ପୁରୁଷୋତ୍ତମପୁର,୯।୧୧(ସିମାଞ୍ଚଳ ମିଶ୍ର): ସରକାର ଶିଶୁ କନ୍ୟାଙ୍କର ସୁରକ୍ଷା ପ୍ରତି ଗରୁତ୍ୱ ଦେଉଥିବା ବେଳେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୁଷୋତ୍ତମପୁର ଥାନା ସମ୍ମୁଖରେ ଥିବା ଏକ ଡ୍ରେନ ମଧ୍ୟରେ ଏକ ଶିଶୁକନ୍ୟାଙ୍କର ମୃତଦେହ ଉଦ୍ଧାର କରାଯାଇଛି। ଦୀର୍ଘ ପାଞ୍ଚ ଘଣ୍ଟାରୁ ଉର୍ଦ୍ଧ ସମୟ ଧରି ଏକ ନବଜାତ ଶିଶୁ କନ୍ୟାର ମୃତଦେହ ଡ୍ରେନରେ ପଡିରହିଥିଲା। ତେବେ ଲୋକେ ରୁଣ୍ଡ ହେବା ପରେ ଘଟଣା ସାମ୍ନାକୁ ଆସିଥିଲା।
ଏନସି ପକ୍ଷରୁ ଲାଗିଥିବା ସିସି କ୍ୟାମେରାରେ କଏଦ ହୋଇଥିବା ଭିଡିଓରୁ ସତ୍ୟତା ଜଣା ପଡି ନ ଥିବାବେଳେ କିଛି ଦୃଶ୍ୟକୁ ନେଇ ସନ୍ଦେହ ପ୍ରକାଶ ପାଇଛି। କ୍ୟାମେରାରେ କଏଦ ଦୃଶ୍ୟ ଅନୁଯାୟୀ, ଏକ ଅଟୋଯୋଗେ ତିନିଜଣ ଯୁବକ ଜଣେ ମହିଳାଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। କିଛି ସମୟପରେ ପୁଣି ସେହି ମହିଳାଙ୍କୁ ସ୍ବାସ୍ଥ୍ୟ କେନ୍ଦ୍ରରୁ ବାହାରକୁ ଆଣି ଏକ ପରିଶ୍ରାଗାରକୁ ନେଇଥିଲୋ ସେଠାରେ ମହିଳା ଜଣଙ୍କ ଶିଶଙ୍କୁ ଜନ୍ମଦେଇଥିବାର ଅନୁମାନ କରାଯଉଛି। ଏହାପରେ ଜଣେ ଯୁବକ ସେହି ପରିଶ୍ରାଗାରକୁ ଯାଇ ଏକ ବାଲଟିରେ କିଛି ଆଣି ଡ୍ରେନରେ ଫୋପାଡି ଦେଇଥିବାର ଭିଡିଓରେ ଦେଖାଯାଇଛି।
ତେବେ ଶିଶୁକନ୍ୟା ଜନ୍ମକୁ ନେଇ ଅଣଦେଖା ନା ଅବୈଧ ସଂପର୍କରୁ ଏଭଳି ଘଟିଛି ନା ମହିଳା ଜଣକ ମୃତ ଶିଶୁକୁ ଜନ୍ମଦେଇ ଏଭଳି ଫୋପାଡି ହେଇଛନ୍ତି ତାହା ଏପର୍ଯ୍ୟନ୍ତ ଜଣାପଡି ନାହିଁ। ପୋଲିସ ଶିଶୁର ମୃତଦେହ ଜବତ କରି ତଦନ୍ତ ଚଳାଇଛି।
ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ
ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…
୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା
ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…
ଶିବମ୍ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍-ସଟ୍’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା
ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…
ଅବସରକୁ ନେଇ ମୁହଁ ଖୋଲିଲେ ଶାମି
ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…
ଭାଜପାରେ ଯୋଗଦେଲେ ଟେନିସ୍ କିମ୍ବଦନ୍ତୀ ଲିଆଣ୍ଡର ପେସ୍
ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍ କିମ୍ବଦନ୍ତୀ ଲିଆଣ୍ଡର ପେସ୍ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍…
LIVE ମ୍ୟାଚ୍ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO
ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK) ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…
IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…
ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…
ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..
ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…
Archives

