ଗାଁ ଦାଣ୍ଡରେ ୪ ଦିନ ହେବ ପଡ଼ିରହିଛି ମା’ ଝିଅଙ୍କ ମୃତଦେହ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଅଧିକାରୀଙ୍କୁ ଅଟକ ରଖିଲେ ଗ୍ରାମବାସୀ

ରାଜନଗର,୨୩।୯(ଡି.ଏନ୍‌.ଏ): ମାମୁ ଘର ସମ୍ମୁଖରେ ଭାଣିଜୀର ମୃତଦେହ ୪ ଦିନ ହେବ ପଡ଼ିରହିଛି। ଏହା ସହ ପାଖରେ ଏକ ଆମ୍ବୁଲାନ୍ସରେ ମା’ର ମୃତଦେହ ପଡ଼ିଛି। ଏପରି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଅଞ୍ଚଳରେ। ଘଟଣାରେ ସମ୍ପୃକ୍ତ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଗ୍ରାମବାସୀ ମୃତଦେହ ସତ୍କାର କରୁ ନ ଥିବା ଜଣାପଡ଼ିଛି ।
ତେବେ ମୃତଦେହ ବ୍ୟବଚ୍ଛେଦ ପରେ ମୃତା ଝିଅ ପେଟରୁ ଏକ ଶିଶୁ ଭ୍ରୁଣ ବାହାରିବାରୁ ରାଜନଗର ପୋଲିସ ତଦନ୍ତ କରିବା ସହ ମାମୁଙ୍କୁ ଅଟକ ରଖିଛି। ମାତ୍ର ଏଥିରେ ସମ୍ପୃକ୍ତି ଥିବା ପରିବାରର ଅନ୍ୟ ସମସ୍ତଙ୍କୁ ଗିରଫ ଦାବିରେ ଗ୍ରାମବାସୀ ଅଡ଼ି ବସିଛନ୍ତି। ତେବେ ଗ୍ରାମବାସୀଙ୍କୁ ବୁଝାଶୁଝା କରିବା ଲାଗି ତହସିଲଦାର, ଆଇଆଇସି ବିଡିଓ ଘଟଣାସ୍ଥଳରେ ପହଞ୍ଚି ଥିଲେ। ମାତ୍ର ଅଭିଯୁକ୍ତଙ୍କୁ ଗିରଫ ଦାବିରେ ସେମାନଙ୍କୁ ଗ୍ରାମବାସୀ ଅଟକ ରଖିଛନ୍ତି। ମହିଳାମାନେ ଅଧିକାରୀଙ୍କ ଗାଡ଼ି ଆଗରେ ଧାରଣା ଦେଇଛନ୍ତି।

ସୂଚନାଯୋଗ୍ୟ, ଶନିବାର ପୂର୍ବାହ୍ନରେ ଦୁଇ ଝିଅଙ୍କୁ ଛାଡ଼ି ସ୍ଥାନୀୟ ବ୍ୟାଙ୍କକୁ ଟଙ୍କା ଉଠାଇବାକୁ କହି ମା’ ଯାଇଥିଲେ। ସନ୍ଧ୍ୟା ହୋଇଥିଲେ ହେଁ ସେ ଘରକୁ ନ ଫେରିବାରୁ ଝିଅ ତାଙ୍କୁ ଖୋଜିବାକୁ ଯାଇଥିଲେ। ସେ ତାଙ୍କୁ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିବା ପରେ ମାମୁଘର ଗଁା ନିକଟସ୍ଥ ବ୍ରାହ୍ମଣୀ କୂଳରୁ ମା’ଙ୍କ ମୋବାଇଲ୍‌ ଓ ଚପଲ ପାଇଥିଲେ। ରାତି ହୋଇଯାଇଥିବାରୁ ସେ ମାମୁଘରେ ରହିଯାଇଥିଲେ। ତେବେ ସକାଳୁ ତାଙ୍କ ମୃତଦେହ ମାମୁଘର ପଛପଟ ପୋଖରୀରୁ ଉଦ୍ଧାର କରାଯାଇଥିଲା। ସେହିପରି ରବିବାର ରାତିରେ ମା’ ଙ୍କୁ ହଂସୁଆ ନଦୀରୁ ଉଦ୍ଧାର କରାଯାଇଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଥିଲା। ରାଜନଗର ଥାନାରେ ଏ ନେଇ ଦୁଇଟି ମାମଲା ରୁଜୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?