କଲ୍ୟାଣ ମଣ୍ଡପରୁ ମୃତଦେହ ଜବତ

ଭୁବନେଶ୍ୱର,୧୯।୯(ବ୍ୟୁରୋ):  ଇନ୍‌ଫୋସିଟି ଥାନା ଅଞ୍ଚଳରେ ଥିବା ଏକ କଲ୍ୟାଣ ମଣ୍ଡପରୁ ଜଣେ ଯୁବକଙ୍କ ସନ୍ଦେହଜନକ ଅବସ୍ଥାରେ ଝୁଲନ୍ତା ମୃତଦେହ ମିଳିଛି। ସେହେଲେ ଯାଜପୁର ଅଞ୍ଚଳର ପ୍ରକାଶ ବଳ। ପ୍ରକାଶ ଇଭେଣ୍ଟ ମ୍ୟାନେଜର ଭାବେ କାର୍ଯ୍ୟ କରନ୍ତି। ତେବେ ଟଙ୍କା ପାଇଁ ପ୍ରକାଶଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଥାନା ଅଭିଯୋଗ କରିଛନ୍ତି। ପୋଲିସ ଏକ ହତ୍ୟା ମାମଲା ନଂ.୨୦୧/୨୧ ରୁଜୁ କରି ତଦନ୍ତ ଚଳାଇଛି।
ମୁତାବକ, ଶୁକ୍ରବାର ରାତି ପ୍ରାୟ ୯ଟାରେ ପ୍ରକାଶଙ୍କ ଫୋନ ନ ଲାଗିବାରୁ ମଣ୍ଡପର ଅନ୍ୟ କର୍ମଚାରୀମାନେ ଖୋଜାଖୋଜି କରିଥିଲେ। ରୁମ୍‌ ବାହାରେ ତାଙ୍କର ଚପଲ ପଡିଥିବାବେଳେ ସେ ମାସ୍କ ପିନ୍ଧା ଅବସ୍ଥାରେ ଭିତରେ ଏକ ରଶିରେ ଝୁଲୁଥିବା ଦେଖି ଥାନାକୁ ଖବର ଦେଇଥିଲେ। ପୋଲିସ ପହଞ୍ଚତ୍ ତାଙ୍କୁ ଉଦ୍ଧାର କରି ହସ୍ପିଟାଲକୁ ନେଇଥିଲା। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପ୍ରକାଶଙ୍କ ପରିବାର ଲୋକେ ପହଞ୍ଚତ୍ ଥାନାରେ ଅଭିଯୋଗ କରିଥିଲେ। ତାଙ୍କ ମା’ ଓ ଭାଇଙ୍କ କହିବାନୁସାରେ, ପ୍ରକାଶ ଚାକିରି ଛାଡ଼ି ଇଭେଣ୍ଟ ମ୍ୟାନେଜମେଣ୍ଟ ବ୍ୟବସାୟ କରୁଥିଲେ। କିଛିଦିନ ତଳେ ପ୍ରକାଶ ଘରକୁ ଟଙ୍କା ମାଗିଥିଲେ। କାହିଁକି ଟଙ୍କା ଦରକାର ବୋଲି ମା’ ପଚାରିବାରୁ ପ୍ରକାଶ କହିଥିଲେ, ସେ ଟଙ୍କା ଧାର କରିଛନ୍ତି। ଏଥିପାଇଁ ତାଙ୍କୁ ମାରି ଦେବାକୁ ଧମକ ଦିଆଯାଉଛି। ଏକଥା ଶୁଣିବା ପରେ ଘର ଲୋକେ ତାଙ୍କୁ ୩୦ହଜାର ଟଙ୍କା ଦେଇଥିବାବେଳେ ଏବେ ତାଙ୍କ ମୃତ୍ୟୁକୁ ସହଜରେ ଗ୍ରହଣ କରିପାରୁ ନାହାନ୍ତି ପରିବାର ଲୋକେ। ଅନ୍ୟପକ୍ଷରେ ମୃତଦେହ ନିକଟରୁ ପୋଲିସ ଏକ ସୁଇସାଇଡ୍‌ ନୋଟ୍‌ ମଧ୍ୟ ଜବତ କରିଛି। ତାହା ପ୍ରକାଶଙ୍କର କି ନୁହେଁ, ତାହାର ଯାଞ୍ଚ ପାଇଁ ଲାବ୍‌କୁ ପଠାଇବ ପୋଲିସ। ଏପଟେ ପାରିପାର୍ଶ୍ୱିକ ସ୍ଥିତିକୁ ଦେଖିଲେ ପ୍ରକାଶଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ପ୍ରକାଶ ରଶିରେ ଝୁଲୁଥିବାବେଳେ ଗୋଡ଼ ତଳେ ଲାଗିଛି। ଗୋଡ଼କୁ ଲାଗି ଖଟ ଓ ଚେୟାର ରହିଥିଲା। ହତ୍ୟା ପରେ ତାଙ୍କୁ ରଶିରେ ଝୁଲାଇ ଆତ୍ମହତ୍ୟା ରୂପ ଦିଆଯାଇଥିବାବେଳେ ତଦନ୍ତକୁ ବାଟବଣା ପାଇଁ ହତ୍ୟକାରୀମାନେ ଏପରି ସୁଇସାଇଡ୍‌ ନୋଟ୍‌ ପ୍ରସ୍ତୁତ କରିଛନ୍ତି ବୋଲି ପ୍ରକାଶଙ୍କ ଭାଇ କହିଛନ୍ତି। ତେବେ ଏଭଳି ଅଭିଯୋଗକୁ କଲ୍ୟାଣ ମଣ୍ଡପ କର୍ତ୍ତୃପକ୍ଷ ଖଣ୍ଡନ କରିଥିବାବେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ଥାନା ଅଧିକାରୀ ସମିତା ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri