ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ ସ୍କୁଟି ଓ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ସାନଖେମୁଣ୍ଡି ବ୍ଲକ ଗାଙ୍ଗପୁର ପଞ୍ଚାୟତ ଦିତୀୟ ଢେପାଗୁଡ଼ା ଗ୍ରାମର ଦମ୍ପତି ପ୍ରତାପ ମଲ୍ଲିକ(୩୫) ଏବଂ ତାଙ୍କ ସ୍ତ୍ରୀ ଲଳିତା (୩୦) ମୃତ୍ୟୁବରଣ କରିଥିଲେ। ଦିଗପହଣ୍ଡି ଥାନାରେ କେସ୍‌ ନଂ.୪୪୪/୨୫ ଅନୁଯାୟୀ ଉଭୟଙ୍କ ମୃତଦେହ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା।

ଶନିବାର ଅପରାହ୍ନରେ ମୃତଦେହ ଗାଁରେ ପହଞ୍ଚିବା ପରେ ସମଗ୍ର ଗାଁ କାନ୍ଦ ବୋବାଳିରେ ଫାଟି ପଡ଼ିଥିଲା। ଗାଁ ସାରା ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ପ୍ରତାପ ରାଜମିସ୍ତ୍ରୀ କାମ କରି ପରିବାର ଗୁଜୁରାଣ ମେଣ୍ଟାଉଥିଲେ। ସ୍ତ୍ରୀ ୮ ମାସର ଗର୍ଭବତୀ ଥିବାରୁ ଶୁକ୍ରବାର ସକାଳେ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ପହଞ୍ଚି ଡାକ୍ତରଙ୍କ ପରାମର୍ଶ କ୍ରମେ ତାଙ୍କ ଆଲଟ୍ରା ସାଉଣ୍ଡ କରାଇଥିଲେ। ପରେ ହସ ଖୁସିରେ ୩ ବର୍ଷର ଝିଅ ଆରସୀକୁ ନେଇ ସ୍କୁଟି ନଂ.(ଓଡ଼ି୩୨ଏଫ-୪୨୯୩) ଯୋଗେ ଗାଁକୁ ଫେରୁଥିଲେ। ବିପରୀତ ଦିଗରୁ ଗଜପତି ଜିଲା ଆର.ଉଦୟଗିରି ଅଞ୍ଚଳର ସୁନୀଲ ଦଳାଇ ତାଙ୍କ ବାଇକ୍‌ ନଂ.(ଓଡ଼ି୦୭ ଏଇ -୦୩୭୩) ଯୋଗେ ବ୍ରହ୍ମପୁର ଯାଉଥିବା ବେଳେ ସ୍କୁଟିକୁ ଧକ୍କା ଦେଇଥିଲେ। ଦୁର୍ଘଟଣାରେ ସମସ୍ତ ଆହତଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଦମ୍ପତିଙ୍କ ମୃତ୍ୟୁ ଘଟିଥିଲା। ସୁନୀଲଙ୍କୁ ଗୁରୁତର ଅବସ୍ଥାରେ ଚିକିତ୍ସା କରାଯାଇଥିଲା।

ଅପରପକ୍ଷରେ ପ୍ରତାପଙ୍କ ଝିଅ ଆରସୀଙ୍କ ବାମ ଗୋଡ଼ ଭାଙ୍ଗି ଯାଇଥିବାରୁ ତାଙ୍କୁ ଚିକିତ୍ସା କରାଯାଉଥିବା ଜଣାପଡ଼ିଛି। ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିର୍ଦ୍ଦେଶକ୍ରମେ ସାନଖେମୁଣ୍ଡି ତହସିଲଦାର ଦିଲ୍ଲୀପ କୁମାର ଜେନା ଏବଂ କର୍ମଚାରୀ ବୃନ୍ଦ ଗାଁରେ ପହଞ୍ଚି ଶୋକସନ୍ତପ୍ତ ପରିବାର ଲୋକଙ୍କୁ ଭେଟି ରେଡ୍‌କ୍ରସ ପାଣ୍ଠିରୁ ୬୦ ହଜାର ଟଙ୍କା ଅନୁକମ୍ପା ମୂଳକ ସହାୟତା ପ୍ରଦାନ କରିଥିବା ଜଣାପଡ଼ିଛି। ଭାଜପା କାର୍ଯ୍ୟକର୍ତ୍ତା ଇଂ.ଉତ୍ତମ କୁମାର ପାଣିଗ୍ରାହୀ ଏବଂ ସାନଖେମୁଣ୍ଡି ଦଳୀୟ କାର୍ଯ୍ୟକର୍ତ୍ତା ବୃନ୍ଦ ଗାଁରେ ପହଞ୍ଚି ଶୋକସନ୍ତପ୍ତ ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇଥିଲେ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri