ତୀର ମାଡ଼ କରି ଥିଲେ ଫେରାର: ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ

ନୂଆପଡ଼ା,୨ା୯ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ସୁନାବେଡା ଅଭୟାରଣ୍ୟର ଯୋଗୀମୁଣ୍ଡା ଗାଁରେ ଗତ ମଙ୍ଗଳବାର ଜଣେ ଯୁବକ ୩ ଜଣଙ୍କୁ ତୀର ମାଡ଼କରି ଫେରାର ହୋଇଯାଇଥିଲେ। ସୋମବାର ସମ୍ପୃକ୍ତ ଯୁବକ ଲାଲଧର ପହରିଆ (୪୫)ଙ୍କ ମୃତଦେହ ଏକ ଗଛରେ ଝୁଲୁଥିବା ଗ୍ରାମବାସୀ ଦେଖିବାକୁ ପାଇଛନ୍ତି। ସନ୍ଧ୍ୟା ହୋଇଯିବାରୁ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ନାହିଁ। ସୂଚନା ଅନୁଯାୟୀ ଗତ ମଙ୍ଗଳବାର ଅପରାହ୍ନରେ ଯୋଗୀମୁଣ୍ଡା ଗାଁର ଲାଲଧର ହାତରେ ଧନୁତୀର ଧରି ଜଙ୍ଗଲପଟୁ ଘରକୁ ଫେରୁଥିଲୋ। ସେହି ସମୟରେ ଶୁକ୍ରୁବାରୀ ପହରିଆ (୪୫) ଘରୁ ବାହାରୁଥିବା ସମୟରେ ଲାଲଧର ତାଙ୍କୁ ତୀରରେ ଆକ୍ରମଣ କରିଥିଲେ। ପରେ ମଙ୍ଗଳୁ ପହରିଆ (୪୬) ସାମ୍‌ନାକୁ ଆସିଯିବାରୁ ତାଙ୍କୁ ମଧ୍ୟ ତୀର ମାଡ କରିଥିଲେ। ଏହା ପରେ ମା’ବାପା ଛେଉଣ୍ଡ ସନ୍ତୋଷ ପହରିଆ (୧୪) ପାଇଖାନାରୁ ଫେରୁଥିବା ବେଳେ ଲାଲଧର ତାଙ୍କୁ ତୀର ମାଡ କରି ଫେରାର ହୋଇଯାଇଥିଲେ। ଗ୍ରାମବାସୀ ଆହତମାନଙ୍କୁ ଖଟିଆରେ ୩ କିମି ବୋହି ସୁନାବେଡା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ। ଶୁକୃବାରୀ ପ୍ରାଥମିକ ଚିକିସତ୍ା ପରେ ଘରକୁ ଫେରିଥିଲେ। ସନ୍ତୋଷ ଓ ମଙ୍ଗଳୁ ଗୁରୁତର ଥିବାରୁ ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତରମାନେ ଅସ୍ତ୍ରୋପଚାର କରି ସନ୍ତୋଷଙ୍କ ପେଟରୁ ତୀର ବାହାର କରିଥିଲେ ା ବର୍ତମାନ ସେମାନେ ସୁସ୍ଥ ଥିବା ଜଣା ପଡିଛି। ସୋମବାର ଗାଁର କିଛି ଲୋକ ବୋରରା ଡଙ୍ଗରକୁ ଗାଈ, ଛେଳି ଚରାଇବା ପାଇଁ ଯାଇଥିବା ସମୟରେ ଏକ ଗଛରେ ଲାଲଧରଙ୍କ ଝୁଲନ୍ତା ମୃତଦେହ ଦେଖି ଗାଁ ଲୋକଙ୍କୁ ଖବର କରିଥିଲେ ା ଗାଁ ଲୋକେ କୋମନା ପୋଲିସକୁ ଖବର ଦେଇଥିଲେ ମଧ୍ୟ ସନ୍ଧ୍ୟା ହୋଇଯିବାରୁ ପୋଲିସ ସେଠାରେ ପହଞ୍ଚତ୍ନାହିଁ। ମଙ୍ଗଳବାର ପୋଲିସ ପହଞ୍ଚତ୍ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇବ। ଏହା ହତ୍ୟା କି ଆମତ୍ହତ୍ୟା ଅସ୍ପଷ୍ଟ ରହିଛି ା ବ୍ୟବଚ୍ଛେଦ ପରେ ପ୍ରକୃତ ଘଟଣା ଜଣାପଡିବ ବୋଲି ବୃଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି ା


Enter your email to get our daily news in your inbox.

All Right Reserved By Dharitri.Com

୧୮ ସେପ୍ଟେମ୍ବର ଭିତରେ ଏହି ୩ ରାଶିଙ୍କର ହେବ ବଡ଼ ଚମତ୍କାର: କର୍କଟ ରାଶିରେ ପ୍ରବେଶ କରିବା ପୂର୍ବରୁ ନୂଆ ସୁଯୋଗ ଦେଇଯିବେ ମଙ୍ଗଳ

ଭୁବନେଶ୍ୱର: ବର୍ତ୍ତମାନ ମଙ୍ଗଳ ମିଥୁନ ରାଶିରେ ବିରାଜମାନ ଅଛନ୍ତି। ଖୁବଶୀଘ୍ର ମଙ୍ଗଳ ନିଜ ରାଶି ପରିବର୍ତ୍ତନ କରିବେ। ଜ୍ୟୋତିଷ ଗଣନା ଅନୁଯାୟୀ, ୧୮ ସେପ୍ଟେମ୍ବର ୨୦୨୬, ଶୁକ୍ରବାର…

ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା: ବଢିଲା ଉତ୍ତେଜନା

ନୂଆଦିଲ୍ଲୀ,୯।୯: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକୀୟ କେନ୍ଦ୍ରୀୟ କମାଣ୍ଡ (CENTCOM) ଅନୁଯାୟୀ, ଇରାନର ଇସଲାମିକ ରିଭଲ୍ୟୁସନାରୀ ଗାର୍ଡ କର୍ପସ…

ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ

କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା…

ଧୁରନ୍ଧରକୁ ପଛରେ ପକାଇଲା ଫିଲ୍ମ ‘ହନୁମାନ ଅଂଶ’

ମୁମ୍ବାଇ: ଆଧ୍ୟାତ୍ମିକ ଗୁରୁ ନୀମ କରୋଲି ବାବାଙ୍କ ଜୀବନ ଏବଂ ଶିକ୍ଷା ଉପରେ ଆଧାରିତ ଫିଲ୍ମ ‘ହନୁମାନ ଅଂଶ’ ବକ୍ସ ଅଫିସରେ ୧୫୦ କୋଟିରୁ ଅଧିକ ଟଙ୍କା…

୧୧ରେ ମୋଦି-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ,୯ା୯: ନୂଆଦିଲ୍ଲୀରେ ହେବାକୁ ଯାଉଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୧ ତାରିଖ ଶୁକ୍ରବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ…

ଭାରତ ସହ ସହଯୋଗ ବଢ଼ାଇବ ଇରାନ

ନୂଆଦିଲ୍ଲୀ,୯ା୯: ଆଞ୍ଚଳିକ ଉତ୍ତେଜନା ବୃଦ୍ଧି ଏବଂ ଆମେରିକାର କଟକଣା ନୀତିକୁ ନେଇ ଲାଗିରହିଥିବା ଅନିଶ୍ଚିତତା ସତ୍ତ୍ୱେ ଚାବହାର ବନ୍ଦରର ରଣନୀତିକ ମୂଲ୍ୟବୋଧ ଓ ଭାରତ ସହ ସମ୍ପର୍କ…

ବିଚାରପତି ବି ଅସହାୟ

ଭାରତୀୟ ଗଣତନ୍ତ୍ରରେ ବିଧାନପାଳିକା, କାର୍ଯ୍ୟପାଳିକା ଓ ନ୍ୟାୟପାଳିକା ତିନୋଟି ପ୍ରମୁଖ ସ୍ତମ୍ଭ ଭାବେ ଜଣାଶୁଣା। ତନ୍ମଧ୍ୟରୁ ନ୍ୟାୟପାଳିକା ଉପରେ ଜନସାଧାରଣ ନ୍ୟାୟ ପାଇଁ ସବୁଠାରୁ ଅଧିକ ଭରସା…

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri