ଥାନା ସମ୍ମୁଖ ଡ୍ରେନରୁ ମିଳିଲା ନବଜାତ ଶିଶୁ୍‌କନ୍ୟାର ମୃତଦେହ

ପୁରୁଷୋତ୍ତମପୁର,୯।୧୧(ସିମାଞ୍ଚଳ ମିଶ୍ର): ସରକାର ଶିଶୁ କନ୍ୟାଙ୍କର ସୁରକ୍ଷା ପ୍ରତି ଗରୁତ୍ୱ ଦେଉଥିବା ବେଳେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୁଷୋତ୍ତମପୁର ଥାନା ସମ୍ମୁଖରେ ଥିବା ଏକ ଡ୍ରେନ ମଧ୍ୟରେ ଏକ ଶିଶୁକନ୍ୟାଙ୍କର ମୃତଦେହ ଉଦ୍ଧାର କରାଯାଇଛି। ଦୀର୍ଘ ପାଞ୍ଚ ଘଣ୍ଟାରୁ ଉର୍ଦ୍ଧ ସମୟ ଧରି ଏକ ନବଜାତ ଶିଶୁ କନ୍ୟାର ମୃତଦେହ ଡ୍ରେନରେ ପଡିରହିଥିଲା। ତେବେ ଲୋକେ ରୁଣ୍ଡ ହେବା ପରେ ଘଟଣା ସାମ୍ନାକୁ ଆସିଥିଲା।
ଏନସି ପକ୍ଷରୁ ଲାଗିଥିବା ସିସି କ୍ୟାମେରାରେ କଏଦ ହୋଇଥିବା ଭିଡିଓରୁ ସତ୍ୟତା ଜଣା ପଡି ନ ଥିବାବେଳେ କିଛି ଦୃଶ୍ୟକୁ ନେଇ ସନ୍ଦେହ ପ୍ରକାଶ ପାଇଛି। କ୍ୟାମେରାରେ କଏଦ ଦୃଶ୍ୟ ଅନୁଯାୟୀ, ଏକ ଅଟୋଯୋଗେ ତିନିଜଣ ଯୁବକ ଜଣେ ମହିଳାଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। କିଛି ସମୟପରେ ପୁଣି ସେହି ମହିଳାଙ୍କୁ ସ୍ବାସ୍ଥ୍ୟ କେନ୍ଦ୍ରରୁ ବାହାରକୁ ଆଣି ଏକ ପରିଶ୍ରାଗାରକୁ ନେଇଥିଲୋ ସେଠାରେ ମହିଳା ଜଣଙ୍କ ଶିଶଙ୍କୁ ଜନ୍ମଦେଇଥିବାର ଅନୁମାନ କରାଯଉଛି। ଏହାପରେ ଜଣେ ଯୁବକ ସେହି ପରିଶ୍ରାଗାରକୁ ଯାଇ ଏକ ବାଲଟିରେ କିଛି ଆଣି ଡ୍ରେନରେ ଫୋପାଡି ଦେଇଥିବାର ଭିଡିଓରେ ଦେଖାଯାଇଛି।
ତେବେ ଶିଶୁକନ୍ୟା ଜନ୍ମକୁ ନେଇ ଅଣଦେଖା ନା ଅବୈଧ ସଂପର୍କରୁ ଏଭଳି ଘଟିଛି ନା ମହିଳା ଜଣକ ମୃତ ଶିଶୁକୁ ଜନ୍ମଦେଇ ଏଭଳି ଫୋପାଡି ହେଇଛନ୍ତି ତାହା ଏପର୍ଯ୍ୟନ୍ତ ଜଣାପଡି ନାହିଁ। ପୋଲିସ ଶିଶୁର ମୃତଦେହ ଜବତ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡବଲ ଇଞ୍ଜିନ ନୁହେଁ, ଯୋଡି ଶଙ୍ଖ ଦରକାର: ପାଣ୍ଡିଆନ

ନୂଆପଡ଼ା,୨୮ା୪ (ମକାରୁ ବେମାଲ)୫-ଟି ଅଧ୍ୟକ୍ଷ ତଥା ବିଜେଡି ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ନୂଆପଡ଼ା ଜିଲା ଗସ୍ତରେ ଆସି ସ୍ଥାନୀୟ ମିନି ଷ୍ଟାଡିୟମଠାରେ ଆୟୋଜିତ...

୫ ବର୍ଷର ରିପୋର୍ଟ କାର୍ଡ ଦେଲେ ସପ୍ତଗିରି

ରାୟଗଡ଼ା,୨୮ା୪(ଆଶିଷ ରଞ୍ଜନ ପଣ୍ଡା)କୋରାପୁଟ ଏମ୍‌ପି ସପ୍ତଗିରି ଉଲାକାଙ୍କ ରାୟଗଡ଼ାସ୍ଥିତ ବାସଭବନରେ ଶନିବାର ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ା ଉକ୍ତ ସମ୍ମିଳନୀରେ ଏମ୍‌ପି ସପ୍ତଗିରି...

ହିନ୍ଦୋଳରୁ ଲଢ଼ିବେ ସୀମାରାଣୀ

ଢେଙ୍କାନାଳ,୨୮ା୪(ରତନ ନାୟାର)ଢେଙ୍କାନାଳ ଜିଲା ହିନ୍ଦୋଳ ବିଧାନସଭା କ୍ଷେତ୍ରରୁ ତୃତୀୟ ଥର ପାଇଁ ନିର୍ବାଚନ ଲଢ଼ିବେ ବିଧାୟିକା ସୀମାରାଣୀ ନାୟକ। ଶନିବାର ଭାଜପା ପକ୍ଷରୁ ତାଙ୍କୁ ପ୍ରାର୍ଥୀ...

ଭାଜପାରୁ ଲଢ଼ିବେ ବାଣୀକଲ୍ୟାଣ

ବାସୁଦେବପୁର,୨୮।୪(ନାରାୟଣ ପ୍ରସାଦ ବାରିକ୍‌)ଭଦ୍ରକ ଜିଲା ବାସୁଦେବପୁର ବିଧାନସଭା କ୍ଷେତ୍ର ପାଇଁ ନବାଗତ ଯୁବନେତା ବାଣୀକଲ୍ୟାଣ ମହାନ୍ତିଙ୍କୁ ପ୍ରାର୍ଥୀ ଭାବେ ଭାଜପା ଶନିବାର ଘାଷଣା କରିଛି। ଯୁବ...

‘ମୁଖ୍ୟମନ୍ତ୍ରୀଙ୍କ ହୃଦୟରେ ଆଦିବାସୀଙ୍କ ପାଇଁ ସ୍ବତନ୍ତ୍ର ସ୍ଥାନ ରହିଛି’

ଭବାନୀପାଟଣା/କୋକସରା/ଗୋଲାମୁଣ୍ଡା/ କର୍ଲାମୁଣ୍ଡା,୨୮।୪(ଉତ୍ତମ କୁମାର ଦାଶ/ ଦୁଷ୍ମନ୍ତ ପଟ୍ଟଯୋଶୀ/ବଟକୃଷ୍ଣ ପଣ୍ଡା/ପ୍ରଦୀପ ସାହୁ): ୫-ଟି ଅଧ୍ୟକ୍ଷ ତଥା ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର କଳାହାଣ୍ଡି ଜିଲାର...

ପୁରୀ ସାହିଯାତରେ ପ୍ରଚାରକଲେ ନେତା

ପୁରୀ,୨୮ା୪(ଅଜିତ୍‌ ମହାନ୍ତି)ଶ୍ରୀକ୍ଷେତ୍ରରେ ସାହିଯାତକୁ ନେଇ ପୁରୀ ସହର ଏବେ ଉତ୍ସବମୁଖର। ସାହି ଯାତରେ ଶ୍ରୀକ୍ଷେତ୍ରର ପାରମ୍ପରିକ ସମରକଳା ନୃତ୍ୟ ଦେଖିବାକୁ ମଳୁଛି। ଶୁକ୍ରବାର ବାଲିସାହି ପକ୍ଷରୁ...

ସମସ୍ୟା ଘେରରେ ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର

ଟାଙ୍ଗୀ,୨୮ା୪(ରଘୁନାଥ ସାହୁ)ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଟାଙ୍ଗୀ ବ୍ଲକ ଅନ୍ତର୍ଗତ ୨୬ ପଞ୍ଚାୟତ, ଚିଲିକା ବ୍ଲକ ଅନ୍ତର୍ଗତ ୫ ପଞ୍ଚାୟତ ଓ ରଣପୁର ବ୍ଲକ ଅନ୍ତର୍ଗତ...

କଟକ: ଆସନ୍ତା କାଲି ପ୍ରକାଶ ପାଇବ ନିର୍ବାଚନ ବିଜ୍ଞପ୍ତି

କଟକ,୨୮ା୪(କାର୍ତ୍ତିକ ସାହୁ)ଆସନ୍ତା ନିର୍ବାଚନକୁ ଅବାଧ, ନିରପେକ୍ଷ ଓ ଶାନ୍ତିଶୃଙ୍ଖଳାର ସହ ସମାପନ କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ପ୍ରୟାସ ଜାରି ରହିଛି। ନିର୍ବାଚନ ନିମନ୍ତେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri