ସମୁଦ୍ର କୂଳରୁ ମିଳିଲା ପ୍ରେମୀ ଯୁଗଳଙ୍କ ମୃତଦେହ

ରାଜନଗର, ୯ା୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ପେଣ୍ଠ ସାମୁଦ୍ର ବେଳାଭୂମିରେ ଶୁକ୍ରବାର ମିଳିଛି ପ୍ରେମୀ ଯୁଗଳଙ୍କ ମୃତଦେହ। ମିଳିଥିବା ସୂଚନା ଅନୁଯାୟୀ, ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ କଇଁଛଙ୍କୁ ସୁରକ୍ଷା ଦେବାକୁ ପଇଁତରା ଦେଉଥିବା ବନ କର୍ମଚାରୀ ମୃତଦେହ ୨ଟିକୁ ଦେଖି ରାଜନଗର ବନାଞ୍ଚଳ ଅଧିକାରୀଙ୍କୁ ଖବର ଦେଇଥିଲେ। ରାଜନଗର ରେଞ୍ଜ ଅଫିସର ଧନେଶ୍ୱର ରଥ ଆଇଆଇସି ତପନ କୁମାର ନାୟକଙ୍କୁ ଘଟଣା ସମ୍ପର୍କରେ ଜଣାଇ ଥିଲେ। ଆଇଆଇସି ନାୟକଙ୍କ ନେତୃତ୍ୱରେ ପୋଲିସ ଟିମ୍‌ ପହଁଚି ପ୍ରେମୀ ଯୁଗଳଙ୍କ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି। ଯୁବକ ଜଣକ ଖଇରିଆ ରଙ୍ଗର ଟି ସାର୍ଟ ପିନ୍ଧି ଥିବା ବେଳେ ଏକ କଳା ପ୍ୟାଣ୍ଟ ଗୋଟିଏ ଗୋଡର ପାଦରେ ଲାଗି ରହିଛି। ଯୁବତୀ ଜଣଙ୍କ ଏକ ନୀଳ ରଙ୍ଗର ପ୍ୟାଣ୍ଟ ପିନ୍ଧି ଛନ୍ତି। ତାଙ୍କର ଡାହାଣ ହାତ ନାହିଁ। ମୃତ ଦେହରୁ ଦୁର୍ଗନ୍ଧ ହେଉଥିବାରୁ ୨ରୁ ୩ ଦିନ ତଳେ ସେମାନଙ୍କ ମୃତ୍ୟୁ ଘଟିଥିବା ପୋଲିସ ସନ୍ଦେହ କରୁଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ମୃତଦେହ ଚିହ୍ନଟ କରିବାକୁ ପ୍ରକ୍ରିୟା ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri