ବରଗଛରେ ଝୁଲୁଥିଲା ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ, ଏଏସ୍‌ଆଇ ପହଞ୍ଚି…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମ ନିକଟ ଆନ୍ଧ୍ର ଇଟାଭାଟିରେ ରହି କାମ କରୁଥିବା ଜଣେ ଅଣଓଡ଼ିଆ ଶ୍ରମିକ ଶନିବାର ଭୋର୍‌ରେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଶ୍ରମିକ ଜଣକ ହେଲେ ଛତିଶଗଡ଼ ରାଜ୍ୟର ଦାନଗିରି ଜିଲା ମୂଲମୁଲା ଥାନା ରମ୍ପା ଗ୍ରାମ ବାସିନ୍ଦା ପରଦେଶୀ କଓ୍ବୋଟାଙ୍କ ପୁଅ ଶିବା କଓ୍ବୋଟା(୧୯)। ଗତ କିଛିଦିନ ହେଲା ଶିବା ଉକ୍ତ ଇଟାଭାଟିରେ କାମ କରୁଥଲେ। କୌଣସି କାରଣରୁ ମାନସିକ ଭାରସାମ୍ୟ ହରାଇ ଇଟାଭାଟି ନିକଟ ଏକ ବରଗଛ ଡାଳରେ ବେକରେ ଗାମୁଛା ବାନ୍ଧି ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଖବରପାଇ ପାଟପୁର ଥାନା ଏଏସ୍‌ଆଇ ସୁଧୀର କୁମାର ମିଶ୍ର ସଦଳବଳ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଥାନାରେ କେସ୍‌ ନଂ ୭/୨୬ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲେ। ବ୍ୟବଚ୍ଛେଦ ପରେ ମୃତଦେହକୁ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ଜଣାପଡିଛି। ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ଆଇଆଇସି ଦୀପ୍ତିରଞ୍ଜନ ବେହେରା କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ

ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri