ବୁଦୁଲିପଦର ଘାଟିରୁ ୨ ଯୁବକଙ୍କ ମୃତଦେହ ଉଦ୍ଧାର: ପରିବାର ଲୋକ ଆଣିଲେ ହତ୍ୟା ଅଭିଯୋଗ

ବାଲିଗୁଡା,୧୮।୧୦(ଡି.ଏନ.ଏ.)-କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ତୁମୁଡ଼ିବନ୍ଧ ଥାନା ବୁଦୁଲିପଦର ଘାଟିରୁ ରବିବାର ପୋଲିସ ଦୁଇ ଜଣ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ତୁମୁଡ଼ିବନ୍ଧର ସଙ୍କଳ୍ପ ନାୟକ ଓ ତପନ କୁମାର ବେହେରା। ମୃତ୍ୟୁର କାରଣ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇ ନ ଥିବାବେଳେ ପରିବାର ଲୋକେ ଏହା ଏକ ହତ୍ୟାକାଣ୍ଡ ବୋଲି ଅଭିଯୋଗ ଆଣିଛନ୍ତି। ତୁମୁଡ଼ିବନ୍ଧ ଥାନା ଆଇଆଇସି ବାବାଶଙ୍କର ସରାଫ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇ ଦେଇଛନ୍ତି। ଅନ୍ୟପଟେ ଏହି ଘଟଣାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ଲୋକେ ନ୍ୟାୟ ଦାବିରେ ତୁମୁଡ଼ିବନ୍ଧ ମେଡିକାଲ ସମ୍ମୁଖ ୫୯ ନଂ. ଜାତୀୟ ରାଜପଥ ଅବରୋଧ କରିଥିଲେ। ଖବରପାଇ ବାଲିଗୁଡ଼ା ଏସ୍‌ଡିପିଓ ମାନସ ରଞ୍ଜନ ବାରିକ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତାରୋକ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ତିନି ଦିନ ପରେ ପୁଣି ଫେରିଲା ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ୩.୫ ଡିଗ୍ରୀ ତାପମାତ୍ରା

ଜି.ଉଦୟଗିରି,୨୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାର ସବୁଠାରୁ ଶୀତ ପ୍ରବଣ ଅଞ୍ଚଳ ଜି.ଉଦୟଗିରିରେ ୨/୩ ଦିନ ଶୀତ ଲୁଚକାଳି ଖେଳୁଥିବା ବେଳେ ହଠାତ୍‌ ଶନିବାର ଠାରୁ...

ବାଂଲାଦେଶରେ ହିନ୍ଦୁ ଯୁବକଙ୍କୁ ଜୀଅନ୍ତା ପୋଡ଼ି ହତ୍ୟା ନେଇ ବଜରଙ୍ଗ ଦଳର ପ୍ରତିବାଦ

ଜି.ଉଦୟଗିରି,୨୭।୧୨(ଚିନ୍ମୟ କୁମାର ସେଠୀ): ବାଂଲାଦେଶର ଢାକାଠାରେ ୧୮ ଡିସେମ୍ବରରେ ଇସଲାମ କଟରବାଦୀମାନେ ବାଂଲାଦେଶର ହିନ୍ଦୁ ଯୁବକ ଦୀପୁ ଦାସଙ୍କୁ ନିର୍ମମ ଭାବେ ମାରି ଜୀଅନ୍ତା ଅବସ୍ଥାରେ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri