ଦଶମନ୍ତପୁର,୧୬।୭ (ଅରବିନ୍ଦ ନାୟକ )୨ ବର୍ଷ ୩ ମାସ ହେଲା ନିଖୋଜ ଥିବା ଜଣେ ମହିଳାଙ୍କ ମୃତଦେହକୁ ପୋଲିସ କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଚଣାବାଡ ପଞ୍ଚାୟତର କଟ୍ରାଆମ୍ବ ଗ୍ରାମ ନିକଟରୁ ଜବତ କରିଛି। ମୃତକ ହେଲେ କଡ୍ରୁ ମୁଦୁଲିଙ୍କ ଝିଅ କୁନି (୨୩)।
ଖବରରୁ ଜଣାପଡିଛି, ୨୦୨୧ରେ କୁନିଙ୍କର ଉକ୍ତ ପଞ୍ଚାୟତର ଜଣେ ଯୁବକଙ୍କ ସହିତ ପ୍ରେମ ସମ୍ପର୍କ ଗଢି ଉଠିଥିଲା। ଯୁବକ ଜଣକ ଅନ୍ୟ ସମ୍ପ୍ରଦାୟର ଓ ପୂର୍ବରୁ ବିବାହିତ ହୋଇଥିବାରୁ ଏନେଇ ପରିବାର ଲୋକେ ପ୍ରତିବାଦ କରି ଦଶମନ୍ତପୁର ଥାନାରେ ଏତଲା ଦେଇଥିଲେ। ପୋଲିସ ସେତେବେଳେ ଉଭୟଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ଯୁବକ ଜଣଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଥିଲା। ଝିଅକୁ ନେବାକୁ ପରିବାର ଲୋକେ ରାଜି ନ ହେବାରୁ ତତ୍କାଳୀନ ଥାନା ଅଧିକାରୀ ତାଙ୍କୁ ଜିଲା ମହିଳା ସୁରକ୍ଷା କେନ୍ଦ୍ରକୁ ପଠାଇଥିଲେ। କିଛି ଦିନ ପରେ କୁନି ସେଠାରୁ ଫେରାର ହୋଇଯାଇଥିଲେ। ଏନେଇ ଦଶମନ୍ତପୁର ସଦର ଥାନାରେ ଏକ ମାମଲା ରୁଜୁ କରାଯାଇଥିଲା। ଏହାପରଠାରୁ କୁନି କେଉଁଠି କାହା ସହ ରହୁଥିଲେ ତାହା ଜଣାପଡି ନ ଥିଲା। ତେବେ ଗାଁ ଆମ୍ବଗଛ ରାସ୍ତା ଦେଇ କେତେଜଣ ଚାଷୀ ଶନିବାର ସକାଳୁ ଚାଷ କରିବାକୁ ଯାଉଥିବା ବେଳେ ଏକ ପଥର ଉପରେ ଜଣେ ମହିଳା ପାଟିରୁ ଫେଣ ବାହାରୁଥିବା ଅବସ୍ଥାରେ ପଡିଥିବା ଦେଖିବାକୁ ପାଇ ଏ ସମ୍ପର୍କରେ ସେମାନେ ଚଣାବାଡ ସରପଞ୍ଚ ରାଜଲକ୍ଷ୍ମୀ ମାଝି ଏବଂ ଗ୍ରାମବାସୀଙ୍କୁ ଜଣାଇଥିଲେ। ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚତ୍ ତାଙ୍କୁ କଡ୍ରୁଙ୍କ ଝିଅ କୁନି ବୋଲି ଚିହ୍ନଟ କରିଥିଲେ। ମୃତଦେହ ପଡିଥିବା ଖବର ପାଇ ଥାନା ଅଧିକାରୀ ଚନ୍ଦ୍ରଭାନୁ ମହାନ୍ତି, ସେକେଣ୍ଡ ଅଫିସର ନିର୍ମଳା ଲିମା ଗ୍ରାମରେ ପହଞ୍ଚତ୍ଥିଲେ। କୁନିଙ୍କ ମୃତଦେହ ନିକଟରୁ ଗୋଟିଏ ହାତ ବ୍ୟାଗ୍, ଗୋଟିଏ ଝୁଲା ବ୍ୟାଗ୍ ଏବଂ ଫ୍ଲିପ୍କାର୍ଟ ଦ୍ବାରା ଅର୍ଡର କରାଯାଇଥିବା ମହିଳାଙ୍କ ବ୍ୟବହାରଯୋଗ୍ୟ କିଛି ସାମଗ୍ରୀ ମିଳିଥିଲା। ମୃତଦେହ ଜବତ ପରେ ଏହାକୁ ବ୍ୟବଚ୍ଛେଦ ଲାଗି କୋରାପୁଟ ପଠାଇ ପୋଲିସ ଅଧିକ ତଦନ୍ତ ଜାରି ରଖିଛି। ଏ ସମ୍ପର୍କରେ କୁନିଙ୍କ ବାପା କଡ୍ରୁ କହିଛନ୍ତି, ତାଙ୍କ ଝିଅ ଦୀର୍ଘ ୨ ବର୍ଷ ୩ ମାସ ହେଲା ନିଖୋଜ ହୋଇଯାଇଥିଲା। ତେବେ ଗ୍ରାମ ମୁଣ୍ଡକୁ ତା’ମୃତଦେହ କିପରି ଆସିଲା ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କେସ୍ ନଂ. ୧୬/୨୩ରେ ଏକ ଅପମତ୍ୟୁ ମାମଲା ରୁଜୁ କରି ପୋଲିସ ତଦନ୍ତ ଜାରି ରଖିଥିବା ଥାନା ଅଧିକାରୀ ମହାନ୍ତି କହିଛନ୍ତି। ଏପରି ରହସ୍ୟଜନକ ଘଟଣାର ଉଚିତ ତଦନ୍ତ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।
Posted inHome, Home Left, ଆମ ଜିଲା ଖବର, କୋରାପୁଟ View All
ପାକ୍ ସଂସଦର ସ୍ପିକରଙ୍କ ସହ ହାତ ମିଳାଇଲେ ଜୟଶଙ୍କର, ନିଜ ପିଠି ଥାପୁଡାଇଲା ପାକିସ୍ତାନ, ଭାରତ ଦେଖାଇଦେଲା…
ନୂଆଦିଲ୍ଲୀ/ଇସଲାମାବାଦ,୧।୧: ବାଂଲାଦେଶର ରାଜଧାନୀ ଢାକାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ଅନ୍ତିମ ସଂସ୍କାର ସମୟରେ ଅନୁଷ୍ଠିତ ଏକ ଆନୁଷ୍ଠାନିକ ସାକ୍ଷାତ ଭାରତ ଏବଂ ପାକିସ୍ତାନ ମଧ୍ୟରେ...
ଏମିତି ଗାଁ: ଯେଉଁଠି ଲୋକେ ନାଁ ଧରି ନୁହେଁ, ସିଟି ବଜାଇ ପରସ୍ପରକୁ ଡାକନ୍ତି , କାରଣ ବି ଖୁବ୍ ଅଜବ…
ସାରା ବିଶ୍ୱରେ ଅନେକ ଗାଁ ଅନନ୍ୟ କାରଣ ପାଇଁ ଜଣାଶୁଣା। ଭାରତରେ ଏପରି ଏକ ଗାଁ ଅଛି, ଯାହା ଏହାର ଅନନ୍ୟ ଶୈଳୀ ପାଇଁ ବେଶ୍...
ନୂଆବର୍ଷରେ ଦେଶକୁ ବଡ଼ ଉପହାର, ଏହି ରୁଟରେ ଦୌଡ଼ିବ ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନ, ଜାଣନ୍ତୁ କେତେ ରହିବ ଭଡା
ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ (ଜାନୁଆରୀ ୧) କେନ୍ଦ୍ରର ମୋଦି ସରକାର ଦେଶକୁ ଏକ ଗୁରୁତ୍ୱପୂର୍ଣ୍ଣ ଉପହାର ପ୍ରଦାନ କରିଛନ୍ତି। ରେଳ ମନ୍ତ୍ରଣାଳୟ ପ୍ରଥମ...
ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଭାଜପା କହିଲା…
ନୂଆଦିଲ୍ଲୀ,୧।୧: ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲେ ଏକ ବୟାନ ଦେଇ ରାଜନୈତିକ ହଇଚଇ ସୃଷ୍ଟି କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ...
ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ…
ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ...
ବଦଳିଲା CBSE ବୋର୍ଡ ପରୀକ୍ଷା ତାରିଖ, ଜାଣନ୍ତୁ କେବେ ହେବ…
ନୂଆଦିଲ୍ଲୀ,୧।୧: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ୨୦୨୬ ପାଇଁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ସଂଶୋଧିତ ସମୟସାରଣୀ ପ୍ରକାଶ କରିଛି। ପ୍ରଶାସନିକ...
ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…
ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...
ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…
ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...
Archives


