ଉଦ୍‌ଘାଟନ ହେଲା ବୋଟ୍‌ ଆମ୍ବୁଲାନ୍ସ ସେବା

ମାଲକାନଗିରି/ଚିତ୍ରକୋଣ୍ଡା,୨୮।୧(ଡି.ଏନ୍‌.ଏ.) ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ସାଧାରଣତନ୍ତ୍ର ଦିବସ ଅବସରରେ ବୁଧବାର ବୋଟ୍‌ ଆମ୍ବୁଲାନ୍ସ ସେବା ଉଦ୍‌ଘାଟିତ ହୋଇଯାଇଛି। ଜାନବାଇ ବିଏସ୍‌ଏଫ୍‌ କ୍ୟାମ୍ପ ପକ୍ଷରୁ ଗୁରୁପ୍ରିୟା ସେତୁ ନିକଟରେ ବିଏସ୍‌ଏଫ୍‌ ଡିଆଇଜି ସଞ୍ଜୟ କୁମାର ସିଂ ଏହି ସେବାକୁ ଲୋକାର୍ପଣ କରିଥିଲେ। ଏହାଦ୍ୱାରା ଯନ୍ତ୍ରୀ, ପଣସପୁଟ, ଅଣ୍ଡ୍ରାପାଲି, ଜୋଡାମ୍ବ ପଞ୍ଚାୟତର ୩୫ଟି ଗ୍ରାମର ୩୦ହଜାରରୁ ଊର୍ଦ୍ଧ୍ୱ ଜନସାଧାରଣ ଉପକୃତ ହେବେ। ବର୍ତ୍ତମାନ ମଧ୍ୟ ସ୍ବାଭିମାନ ଅଞ୍ଚଳର ବହୁ ଗ୍ରାମକୁ ରାସ୍ତାଘାଟ ନାହିଁ। ୧୦୮ ଆମ୍ବୁଲାନ୍ସ ସେହି ଅଞ୍ଚଳରେ ପହଞ୍ଚତ୍ ପାରୁନାହିଁ। ଏହାକୁ ଦୃଷ୍ଟିରେ ରଖି ଏହି ବୋଟ୍‌ ଆମ୍ବୁଲାନ୍ସ ସେବା ଆରମ୍ଭ ହୋଇଛି। ଏଥିପାଇଁ ଏକ ସ୍ବତନ୍ତ୍ର ମୋବାଇଲ ନମ୍ବର ମଧ୍ୟ ବିଏସ୍‌ଏଫ୍‌ ପକ୍ଷରୁ ଜାରି କରାଯାଇଛି। ଏହି ନମ୍ବରକୁ ଫୋନ୍‌ କଲେ ଆମ୍ବୁଲାନ୍ସ ସେଠାରେ ପହଞ୍ଚତ୍ ରୋଗୀଙ୍କୁ ଆଣିବ। ଏହି କାର୍ଯ୍ୟକ୍ରମରେ ବିଏସ୍‌ଏଫ୍‌ର ପଦାଧିକାରୀ ଓ ଯବାନମାନେ ଅଂଶଗ୍ରହଣ କରିଥିଲେ। ସୂଚନାଯୋଗ୍ୟ, ପୂର୍ବରୁ ସ୍ବାଭିମାନ ଅଞ୍ଚଳର ବିଚ୍ଛିନ୍ନାଞ୍ଚଳବାସୀଙ୍କ ପାଇଁ ସରକାର ଦୁଇଟି ବୋଟ୍‌ ଆମ୍ବୁଲାନ୍ସ ଚିତ୍ରକୋଣ୍ଡା ସ୍ପିଲବାଇ ଲଞ୍ଚ ଘାଟକୁ ଯୋଗାଇ ଦେଇଥିଲେ। ତେବେ ଏହା ଅଞ୍ଚଳବାସୀଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇଦେବାରେ ସମ୍ପୂର୍ଣ୍ଣ ସହାୟକ ହୋଇପାରୁ ନ ଥିଲା। ଉକ୍ତ ଅଞ୍ଚଳରେ ଯାତାୟାତ ପାଇଁ ଜଳପଥ ଏକମାତ୍ର ମାଧ୍ୟମ ହୋଇଥିବାରୁ ସ୍ବାସ୍ଥ୍ୟସେବାକୁ ବ୍ୟାପକ କରିବା ପାଇଁ ଏବେ ଆଉ ଗୋଟିଏ ବୋଟ୍‌ ଆମ୍ବୁଲାନ୍ସ ଅଞ୍ଚଳବାସୀଙ୍କୁ ଜିଲା ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri