ଲୁଣାନଦୀରୁ ଉଦ୍ଧାର ଯୁବତୀ,ଯୁବକଙ୍କ ମୃତଦେହ ଉଦ୍ଧାର

କେନ୍ଦ୍ରାପଡ଼ା ଅଫିସ୍‌/ମାର୍ଶାଘାଇ, ୧୦।୯ (ଡି.ଏନ୍‌.ଏ.)-କେନ୍ଦ୍ରାପଡା ଜିଲା ମାର୍ଶାଘାଇ ଥାନା ପଳାସପୁର ନିକଟ ଲୁଣାନଦୀରୁ ଜଣେ ଯୁବତୀ ଓ ଯୁବକଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ଉଭୟଙ୍କ ପରିଚୟ ମିଳିପାରିନାହିଁ। ହେଲେ ଉଭୟଙ୍କ ଘର କଟକ ସହର ମାଲଗୋଦାମ ଥାନା ଅଞ୍ଚଳର ବୋଲି ଥାନାଧିକାରୀ କାଳନ୍ଦୀ ବେହେରା ସୂଚନା ଦେଇଛନ୍ତି। ଯୁବକଙ୍କ ବୟସ ୨୦ ମଧ୍ୟରେ ହୋଇଥିବା ବେଳେ ଯୁବତୀ ଜଣକ ନାବାଳିକା ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଥାନା ଅଧିକାରୀ ବେହେରାଙ୍କ ସୂଚନା ଅନୁଯାୟୀ, ଲୁଣାନଦୀରେ ମୃତଦେହ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ଦମକଳବାହିନୀଙ୍କୁ ଖବର ଦେଇଥିଲେ। ଦମକଳ ବାହିନୀ ମୃତଦେହ ଦ୍ୱୟକୁ ଉଦ୍ଧାର କରିଛନ୍ତି। ଦୁଇ ମୃତଦେହର ହାତ ଓ ଗୋଡ଼ରେ ରସି ବନ୍ଧା ଯାଇଥିବା ଦେଖାଯାଇଛି। ଏ ନେଇ ପୋଲିସ ଅପମୃତ୍ୟୁ ମାମଲା (୧୯/୨୦) ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri