ପାଲରେ ଗୁଡ଼ା ହୋଇ ରାସ୍ତାକଡ଼ରେ ପଡ଼ିଛି ମୃତଦେହ

ଚୌଦ୍ୱାର,୧୯ା୧୧(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ଟାଙ୍ଗୀ-କପିଳାସ ରାସ୍ତାର କରଞ୍ଜି ପଞ୍ଚାୟତର ବଡ଼କୁସୁନୁପୁର ନିକଟ ରାସ୍ତା କଡ଼ରୁ ଜରି ପାଲରେ ଗୁଡ଼ା ହୋଇ ପଡ଼ିଥିବା ମୃତଦେହକୁ ଗୁରୁବାର ସକାଳେ ଉଦ୍ଧାର ହୋଇଛି। ରାସ୍ତାକଡ଼ରେ ଏକ ଜରି ଅଖାରେ କିଛି ବନ୍ଧା ହୋଇପଡ଼ିଥିବା ଓ ସେଥିରୁ ଦୁର୍ଗନ୍ଧ ବାହାରୁଥିବା କିଛି ଗ୍ରାମବାସୀ ବିଲକୁ ଯାଉଥିବା ବେଳେ ଦେଖିବାକୁ ପାଇଥିଲେ ା ପରେ ଏନେଇ ଗ୍ରାମବାସୀ ପୋଲିସକୁ ଜଣାଇଥିଲେ। ଚୌଦ୍ୱାର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଖା ଖୋଲିବାରୁ ସେଥିରୁ ଜଣେ ୫୦ରୁ ଊର୍ଦ୍ଧ୍ୱ ବୟସ୍କ ବ୍ୟକ୍ତିକୁ କେହି ହତ୍ୟା କରି ହାତଗୋଡ଼ ବାନ୍ଧି ଜରିରେ ଗୁଡ଼ାଇ ରାସ୍ତାକଡ଼ରେ ଫିଙ୍ଗି ଚାଲିଯାଇଥିବା ପ୍ରାଥମିକ ତଦନ୍ତରୁ ସନ୍ଦେହ କରିଛି ା ଘଟଣାର ଅଧିକ ତଦନ୍ତ ପାଇଁ ସାଇଣ୍ଟିଫିକ୍‌ ଓ ସନ୍ଧାନୀ କୁକୁରର ସହାୟତା ପାଇଁ ଘଟଣାସ୍ଥଳରେ ପୋଲିସ ମୁତୟନ ଥିବା ଆଇଆଇସି ବିରଞ୍ଚି ନାରାୟଣ ପତି ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri