ପରିତ୍ୟକ୍ତ ଘରେ ଯୁବକଙ୍କ ମୃତଦେହ: ପାଖରେ ପଡ଼ିଛି…

ବ୍ରହ୍ମପୁର,୩୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲାରେ ଲାଗି ରହିଥିବା ହତ୍ୟା ଘଟଣାରେ ରୋକ ଲାଗିପାରୁନାହିଁ। ଏପ୍ରିଲ ୧୫ରେ ଗୋପାଳପୁର ଥାନା ଅଞ୍ଚଳରୁ ପ୍ଲଟ ବ୍ୟବସାୟ ସୁଧୀର ପାତ୍ର ଅପହରଣ କରାଯାଇ ହତ୍ୟା କରାଯାଇଥିଲା। ସେହିପରି ମେ’ ୨୯ରେ ଗୋଳନ୍ଥରା ଥାନା ଅନ୍ତର୍ଗତ ଚାନ୍ଦପୁର ଗ୍ରାମରେ ଶାନ୍ତି ଦାସ ନାମକ ଜଣେ ମହିଳାଙ୍କ ଗଳା ଓ ମୁଣ୍ଡରେ ମାରଣାସ୍ତ୍ରରେ ଆକ୍ରମଣ କରି ହତ୍ୟା କରାଯାଇଥିଲା। ସେହିପରି ମେ’ ୩୦ ରାତିରେ ଗୋଶାଣିନୂଆଗାଁ ଥାନା ଅନ୍ତର୍ଗତ ଗିରିରୋଡ୍‌ ଗୀତାଭବନରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ପୋଲିସ ଜାଣିବାକୁ ପାଇଛି। ଏକ ପରିତ୍ୟକ୍ତ ଘରେ ମୃତଦେହ ପଡ଼ିଥିବା ବେଳେ ତାଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରାଯାଇ ହତ୍ୟା କରାଯାଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ତାଙ୍କର ପରିଚୟ ମିଳିପାରିନାହିଁ। ଗୋଟିଏ ପଟେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇଥିବା ବେଳେ ପୋଲିସ ଗତ ୧୦ ଦିନ ଭିତରେ ୫ ଜଣଙ୍କୁ ଏନକାଉଣ୍ଟର କରି ଘାୟଲ କରିଛି। ସେହିପରି ୧୦୦ ଜଣ ପେଷାଦାର ଅପରାଧୀଙ୍କ ତାଲିକା ପ୍ରସ୍ତୁତ କରିଛି।

ସେହିପରି ଜେଲ ଫେରନ୍ତା ଦୁର୍ଦ୍ଦାନ୍ତଙ୍କୁ ନିଜ ସ୍କାନରରେ ନେଇ ସେମାନଙ୍କ ଗତିବିଧି ଉପରେ ନଜର ରଖିଛି। ବିଗିଡ଼ି ଯାଇଥିବା ଆଇନଶୃଙ୍ଖଳାକୁ ପ୍ରତିହତ କରିବା ପାଇଁ ପୋଲିସ ମହାନିର୍ଦେଶକ ବ୍ରହ୍ମପୁରକୁ ଅଧିକ ୫ପ୍ଲାଟୁନ୍‌ ପୋଲିସ ପଠାଇଛନ୍ତି। ପୋଲିସ ଫୁଟ୍‌ ପାଟ୍ରୋଲିଂ କଡ଼ାକଡ଼ି କରୁଛି। ଏହା ସତ୍ତ୍ୱେ ଜଣେ ଯୁବକଙ୍କୁ ଶନିବାର ରାତିରେ ହତ୍ୟା ଘଟଣା ଏବେ ପୋଲିସ ପାଇଁ ପୁଣି ମୁଣ୍ଡବ୍ୟଥାର କାରଣ ପାଲଟିଛି। ହତ୍ୟା ଘଟଣାସ୍ଥଳରେ ସିସିଟିଭି ଫୁଟେଜ୍‌ ନାହିଁ। ଉକ୍ତ ଅଞ୍ଚଳରେ ଜଣଙ୍କ ଘରେ କେବଳ ସିସି କ୍ୟାମେରା ଲାଗିଛି। ହେଲେ ଦୁଇମାସ ହେଲା ତାହା ଅକାମି ହୋଇପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଧ୍ରପ୍ରଦେଶରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ମୃତ୍ୟୁ ସଂଖ୍ୟା ୪, ହାଇ ଆଲର୍ଟରେ…

ଅମରାବତୀ,୧୭।୭: ଆନ୍ଧ୍ରରେ ମାଡୁଛି କରୋନା ଭାଇରସ୍ । ରାଜ୍ୟ ସ୍ୱାସ୍ଥ୍ୟ କମିଶନର ଜି. ବୀରାପାଣ୍ଡିଆନ୍ କହିଛନ୍ତି ଯେ ଜୁନ୍ ୨୬ ରୁ ଜୁଲାଇ ୧୬ ମଧ୍ୟରେ ରାଜ୍ୟରେ…

ବଙ୍ଗୋପସାଗରରେ ବୁଡ଼ିଗଲା ଦୁଇ ଡଙ୍ଗା; ୫୦୦ ରୋହିଙ୍ଗ୍ୟା ଶରଣାର୍ଥୀଙ୍କ ମୃତ୍ୟୁ ଆଶଙ୍କା

ନୂଆଦିଲ୍ଲୀ,୧୭।୭: ମ୍ୟାନମାରରୁ ଯାଇଥିବା ୫୦୦ ରୁ ଅଧିକ ଲୋକ ସମୁଦ୍ରରେ ନିଖୋଜ ହେବାର ଆଶଙ୍କା କରାଯାଉଛି। ଖରାପ ପାଗ ଯୋଗୁ ମ୍ୟାନମାର ଉପକୂଳ ନିକଟରେ ଦୁଇଟି ଡଙ୍ଗା…

‘ମହାପ୍ରଭୁ ଜଗନ୍ନାଥ’ ଆନିମେସନ ଫିଲ୍ମ ରିଲିଜ ରୋକ ଲଗାଇଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର,୧୭।୭: ‘ମହାପ୍ରଭୁ ଜଗନ୍ନାଥ’ ଆନିମେସନ ଫିଲ୍ମ ରିଲିଜ ଉପରେ ଅଙ୍କୁଶ ଲାଗିଛି। ହାଇକୋର୍ଟଙ୍କ ଅନ୍ତରୀଣ ରାୟକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି। ରଥଯାତ୍ରା ନ ସରିବା ଯାଏ ଫିଲ୍ମ…

ବାର୍‌ହା ଆତଙ୍କ: ଘରେ ପଶି ଗୋଡ଼ାଇ ଗୋଡ଼ାଇ କଲା ଆକ୍ରମଣ, ୫ ଲହୁଲୁହାଣ

ମହାକାଳପଡ଼ା,୧୭ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବରକନ୍ଧା ପଞ୍ଚାୟତର ସାଠିଏବାଟି ଗ୍ରାମରେ ଶୁକ୍ରବାର ସକାଳୁ ଜଙ୍ଗଲୀ ବାର୍‌ହା ଆତଙ୍କ ସୃଷ୍ଟି କରିଛି। ବାର୍‌ହା ଆକ୍ରମଣରେ…

ପରସ୍ପର କଥା ହେଉନାହାନ୍ତି କି କୋହଲି-ଗମ୍ଭୀର: କୋଚ କଲେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୭।୭: ବିରାଟ କୋହଲି ଏବଂ ଟିମ ଇଣ୍ଡିଆର ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ମଧ୍ୟରେ ସମ୍ପର୍କକୁ ନେଇ ବହୁତ ସମୟ ଧରି କଳ୍ପନାଜଳ୍ପନା ଚାଲିଛି। ଗତ ବର୍ଷ…

ରେଳ ବିଭାଗର ବଡ଼ ଅପ୍‌ଡେଟ୍‌: ଜୁଲାଇ ୨୦ରେ ଏସବୁ ରୁଟ୍‌ରେ ଟ୍ରେନ୍‌ ବାତିଲ, ଯାଞ୍ଚ୍‌ କରିନିଅନ୍ତୁ ସ୍ଥିତି…

ନୂଆଦିଲ୍ଲୀ,୧୭ା୭: ପ୍ରତ୍ୟେକ ଟ୍ରେନ୍‌ ଯାତ୍ରୀ ଜାଣିଛନ୍ତି ଗୋଟିଏ ଟିକେଟ୍‌ କନ୍‌ଫର୍ମ ହେବା କେତେ କଷ୍ଟକର। କନ୍‌ଫର୍ମ ଟିକେଟଗୁଡ଼ିକ ଆର୍‌ଏସି କିମ୍ବା ଓ୍ବେଟିଂ ଲିଷ୍ଟକୁ ଟ୍ରାନ୍ସଫର କରାଯାଏ। ବହୁ…

ଜୈଶ-ଇ-ମହମ୍ମଦର ୫ ଆତଙ୍କବାଦୀ ଗିରଫ; ଦେଶବ୍ୟାପୀ ବିସ୍ଫୋରଣ ଯୋଜନା ପଣ୍ଡ

ଅହମଦାବାଦ,୧୭।୭: ଗୁଜୁରାଟ ATS ଜୈଶ-ଇ-ମହମ୍ମଦ ସହିତ ଜଡିତ ୫ ଜଣ ଆତଙ୍କବାଦୀଙ୍କୁ ଗିରଫ କରିଛି। ଜୈଶ ଆତଙ୍କବାଦୀଙ୍କ ସମ୍ପର୍କରେ ଗୁପ୍ତ ସୂଚନା ପାଇ ଗୁଜୁରାଟ ଆତଙ୍କବାଦ ନିରୋଧୀ…

ଶୋଇଥିବାବେଳେ ଘର ମାଲିକାଣୀଙ୍କୁ ବାହାର ପଟୁ ଶିକୁଳି ମାରି ୪ ଛେଳି ଧରି ଛୁ, ସକାଳୁ ଉଠି ଦେଖିଲା ବେଳକୁ…

ପାଟଣା ,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଜଗନ୍ନାଥ ବାରିକଙ୍କ ଘର ଭିତରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri