ଜେଟିକୁ ଫେରୁଛି ବୋଟ୍‌

ବାଲେଶ୍ୱର ଅଫିସ, ୨୧।୧୦: ବନ୍ୟା ହେଉ କି ବାତ୍ୟା, ଏହାର ମୁକାବିଲା ପାଇଁ ବାଲେଶ୍ୱର ଜିଲା ପ୍ରଶାସନ ପ୍ରସ୍ତୁତ ରହିଛି। ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀକୁ ପ୍ରସ୍ତୁତ ରଖାଯାଇଛି। ବାତ୍ୟା କେଉଁ ଜାଗାରେ ଲ୍ୟାଣ୍ଡଫଲ୍‌ କରିବ ଏ ପର୍ଯ୍ୟନ୍ତ ଜଣାପଡ଼ିନାହଁି। କୌଣସି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଆସିଲେ ସମସ୍ତଙ୍କୁ ସତର୍କ କରାଇ ଦିଆଯିବ ବୋଲି ବାଲେଶ୍ୱର ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ ପ୍ରକାଶ କରିଛନ୍ତି।
ଉତ୍ତର ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ୨୩ ତାରିଖ ସକାଳ ପରେ ହାଲୁକା ବର୍ଷା ହୋଇପାରେ। ପୁରୀରୁ ବାଲେଶ୍ୱର ଯାଏ ଉପକୂଳବର୍ତ୍ତୀ ଜିଲାରେ ବର୍ଷା ସମ୍ଭାବନା ରହିଛି। ୨୪ ଓ ୨୫ରେ ବର୍ଷାର ପରିମାଣ ଅଧିକ ରହିବ। କିନ୍ତୁ ବିଶେଷ ପବନ ସମ୍ଭାବନା ନାହିଁ। ସ୍ଥଳଭାଗ ଛୁଇଁବା ବେଳକୁ ଅବପାତ ପ୍ରଭାବରେ ୨୨ତାରିଖ ସକାଳଠାରୁ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି। ୨୩ ତାରିଖରୁ ଓଡ଼ିଶା ଉପକୂଳର ଆଖପାଖ ସମୁଦ୍ରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ପରେ ଏବେ ସମସ୍ତ ବୋଟ ଉପକୂଳମୁହାଁ ହୋଇଛି। ଗଭୀର ସମୁଦ୍ରକୁ ମାଛ ମାରିବାକୁ ଯାଇଥିବା ମତ୍ସ୍ୟଜୀବୀ ସମୁଦ୍ର ଅଶାନ୍ତ ରହୁଥିବାରୁ ଏବେ ଜେଟି ମୁହାଁ ହେଉଛନ୍ତି। ଗୁରୁବାର ବାଲେଶ୍ୱର ବଳରାମଗଡ଼ି ମାଛଧରା ବନ୍ଦରକୁ କ୍ରମଶଃ କିଛି ବୋଟ ସମୁଦ୍ର ଅଶାନ୍ତ ଯୋଗୁ ମାଛ ମାରି ଫେରିଥିବା ବେଳେ ଶୁକ୍ରବାର ସମସ୍ତ ବୋଟ କୂଳରେ ଲାଗିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri