କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ ଚାଞ୍ଚଲ୍ୟ ପ୍ରକାଶ ପାଇଛି।

ମୃତକ ହେଉଛନ୍ତି ନୂଆସାହି ଗ୍ରାମର ମଦନ ପୃଷ୍ଟି। ତାଙ୍କ ବୟସ ପ୍ରାୟ ୪୫ ବର୍ଷ ବୋଲି ଜଣାପଡ଼ିଛି। ମଦନ ଶତପ୍ରତିଶତ ଦିବ୍ୟାଙ୍ଗ ଥିବା ସୂଚନା ମିଳିଛି। ପରିବାରରେ ପତ୍ନୀ ଓ ଜଣେ ପୁଅ ଅଛନ୍ତି। ସେ ଗାଁରେ ବୁଲି ଫେରିୱାଲା ବ୍ୟବସାୟ କରି ପରିବାର ପ୍ରତିପୋଷଣ କରୁଥିଲେ।

ତେବେ ଆଜି ସକାଳେ ଗାଁ ନିକଟସ୍ଥ ଏକ କାଜୁ ବୁଦାରେ ମଦନଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ଘଟଣା ସମ୍ପର୍କରେ ଖବର ପାଇ ବ୍ରହ୍ମବରଦା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି।

ମଦନଙ୍କ ମୃତ୍ୟୁ ଆତ୍ମହତ୍ୟା ନା ଏହା ପଛରେ ଅନ୍ୟ କୌଣସି କାରଣ ରହିଛି, ସେନେଇ ଏବେ ସ୍ପଷ୍ଟ ହୋଇନାହିଁ। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ବିଭିନ୍ନ ପ୍ରଶ୍ନ ଉଠିଥିବା ବେଳେ ପୁଲିସର ତଦନ୍ତ ପରେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ।

 

Dharitri – Odisha’s No.1 Odia Daily

 

Share