ଚିଲିକା ମଝିରେ ଅଟକିଲା ଡଙ୍ଗା: ଭୟରେ ଥରିଲେ ଯାତ୍ରୀ, ଆଉ ତା’ପରେ…

କୃଷ୍ଣପ୍ରସାଦ,୭।୧୦(କୈଳାଶ ଚନ୍ଦ୍ର ପଟ୍ଟନାୟକ):ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ସାତପଡ଼ା- ଜହ୍ନିକୁଦା ଚିଲିକା ମଝିରେ ଘଟିଛି ଅଘଟଣ। ବୁଧବାର ସକାଳ ୭ଟାରେ ଏକ ଯାତ୍ରୀବାହୀ ଡ଼ଙ୍ଗା ୫୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଏବଂ ୨୫ ମୋଟର ସାଇକେଲ ନେଇ ଜହ୍ନିକୁଦାରୁ ସାତପଡ଼ା ଅଭିମୁଖେ ଯାତ୍ରା କରିଥିଲା। ତେବେ କିଛି ସମୟ ଯାତ୍ରା ପରେ ମଇଂସା ଗ୍ରାମ ନିକଟ ମଝି ଚିଲିକାରେ ଯାନ୍ତ୍ରିକ ତ୍ରୁଟି ଦେଖା ଦେଇଥିଲା। ତେବେ ଡଙ୍ଗାଟି ସେହିଠାରେ ଅଟକିଥିଲା। ଚିଲିକାରେ ଅଥଳ ପାଣି ସାଙ୍ଗକୁ ମାତ୍ରାଧିକ ଯାତ୍ରୀ ଥିବାରୁ ଯାତ୍ରୀମାନେ ଭୟଭୀତ ହୋଇ ହୋହଲ୍ଲା କରିଥିଲେ। ଅନ୍ୟ ଏକ ଡଙ୍ଗା ଆସି ଯାତ୍ରୀ ଏବଂ ମଟର ସାଇକେଲକୁ ଉଦ୍ଧାର କରି ସାତପଡା ନେଇଥିବା ଜଣାଯାଇଛି। ପ୍ରତିମାସରେ ଏହିଭଳି ଘଟଣା ଘଟୁଥିବା ଜଣାଯାଇଛି। ଡଙ୍ଗା ଚାଳକମାନେ ପଇସା ଲୋଭରେ ଅଧିକ ଯାତ୍ରୀ ନେଉଥିଲେ ମଧ୍ୟ ପ୍ରଶାସନ ନୀରବ ଦ୍ରଷ୍ଠା ସାଜିଛି। ପ୍ରତିଦିନ ଏହି ଚିଲିକାରେ ହଜାର ହଜାର ଯାତ୍ରୀ ଯାତାୟତ କରୁଥିବାବେଳେ ଯାତ୍ରୀଙ୍କ ସୁରକ୍ଷା ପାଇଁ ଏକ ସ୍ଥାୟୀ ବ୍ରିଜ଼ ନିର୍ମାଣ ଦାବି ହେଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୫ କୋଟି ଟଙ୍କାର ଖବର, ପ୍ରେମାନନ୍ଦ ମହାରାଜଙ୍କୁ ନେଇ ବଡ଼ କଥା କହିଲେ ବିରାଟ କୋହଲି, ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୭।୧୦: ପ୍ରେମାନନ୍ଦ ମହାରାଜଙ୍କ ଶିଷ୍ୟ ରସିକ ଦୁଲାରୀ ଶରଣ (ଯିଏ ଦୀପକ ଲୋଦି ନାମରେ ମଧ୍ୟ ଜଣାଶୁଣା)ଙ୍କ ମୃତ୍ୟୁ ପରେ ‘କେଳିକୁଞ୍ଜ ଆଶ୍ରମ’ କ୍ରମାଗତ ଭାବେ ଆଲୋଚନାର…

ମା’ ତାରାତାରିଣୀଙ୍କ ଦାନହୁଣ୍ଡିରୁ ମିଳିଲା ଦୁଇ ଶିଶୁଙ୍କ ଭାବବିହ୍ବଳ ଚିଠି: ଏଥିରେ ଲେଖାଅଛି ମୋ’ ବାବାଙ୍କୁ ଭଲ ବାଟକୁ ଆଣ, ମୋ ମା’କୁ…

ପୁରୁଷୋତ୍ତମପୁର,୭ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡି ଖୋଲାଯାଇଥିବା ବେଳେ ସେଥିମଧ୍ୟରୁ ମିଳିଛି ଦୁଇଟି ଶିଶୁଙ୍କ ଚିଠି। ଗୋଟିଏ ଓଡ଼ିଆରେ ଲେଖା…

କେବେ ଭାବିଛନ୍ତି କି, ଗୋଟିଏ ମାସରେ ପୂରା ଭାରତର ବିଜୁଳି ବିଲ କେତେ ଆସୁଥିବ?

ଆଜିକାଲି ବଢ଼ୁଥିବା ମହଙ୍ଗା ମାଡ଼ରେ ଘରର ବଜେଟ ସମ୍ଭାଳିବା ବହୁତ କଷ୍ଟକର ହୋଇପଡ଼ିଛି। ଯଦି ପରିବାରରେ କେବଳ ଜଣେ ହିଁ ରୋଜଗାରକ୍ଷମ ବ୍ୟକ୍ତି ଥାଆନ୍ତି, ତେବେ ପ୍ରତି…

ଖୁସି ଖବର ଦେଲେ କିଆରା ଆଡଭାନୀ, ଦେଢ଼ ବର୍ଷ ପରେ ପୁଣି ଥରେ ଶେୟାର କଲେ ଏମିତି ଖବର

ମୁମ୍ବାଇ: ବଲିଉଡର ବିୟୁଟି ଅଭିନେତ୍ରୀ କିଆରା ଆଡଭାନୀ ଏବଂ ସିଦ୍ଧାର୍ଥ ମଲହୋତ୍ରାଙ୍କ ଜୀବନରେ ପୁଣିଥରେ ଖୁସିର ଆଗମନ ହୋଇଛି। ଏହି ଦମ୍ପତି ନିଜ ପ୍ରଶଂସକଙ୍କ ସହ ଏକ…

ପ୍ରିୟଙ୍କା-ରାହୁଲଙ୍କ ବିରୋଧରେ FIR; ଲାଗିଲା ଗୁରୁତର ଅଭିଯୋଗ!

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଉଦ୍ଦେଶ୍ୟରେ ଆୟୋଜିତ ଏକ ଶୋଭାଯାତ୍ରା ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଆକାଶବାଣୀ ଭବନରେ…

କେବେ ଭାବି ନ ଥିଲି ଏମିତି ଦିନ ଆସିବ: ଭାବବିହ୍ବଳ ହୋଇପଡ଼ିଲେ ମୋଦି

ନୂଆଦିଲ୍ଲୀ,୭।୧୦: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର…

Chanakya Niti: ଜୀବନରେ ସଫଳତା ପାଇବାକୁ ହେଲେ ମାନନ୍ତୁ ଏହି ୩ ବଡ଼ କଥା…

ଆଚାର୍ଯ୍ୟ ଚାଣକ୍ୟଙ୍କ ‘ଚାଣକ୍ୟ ନୀତି’ରେ ମାନବ ସମାଜ, ବ୍ୟକ୍ତିଗତ ବ୍ୟବହାର, ଏବଂ ଜୀବନରେ ସଫଳତା ପାଇଁ ଅନେକ ବାସ୍ତବିକ ଉପଦେଶ ରହିଛି। ସେଥିମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହେଲା……

ପ୍ରଥମ T20I ଶତକ ପରେ ମନର କଥା ଖୋଲି କହିଦେଲେ ଶ୍ରେୟସ ଆୟର: କହିଲେ, ଏମିତି ଖେଳିଲେ…

ଲକ୍ଷ୍ନୌ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ରେ ଭାରତୀୟ ଅଧିନାୟକ ଶ୍ରେୟସ ଅୟରଙ୍କ ଧୂଆଁଧାର ଶତକ ବଳରେ ଭାରତ ୮ ଉଇକେଟ୍‌ରେ ବଡ଼ ବିଜୟ ହାସଲ କରିଛି। ଲକ୍ଷ୍ନୌର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?