ମିଳିଲା ପ୍ରେମୀ ଯୁଗଳଙ୍କ ମୃତଦେହ

କୋକସରା,୯।୬: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ମହିମା ପଞ୍ଚାୟତ ତେନ୍ତୁଲିପଡାର ଚାଷ ଜମି ନିକଟ ଏକ ବରଗଛରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ବୁଧବାର ପୋଲିସ ଜବତ କରିଛି। ଉଭୟ ଯୁବକ ଓ ଯୁବତୀ ନିକଟ ଗୌନ୍ତିଆପଡାର ଅମିତ ଜୁଏଡ (୨୨) ଓ ସେହିପଡାର କୁନ୍ତଳା ମୁଲକିଆ(୨୧)। ପାରିପାର୍ଶ୍ୱିକ ଅବସ୍ଥା ଅନୁଧ୍ୟାନ ପରେ ସାଇଣ୍ଟିଫିକ୍‌ ଟିମ୍‌ ସାହାଯ୍ୟରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

ମଙ୍ଗଳବାର ରାତି ୧୦ଟାରେ ଝିଅ ଘରୁ ବାହାରି ଆଉ ଫେରି ନ ଥିଲେ। ବୁଧବାର ଝିଅର ବାପା ନିଖୋଜ ଥିବା ନେଇ ଆମପାଣି ଥାନାରେ ଏକ ଅଭିଯୋଗ କରିଥିଲେ। ସକାଳୁ ମୃତଦେହ ଜବତ ପରେ ତାହା ନିଖୋଜ ଝିଅର ବୋଲି ଜଣାପଡିଥିଲା। ସେହିପରି ଯୁବକ ମଧ୍ୟ ରାତିରୁ ବହାରି ଘରକୁ ଫେରି ନ ଥିଲେ। ସକାଳୁ ସ୍ଥାନୀୟ କେତେକ ଲୋକେ ଯୁବକ ଓ ଯୁବତୀ ବେକରେ ଓଢ଼ଣି ଲଗାଇ ଗଛରେ ଓହଳି ପଡିଥିବା ଦେଖିଥିଲେ। ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଲୋକ ଆମପାଣି ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। କେଉଁ କାରଣରୁ ଦୁହେଁ ଆତ୍ମହତ୍ୟା କରିଛନ୍ତି ତାହା ଜଣାପଡ଼ି ନାହିଁ। ପ୍ରେମ ଜନିତ ସମ୍ପର୍କ ରହିଥିବା ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି। ଏ ନେଇ ଆପମାଣି ଥାନାରେ ୨ଟି ପୃଥକ ମାମଲା (ନଂ. ୧/୨୧ ଏବଂ ୨/୨୧) ରୁଜୁ ହୋଇଥିବା ଏଏସ୍‌ଆଇ ରାମଶଙ୍କର ବାଗ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ

ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?