୩ ସାଙ୍ଗଙ୍କ ମୃତଦେହ ମିଳିଲା

କଟକ ଅଫିସ,୨୭।୧୧: କଟକ ମହାନଦୀର ଭଦିମୂଳ ଘାଟରେ ବୁଡ଼ି ଯାଇଥିବା ୪ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଗୁରୁବାର ରାତିରେ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଥିବାବେଳେ ଶୁକ୍ରବାର ଆଉ ୩ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେମାନେ ହେଲେ କଟକ ଚାଉଳିଆଗଞ୍ଜ ଥାନା ଅଧୀନ କୈବଲ୍ୟ ବିହାରର ଆଜିଙ୍କ୍ୟା ବାହାଳିଆ(୧୩), ପୋତାପୋଖରୀ ଅଞ୍ଚଳର ଚନ୍ଦନ ବେହେରା(୧୪), ଓମ୍‌ପ୍ରକାଶ ବେହେରା(୧୩) ଓ ଆଶୁତୋଷ ସେଠୀ(୧୨)। ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲରେ ସମସ୍ତ ମୃତଦେହ ବ୍ୟବଚ୍ଛେଦ କରାଯାଇ ସେମାନଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଏ ନେଇ ଚାଉଳିଆଗଞ୍ଜ ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ.୨୬/୨୧) ରୁଜୁ କରି ତଦନ୍ତ ଚଳାଇଛି। ଏହି ଅଘଟଣ ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, ଗୁରୁବାର ଉପରୋକ୍ତ ୪ ଛାତ୍ର ସାଇକେଲ ଯୋଗେ ସ୍କୁଲ ଯାଇ ଘରକୁ ଫେରିଥିଲେ। ପରେ ସେମାନେ ଡକାଡ଼କି ହୋଇ ଖେଳିବାକୁ ଭଦିମୂଳ ଘାଟକୁ ଯାଇଥିଲେ। ଏହାପରେ ମହାନଦୀରେ ଗାଧୋଇବାବେଳେ ଚୋରାବାଲିରେ ବୁଡ଼ି ଯାଇଥିଲେ। ଅପରପକ୍ଷେ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନେ ନ ଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ। ଏହାପରେ ମହାନଦୀ ଘାଟ ପାଖରେ ସାଇକେଲ୍‌ ଥିବା ଦେଖିବାକୁ ପାଇଥିଲେ। ପରେ ସ୍ଥାନୀୟ ବାସିନ୍ଦା ଓ ପରିବାର ଲୋକେ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଚାଉଳିଆଗଞ୍ଜ ଅଗ୍ନିଶମ କର୍ମଚାରୀ ପହଞ୍ଚି ନଦୀରେ ଖୋଜାଖୋଜି କରିବା ପରେ ଓମ୍‌ ପ୍ରକାଶଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ। ଚିକିତ୍ସା ଲାଗି ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହାପରେ ଅଗ୍ନିଶମ ବାହିନୀ ପକ୍ଷରୁ ରାତି ପର୍ଯ୍ୟନ୍ତ ଖୋଜାଖୋଜି ଜାରି ରହିଥିଲା। ବହୁ ଖୋଜାଖୋଜି ପରେ ଶୁକ୍ରବାର ଆଉ ୩ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri