୧୫ଦିନ ସୁଯୋଗ ଦେଲା ବିଏମ୍‌ସି

ଭୁବନେଶ୍ୱର,୧।୧(ବ୍ୟୁରୋ): ଅନଧିକୃତ ନିର୍ମାଣକୁ ନିୟମିତ କରାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଯୋଜନା ଅଧୀନରେ ଆସିଥିବା ଦରଖାସ୍ତଗୁଡ଼ିକରେ ଯେଉଁସବୁ ଆବଶ୍ୟକ ନଥିର ଅଭାବ ରହିଛି ସେହି ବାବଦରେ ବହୁ ପୂର୍ବରୁ ମହାନଗର ନିଗମ ପକ୍ଷରୁ ଆବେଦନକାରୀଙ୍କୁ ଅବଗତ କରାଯାଇଛି। ତେବେ ଅନେକ କ୍ଷେତ୍ରରେ ଅନୁପାଳନଗୁଡ଼ିକ ପ୍ରାପ୍ତ ହୋଇ ନ ଥିବାବେଳେ ଅନେକ ପ୍ରାପ୍ତ ହୋଇଥିବା ଅନୁପାଳନ ଅସମ୍ପୂର୍ଣ୍ଣ ଅଛି। ଏଥିପାଇଁ କମିଶନର ସଞ୍ଜୟ କୁମାର ସିଂହଙ୍କ ନିର୍ଦ୍ଦେଶକ୍ରମେ ସମସ୍ତ ଦରଖାସ୍ତକୁ ଜାନୁୟାରୀ ୩୧ ସୁଦ୍ଧା ଚୂଡ଼ାନ୍ତ କରିବାକୁ ନିଷ୍ପତ୍ତି ହୋଇଛି। ତେଣୁ ଯେଉଁମାନେ ସମ୍ପୂର୍ଣ୍ଣ ଅନୁପାଳନ ସହିତ ଏ ସଂକ୍ରାନ୍ତ ଦରଖାସ୍ତ ଦେଇନାହାନ୍ତି, ସେମାନେ ଦରଖାସ୍ତ ନାକଚରୁ ନିବୃତ ରହିବା ପାଇଁ ବିଜ୍ଞପ୍ତି ପ୍ରକାଶନର ୧୫ ଦିନ ମଧ୍ୟରେ ନିଜର ଦରଖାସ୍ତର ଆବଶ୍ୟକତାମୂଳକ ସମସ୍ତ ଅନୁପାଳନ ଦାଖଲ କରିବାକୁ ସୁଯୋଗ ଦିଆଯାଇଛି।
ସୂଚନା ଅନୁଯାୟୀ, ନିର୍ମାଣ ଜନିତ ସରକାରୀ ନିୟମ ଅନୁମୋଦିତ କ୍ଷମା ଦେବା ନିମନ୍ତେ ରାଜ୍ୟ ସରକାରଙ୍କ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ୨୦୧୮ରେ ଏକ ନିୟମ ଜାରି କରିଥିଲେ। ପରବର୍ତ୍ତୀ ସମୟରେ ନାଗରିକଙ୍କ ଆବଶ୍ୟକତା ଅନୁସାରେ ଏହି ନିୟମର କାର୍ଯ୍ୟକାଳ ବୃଦ୍ଧି ହୋଇଥିଲା। ପୁନଶ୍ଚ ଏଥିରେ କିଛି ପରିବର୍ତ୍ତନ କରାଯାଇ ନାଗରିକଙ୍କ ସୁବିଧା ନିମନ୍ତେ ଯୋଜନାକୁ ଲାଗୁ କରାଯାଇଛି। ତେବେ ମହାନଗର ନିଗମାଞ୍ଚଳରେ ବର୍ତ୍ତମାନ ସୁଦ୍ଧା ଏ ସଂକ୍ରନ୍ତୀୟ ୨୨ଶହ ଆବେଦନ ଆସିଥିବାବେଳେ ଏଥିରୁ ପ୍ରାୟ ୭ଶହ ଆବେଦନର ସମାଧାନ କରାଯାଇଛି। ଅନ୍ୟ ସମସ୍ତ ଆବେଦନ ବିଭିନ୍ନ କାରଣ ପାଇଁ ହୋଇନାହିଁ ବୋଲି ନଗର ଯୋଜନାକାରୀ ଲିଙ୍ଗରାଜ ପ୍ରସାଦ ପଟ୍ଟନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁ ଖୋଲିଲେ ଦୀପକେଙ୍କ ମାଆ, ସିଧା କହିଲେ ଦେଖିନେବି…

ନୂଆଦିଲ୍ଲୀ,୧୦।୧୦: କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଦିଲ୍ଲୀ ବିମାନବନ୍ଦରରେ ଅଟକ ରଖାଯିବା ଘଟଣାକୁ ନେଇ ତାଙ୍କ ପିତାମାତା ସରକାରଙ୍କ ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛନ୍ତି।…

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

IND vs WI: ବୋଲରଙ୍କ କ୍ୟାରିୟର ବରବାଦ…! କାହା ଉପରେ ରାଗି ଏମିତି କହିଲେ ଗୌତମ ଗମ୍ଭୀର? ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଦଶ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ, ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ପିଚକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଗତ ରାତିରେ ଭାରତ…

ଲଜ୍ଜାଜନକ ରେକର୍ଡ କଲେ ଶ୍ରେୟସ ଆୟର: ଅଧିନାୟିକତ୍ୱ ଉପରେ ଉଠିଲା ପ୍ରଶ୍ନବାଚୀ

ନୂଆଦିଲ୍ଲୀ,୧୦।୧୦: ରାଞ୍ଚିର JSCA ଅନ୍ତର୍ଜାତୀୟ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି। ପ୍ରଥମେ ବ୍ୟାଟିଂ…

ନୀଳମାଧବଙ୍କ ନୀତିକାନ୍ତି ବିଳମ୍ବ ନେଇ ବିବାଦୀୟ ପରିସ୍ଥିତି, ମଧ୍ୟାହ୍ନ ସାଢ଼େ ୧୨ଟା ସୁଦ୍ଧା ହୋଇନି ଆଳତି

ଖଣ୍ଡପଡ଼ା,୧୦ା୧୦(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ସର୍ବଜନ ବିଦିତ। ପୁରୀ ଶ୍ରୀ ମନ୍ଦିରର ପୂଜା ନୀତି ସହ…

ବିଦ୍ୟାଳୟରେ ଅବ୍ୟବସ୍ଥା: ଚରମସୀମାରେ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ, ବିଡିଓଙ୍କୁ ଭେଟିବାକୁ ଚାଲିଚାଲି ପଳେଇଲେ

ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ…

CJPର ଦିଲ୍ଲୀ ବିକ୍ଷୋଭରେ କାହିଁକି ଯୋଗ ଦେଲେ ନାହଁ ସୋନମ ୱାଙ୍ଗଚୁକ ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୦।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଶନିବାର (୧୦ ଅକ୍ଟୋବର, ୨୦୨୬) ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନ କରିଛି। ନିର୍ବାଚନ…

CJPକୁ ନେଇ ବଡ଼ ବୟାନ ଦେଲେ ଚିରାଗ ପାସୱାନ, କହିଲେ କେହି ଅଟକାଇ ପାରିବେ ନାହିଁ…

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଶୁକ୍ରବାର କହିଛନ୍ତି ଯେ ଟ୍ରେନ ବାତିଲ କରି ଭାରତର ଯୁବପିଢ଼ିଙ୍କୁ ଅଟକାଯାଇ ପାରିବ ନାହିଁ। ସେ ନିର୍ୱାଚନ ଆୟୋଗ ବିରୋଧରେ ବିକ୍ଷୋଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?