ମରୁଡ଼ି ଘୋଷଣା ପାଇଁ ଜିଲାପାଳଙ୍କୁ ଭେଟିଲେ ବ୍ଲକ ଉପାଧ୍ୟକ୍ଷ

କୋକସରା,୬ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକରେ ସମ୍ଭାବ୍ୟ ମରୁଡ଼ି ପରିସ୍ଥିତିକୁ ନେଇ ବ୍ଲକର ୨୨ ପଞ୍ଚାୟତକୁ ମରୁଡ଼ି ଘୋଷଣା  ସହ କୃଷି ଋଣ ଛାଡ଼ କରିବାକୁ କଳାହାଣ୍ଡି ଜିଲାପାଳ ପି. ଅନ୍ବେଷା ରେଡ୍ଡୀଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରଓ୍ବାଲ। ଚଳିତ ବର୍ଷ ଅନାବୃଷ୍ଟି କାରଣରୁ କୋକସରା ବ୍ଲକର ୨୨ ପଞ୍ଚାୟତରେ ସମ୍ଭାବ୍ୟ ମରୁଡ଼ି ପରିସ୍ଥିତି ଦେଖା ଦେଇଥିବା ବେଳେ ବ୍ଲକର ସଚେତନ କୃଷକ ମଞ୍ଚ ଓ ବିଭିନ୍ନ ପଞ୍ଚାୟତର ଚାଷୀମାନେ ମରୁଡ଼ି ଘୋଷଣା କରିବାକୁ କୋକସରା ତହସିଲଦାରଙ୍କ ଜରିଆରେ ରାଜ୍ୟ ସରକାରଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଘଟଣାକୁ ନେଇ କୋକସରା ବ୍ଲକ ଅଧ୍ୟକ୍ଷା ରୀତା ଅଗ୍ରଓ୍ବାଲ କଳାହାଣ୍ଡି ଜିଲାପାଳଙ୍କୁ ଚିଠି ଲେଖି କୋକସରା ବ୍ଲକର ଚାଷୀ ସମୂହ ସ୍ବାର୍ଥକୁ ଦୃଷ୍ଟିରେ ରଖି ବ୍ଲକର ୨୨ ପଞ୍ଚାୟତରେ ହୋଇଥିବା ଚାଷ କ୍ଷୟକ୍ଷତି ଆକଳନ କରି ମରୁଡ଼ି ଘୋଷଣା ସହ କ୍ଷତିପୂରଣ, କୃଷି ଋଣ ଛାଡ,ବୀମା କରିଥିବା ଚାଷିଙ୍କୁ ସହାୟତା ଯୋଗାଇ ଦେବା ପାଇଁ ଚିଠି ଲେଖିଥିବା ବେଳେ ଅଧ୍ୟକ୍ଷାଙ୍କ ପ୍ରତିନିଧି ଭାବେ ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରଓ୍ବାଲ ଜିଲାପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧୁବାବୁଙ୍କ ଜୟନ୍ତୀରେ ସ୍ମୃତିଚାରଣ କଲେ ଆଇନଜୀବୀ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ଓକିଲ ସଂଘ କେନ୍ଦୁଝରର ସଭାଗୃହରେ ସଂଘର ସଭାପତି ଆଲୋକ ମହାନ୍ତଙ୍କ ଅଧ୍ୟକ୍ଷତାରେ ଉତ୍କଳ ଗୌରବ ମଧୁସୁଦନ ଦାସଙ୍କ ଜୟନ୍ତୀ ତଥା...

ପ୍ରଚଣ୍ଡ ଖରାକୁ ଖାତିର ନ କରି ପ୍ରଚାର ମଇଦାନରେ ପ୍ରାର୍ଥିନୀ

କେସିଙ୍ଗା,୨୮ା୪(ତୁମେଶ୍ୱର ସାହୁ): ସମଗ୍ର କେସିଙ୍ଗା ଅଞ୍ଚଳରେ କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏପରିକି ତାପମାତ୍ରା ୪୦ରୁ ୪୫ ଡିଗ୍ରୀରୁ ଅଧିକ ରହିଥିବାରୁ ଅଞ୍ଚଳବାସୀ...

ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ।...

ଟ୍ରକ୍‌ ପଛରେ ପିଟିହେଲା ବସ୍‌: ଡ୍ରାଇଭର, ହେଲପର ମୃତ

ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ...

କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ...

ପୁରୀ ଷ୍ଟେଶନରେ ବଡ଼ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ କୋଠା, ଶ୍ରମିକ ଫସି ରହିଥିବା ଆଶଙ୍କା

ପୁରୀ,୨୮।୪: ପୁରୀ ରେଲୱେ ଷ୍ଟେସନରେ ଘଟିଯାଇଛି ବଡ଼ ଅଘଟଣ। ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲା...

ରାସେଶ୍ୱରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର, ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ବିଜେଡି ଛାଡିଥିଲେ ରାସେଶ୍ୱରୀ

ସମ୍ବଲପୁର,୨୮ା୪: ଓଡ଼ିଶା ରାଜନୀତିରେ ସମ୍ବଲପୁର ଏବେ ସବୁଠୁ ଚର୍ଚ୍ଚାରେ ରହିଛି। ଏହାରି ମଧ୍ୟରେ ରବିବାର ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା...

ବାଇକ୍‌କୁ ପଛରୁ ଧକ୍କା ଦେଲା ବୋଲେରୋ: ମା’ଙ୍କ ଜୀବନ ଗଲା, ପୁଅ ଗୁରୁତର

ପାଟଣା,୨୮ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଉଖୁଣ୍ଡା ରାସ୍ତାର ବାଉଁଶୁଳି ହନୁମାନ ଛକ ନିକଟରେ ଶନିବାର ରାତିରେ ଦୁର୍ଘଟଣାରେ ମା’ଙ୍କର ମୃତ୍ୟୁ ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri