ମହାନଦୀରୁ ୨ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ଖୁଣ୍ଟୁଣୀ, (ସଚ୍ଚିଦାନନ୍ଦ ପଣ୍ଡା)/ମଙ୍ଗୁଳି-ଜଗତପୁର,୮ା୧୦(ମାନସ ସାମଲ)ଗୁରୁଡିଝାଟିଆ ଥାନା ଅନ୍ତର୍ଗତ ମଞ୍ଚେଶ୍ୱର ପଞ୍ଚାୟତର ପ୍ରସନ୍ନାପୁର ମହାନଦୀ ଘାଟରୁ ଜଣେ ଅଚିହ୍ନା ମହିଳାଙ୍କ ଗଳିତ ମୃତଦେହକୁ ଶନିବାର ପୋଲିସ ଜବତ କରିଛି। ତାଙ୍କ ବୟସ ପ୍ରାୟ ୩୫ ବର୍ଷ ହେବ ବୋଲି ଅନୁମାନ କରାଯାଉଥିବାବେଳେ ସେ ଏକ ସବୁଜ ରଙ୍ଗର ଶାଢୀ ଓ ବ୍ଲାଉଜ୍‌ ପିନ୍ଧିଥିଲେ। ସକାଳେ ସ୍ଥାନୀୟ ଲୋକେ ମହାନଦୀକୁ ଗାଧୋଇବା ପାଇଁ ଯାଇଥିବାବେଳେ ମୃତଦେହ ପଡିଥିବା ଦେଖିବାକୁ ପାଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ପାଇଁ ଆଠଗଡ଼ ଡାକ୍ତରଖାନା ପଠାଇଛି। ଏ ନେଇ ଥାନାରେ ଏକ ଅପମୃତ୍ୟୁ ମାମଲା(ନଂ.୮/୨୩) ରୁଜୁ ହୋଇଛି। ମୃତଦେହକୁ ଆଠଗଡ଼ସ୍ଥିତ ମର୍ଗରେ ରଖାଯାଇଥିବା ଏସ୍‌ଆଇ ସଂଯୁକ୍ତା ଶବାଗାର କହିଛନ୍ତି।
ସେହିପରି ଜଗତପୁର ଥାନା ଅଧୀନ ମହାନଦୀର ଯୋବ୍ରା ଆନିକଟ ୫୬ନଂ. ଗେଟ୍‌ରୁ ଜଣେ ଅଚିହ୍ନା ମହିଳାଙ୍କ ଉଲଗ୍ନ ମୃତଦେହକୁ ଶନିବାର ପୋଲିସ ଜବତ କରିଛି। ତାଙ୍କ ବୟସ ୩୦ରୁ ୩୫ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ଜଣେ ମାଛ ଧରାଳି ମାଛ ଧରିବା ପାଇଁ ମହାନଦୀରେ ଜାଲ ବସାଇଥିଲେ। ଶୁକ୍ରବାର ରାତି ପ୍ରାୟ ସାଢେ ୧୦ଟାରେ ସେ ମହାନଦୀରୁ ଜାଲ କାଢିବା ପାଇଁ ଯାଇଥିବାବେଳେ ମୃତଦେହ ଭାସୁଥିବା ଦେଖିଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲା। ଅନ୍ଧାର ଯୋଗୁ ମୃତଦେହ ପାଣିରୁ ଉଦ୍ଧାର କରାଯାଇ ପାରି ନ ଥିଲା। ତେଣୁ ସେଠାରେ ୪ ଜଣ କନଷ୍ଟେବଲ୍‌ଙ୍କୁ ମୁତୟନ କରାଯାଇଥିଲା। ଶନିବାର ସକାଳେ ପୋଲିସ କଟକ ଅଗ୍ନିଶମ କର୍ମଚାରୀଙ୍କ ସହାୟତାରେ ମୃତଦେହକୁ ପାଣିରୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ କଟକ ବଡ଼ ଡାକ୍ତରଖାନା ପଠାଇଥିଲା। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଏ ନେଇ ଥାନାରେ ମାମଲା (ନଂ.୬୧/୨୩) ରୁଜୁ ହୋଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ମୃତ୍ୟୁର କାରଣ ଜଣାପଡିବ ବୋଲି ଥାନାଧିକାରୀ ରବୀନ୍ଦ୍ର ନାଥ ମେହେର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri