ଗାଁ ଦାଣ୍ଡରେ ଡଙ୍ଗା ଚାଲିଲା

ଖୋର୍ଦ୍ଧା ଅଫିସ,୨୯ା୮: ଲଘୁଚାପଜନିତ ବର୍ଷା ଓ ହୀରାକୁଦରୁ ଜଳ ନିଷ୍କାସନ ଫଳରେ ରାଜୁଆ ନଦୀରେ ବନ୍ୟାଜଳ ପ୍ରବାହିତ ହେଉଛି। ଖୋର୍ଦ୍ଧା ବ୍ଲକର ଓରବରସିଂ, ନରଣଗଡ଼ ଓ ବ୍ରଜମୋହନପୁର ପଞ୍ଚାୟତରେ ବନ୍ୟାଜଳ ପଶିବା ଫଳରେ ୧୫ରୁ ଊର୍ଦ୍ଧ୍ୱ ଗ୍ରାମ ପାଣି ଘେରରେ ରହିଛି। ଏହି ଗ୍ରାମଗୁଡିକ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇପଡ଼ିଛି। ଲୋକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ହଜାର ହଜାର ଏକର ଚାଷଜମି ପାଣିରେ ବୁଡି ରହିଛି। ଏହି ତିନି ପଞ୍ଚାୟତର ପ୍ରାୟ ୭ଶହରୁ ଊର୍ଦ୍ଧ୍ୱ ପରିବାର, ୩ଶହ ଗୋରୁ ପ୍ରଭାବିତ ହୋଇଛନ୍ତି। ଗୋଟିଏ ଡଙ୍ଗା ଅଚଳ ହୋଇପଡିଥିବା ବେଳେ କୋଭିଡ୍‌ ଗାଇଡ୍‌ଲାଇନ ନିୟମ ଅନୁଯାୟୀ ଅନ୍ୟ ଏକ ଡଙ୍ଗାରେ ଗ୍ରାମବାସୀ ଯାତାୟାତ କରୁଛନ୍ତି।
ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଶୁକ୍ରବାର ଜିଲାପାଳ ସନତ୍‌ କୁମାର ମହାନ୍ତି, ଅତିରିକ୍ତ ଜିଲାପାଳ ମନୋଜ ପାଢୀ, ଉପ ଜିଲାପାଳ ଅଶୋକ ବେହୁରିଆ, ତହସିଲଦାର ପଦ୍ମଚରଣ ସାହୁ ପ୍ରମୁଖ ଡଙ୍ଗାରେ ହିରିମୂଳ ଗ୍ରାମରେ ପହଞ୍ଚି ଲୋକମାନଙ୍କ ସହ ଆଲୋଚନା କରିଥିଲେ। ପ୍ରଶାସନ ପକ୍ଷରୁ ସମସ୍ତ ସୁବିଧା ଯୋଗାଇଦିଆଯିବ ବୋଲି ଜିଲାପାଳ ମହାନ୍ତି ପ୍ରତିଶ୍ରୁତି ଦେଇଥିଲେ। ଖବରପାଇ ସ୍ଥାନୀୟ ଗ୍ରାମବାସୀ ପହଞ୍ଚି ଜିଲାପାଳଙ୍କୁ ବନ୍ୟା ସ୍ଥିତି ସମ୍ପର୍କରେ ଜଣାଇବା ସହ ଖାଦ୍ୟ, ସାମଗ୍ରୀ ଯୋଗାଇଦେବା ଲାଗି ଦାବି କରିଥିଲେ। ପାଣି ଜମି ରହିଥିବାରୁ ଗୋରୁଙ୍କ ଖାଦ୍ୟ ଅଭାବ ଦେଖାଦେଇଛି। ଗୋ’ ଖାଦ୍ୟ ଯୋଗାଇଦେବା ଲାଗି ମଧ୍ୟ ଦାବି ହୋଇଛି। ପ୍ରତିବର୍ଷ ବର୍ଷାଦିନେ ହୀରାକୁଦର ଡ୍ରାଉନ ୱାଟର ଗେଟ ଖୋଲିଲେ ମହାନଦୀ ଜଳ ରାଜୁଆ ନଦୀରେ ପଶିବା ଦ୍ୱାରା ଏହି ଗ୍ରାମ ଗୁଡିକ କୁତ୍ରିମ ହ୍ରଦ, ନଈ ସୃଷ୍ଟି ହେଉଛି। ଫଳରେ ଗ୍ରାମବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଠାରେ ଏକ ବନ୍ଧ ନିର୍ମାଣ ଲାଗି ଶତାଧିକ ଗ୍ରାମବାସୀ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏଥିପ୍ରତି ଗୁରୁତ୍ୱ ଦିଆଯିବ ସହ ପ୍ରଶାସନ ପକ୍ଷରୁ ସମସ୍ତ ଆବଶ୍ୟକ ସାମଗ୍ରୀ ଯୋଗାଇ ଦିଆଯିବ। ଏନେଇ ସ୍ଥାନୀୟ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଜିଲାପାଳ ମହାନ୍ତି କହିଛନ୍ତି। ଅନ୍ୟପଟେ ରାତିରେ ଅଧିକ ବନ୍ୟାଜଳ ଗ୍ରାମରେ ପ୍ରବେଶ କଲେ ଗ୍ରାମବାସୀଙ୍କୁ ବାତ୍ୟା ଅଶ୍ରୟସ୍ଥଳିକୁ ସ୍ଥାନାନ୍ତର କରାଯିବ ବୋଲି ତହସିଲଦାର ପଦ୍ମଚରଣ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri