ଜେଟିକୁ ଫେରୁଛି ବୋଟ୍‌

ବାଲେଶ୍ୱର ଅଫିସ, ୨୧।୧୦: ବନ୍ୟା ହେଉ କି ବାତ୍ୟା, ଏହାର ମୁକାବିଲା ପାଇଁ ବାଲେଶ୍ୱର ଜିଲା ପ୍ରଶାସନ ପ୍ରସ୍ତୁତ ରହିଛି। ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀକୁ ପ୍ରସ୍ତୁତ ରଖାଯାଇଛି। ବାତ୍ୟା କେଉଁ ଜାଗାରେ ଲ୍ୟାଣ୍ଡଫଲ୍‌ କରିବ ଏ ପର୍ଯ୍ୟନ୍ତ ଜଣାପଡ଼ିନାହଁି। କୌଣସି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଆସିଲେ ସମସ୍ତଙ୍କୁ ସତର୍କ କରାଇ ଦିଆଯିବ ବୋଲି ବାଲେଶ୍ୱର ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ ପ୍ରକାଶ କରିଛନ୍ତି।
ଉତ୍ତର ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ୨୩ ତାରିଖ ସକାଳ ପରେ ହାଲୁକା ବର୍ଷା ହୋଇପାରେ। ପୁରୀରୁ ବାଲେଶ୍ୱର ଯାଏ ଉପକୂଳବର୍ତ୍ତୀ ଜିଲାରେ ବର୍ଷା ସମ୍ଭାବନା ରହିଛି। ୨୪ ଓ ୨୫ରେ ବର୍ଷାର ପରିମାଣ ଅଧିକ ରହିବ। କିନ୍ତୁ ବିଶେଷ ପବନ ସମ୍ଭାବନା ନାହିଁ। ସ୍ଥଳଭାଗ ଛୁଇଁବା ବେଳକୁ ଅବପାତ ପ୍ରଭାବରେ ୨୨ତାରିଖ ସକାଳଠାରୁ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି। ୨୩ ତାରିଖରୁ ଓଡ଼ିଶା ଉପକୂଳର ଆଖପାଖ ସମୁଦ୍ରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ପରେ ଏବେ ସମସ୍ତ ବୋଟ ଉପକୂଳମୁହାଁ ହୋଇଛି। ଗଭୀର ସମୁଦ୍ରକୁ ମାଛ ମାରିବାକୁ ଯାଇଥିବା ମତ୍ସ୍ୟଜୀବୀ ସମୁଦ୍ର ଅଶାନ୍ତ ରହୁଥିବାରୁ ଏବେ ଜେଟି ମୁହାଁ ହେଉଛନ୍ତି। ଗୁରୁବାର ବାଲେଶ୍ୱର ବଳରାମଗଡ଼ି ମାଛଧରା ବନ୍ଦରକୁ କ୍ରମଶଃ କିଛି ବୋଟ ସମୁଦ୍ର ଅଶାନ୍ତ ଯୋଗୁ ମାଛ ମାରି ଫେରିଥିବା ବେଳେ ଶୁକ୍ରବାର ସମସ୍ତ ବୋଟ କୂଳରେ ଲାଗିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri