ମହାନଦୀରୁ ୨ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ଖୁଣ୍ଟୁଣୀ, (ସଚ୍ଚିଦାନନ୍ଦ ପଣ୍ଡା)/ମଙ୍ଗୁଳି-ଜଗତପୁର,୮ା୧୦(ମାନସ ସାମଲ)ଗୁରୁଡିଝାଟିଆ ଥାନା ଅନ୍ତର୍ଗତ ମଞ୍ଚେଶ୍ୱର ପଞ୍ଚାୟତର ପ୍ରସନ୍ନାପୁର ମହାନଦୀ ଘାଟରୁ ଜଣେ ଅଚିହ୍ନା ମହିଳାଙ୍କ ଗଳିତ ମୃତଦେହକୁ ଶନିବାର ପୋଲିସ ଜବତ କରିଛି। ତାଙ୍କ ବୟସ ପ୍ରାୟ ୩୫ ବର୍ଷ ହେବ ବୋଲି ଅନୁମାନ କରାଯାଉଥିବାବେଳେ ସେ ଏକ ସବୁଜ ରଙ୍ଗର ଶାଢୀ ଓ ବ୍ଲାଉଜ୍‌ ପିନ୍ଧିଥିଲେ। ସକାଳେ ସ୍ଥାନୀୟ ଲୋକେ ମହାନଦୀକୁ ଗାଧୋଇବା ପାଇଁ ଯାଇଥିବାବେଳେ ମୃତଦେହ ପଡିଥିବା ଦେଖିବାକୁ ପାଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ପାଇଁ ଆଠଗଡ଼ ଡାକ୍ତରଖାନା ପଠାଇଛି। ଏ ନେଇ ଥାନାରେ ଏକ ଅପମୃତ୍ୟୁ ମାମଲା(ନଂ.୮/୨୩) ରୁଜୁ ହୋଇଛି। ମୃତଦେହକୁ ଆଠଗଡ଼ସ୍ଥିତ ମର୍ଗରେ ରଖାଯାଇଥିବା ଏସ୍‌ଆଇ ସଂଯୁକ୍ତା ଶବାଗାର କହିଛନ୍ତି।
ସେହିପରି ଜଗତପୁର ଥାନା ଅଧୀନ ମହାନଦୀର ଯୋବ୍ରା ଆନିକଟ ୫୬ନଂ. ଗେଟ୍‌ରୁ ଜଣେ ଅଚିହ୍ନା ମହିଳାଙ୍କ ଉଲଗ୍ନ ମୃତଦେହକୁ ଶନିବାର ପୋଲିସ ଜବତ କରିଛି। ତାଙ୍କ ବୟସ ୩୦ରୁ ୩୫ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ଜଣେ ମାଛ ଧରାଳି ମାଛ ଧରିବା ପାଇଁ ମହାନଦୀରେ ଜାଲ ବସାଇଥିଲେ। ଶୁକ୍ରବାର ରାତି ପ୍ରାୟ ସାଢେ ୧୦ଟାରେ ସେ ମହାନଦୀରୁ ଜାଲ କାଢିବା ପାଇଁ ଯାଇଥିବାବେଳେ ମୃତଦେହ ଭାସୁଥିବା ଦେଖିଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲା। ଅନ୍ଧାର ଯୋଗୁ ମୃତଦେହ ପାଣିରୁ ଉଦ୍ଧାର କରାଯାଇ ପାରି ନ ଥିଲା। ତେଣୁ ସେଠାରେ ୪ ଜଣ କନଷ୍ଟେବଲ୍‌ଙ୍କୁ ମୁତୟନ କରାଯାଇଥିଲା। ଶନିବାର ସକାଳେ ପୋଲିସ କଟକ ଅଗ୍ନିଶମ କର୍ମଚାରୀଙ୍କ ସହାୟତାରେ ମୃତଦେହକୁ ପାଣିରୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ କଟକ ବଡ଼ ଡାକ୍ତରଖାନା ପଠାଇଥିଲା। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଏ ନେଇ ଥାନାରେ ମାମଲା (ନଂ.୬୧/୨୩) ରୁଜୁ ହୋଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ମୃତ୍ୟୁର କାରଣ ଜଣାପଡିବ ବୋଲି ଥାନାଧିକାରୀ ରବୀନ୍ଦ୍ର ନାଥ ମେହେର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?