବରଗଡ଼…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ଉତ୍କଟ ପାନୀୟ ଜଳ ସମସ୍ୟା: ଗରା-ମାଠିଆ ଧରି ୨୦ କିଲୋମିଟର ପଦଯାତ୍ରା କଲେ ଶତାଧିକ ମହିଳା,ପ୍ରତିବାଦ…

ବଲାଙ୍ଗିର, ୨୬।୫ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଏବେ ଉତ୍କଟ ରୂପ ଧାରଣ କରିଛି। ପିଇବା ପାଣି…

କଂଗ୍ରେସର ବଡ଼ ନିଷ୍ପତ୍ତି: ୧୭ କର୍ମୀଙ୍କ ନିଲମ୍ବନ ପ୍ରତ୍ୟାହାର, ଚିଠି ଲେଖିଲେ ରାଜ୍ୟ ସଭାପତି

ଦାରିଙ୍ଗବାଡି, ୨୬।୫ (ଅରୁଣ ସାହୁ): କନ୍ଧମାଳ ଜିଲା ପ୍ରଦେଶ କଂଗ୍ରେସ କମିଟିର ଜିଲ୍ଲା ସଭାପତି ଚନ୍ଦ୍ରଶେଖର ପରିଡା ଗତ କିଛି ଦିନ ପୁର୍ବରୁ ଦାରିଙ୍ଗବାଡି ଏବଂ ରାଇକିଆ…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ: ଶତରୁଦ୍ର ମହାଯଜ୍ଞରେ ପୂଜାର୍ଚ୍ଚନା କଲେ ଖଣି ମନ୍ତ୍ରୀ

ଦିଗପହଣ୍ଡି,୨୬।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର ମହାଯଜ୍ଞର…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri