ପପଙ୍ଗା ପାହାଡ଼ରେ ଝୁଲୁଛି ଯୁବକଙ୍କ ମୃତଦେହ, ହତ୍ୟା ଅଭିଯୋଗ ଆଣିଲା…

ଭେଡେନ,୨।୯(ହୃଷିକେଶ ଖମାରୀ)- ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ପପଙ୍ଗା ପାହାଡ଼ରୁ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ଜଣଙ୍କ କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ସଲିକି ଗ୍ରାମର ପରମେଶ୍ୱର ଦିଗାଲଙ୍କ ପୁଅ ମାଧବ(୨୨) ବୋଲି ଜଣାପଡିଛି। ଭେଡେନ ଥାନା ପୋଲିସ ଏ ନେଇ ଏକ ଅପମୃତ୍ୟୁ ମାମଲା (ନଂ-୧୦/୨୫) ରୁଜୁ କରିଛି।

ଯୁବକଙ୍କ ମୃତ୍ୟୁର କାରଣ ଜଣାପଡି ନ ଥିବାବେଳେ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ହୋଇ ଥାଇପାରେ ବୋଲି ସାଧାରଣରେ ଆଲୋଚିତ ହେଉଛି। ଘଟଣାସ୍ଥଳକୁ ସାଇଣ୍ଟିଫିକ ଟିମ୍‌ ଏବଂ ମାଜିଷ୍ଟ୍ରେଟ୍‌ ଭାବରେ ଭେଡେନ ତହସିଲଦାର ଏ. କେ. ନାଏକ ପହଞ୍ଚିଥିଲେ।

ସୂଚନା ଅନୁଯାୟୀ, ପପଙ୍କା ପାହାଡ଼ର ଏକ ଗଛରେ ମୃତ ଯୁବକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ରହିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଏ ନେଇ ଖବର ପାଇବା ପରେ ପୋଲିସ ଘଟଣାସ୍ଥଳକୁ ପହଞ୍ଚି ମୃତଦେହ ଜବତ କରିଥିଲା। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ଅଧିକ ତଦନ୍ତ ଚାଲୁଛି ବୋଲି ଭେଡେନ ଥାନା ଆଇଆଇସି ସୁଶାନ୍ତ କୁମାର ଦାଶ ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ପ୍ରବଳ କୁଆପଥର ବର୍ଷା, କଳା ମିଚିମିଚି ପିଚୁ ରାସ୍ତାରେ କୁଆପଥର

ଦାରିଙ୍ଗବାଡି,୧୭।୩(ଅରୁଣ ସାହୁ ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ମଙ୍ଗଳବାର ସମ୍ପୂର୍ଣ୍ଣ କଶ୍ମୀରର ଭ୍ରମ ସୃଷ୍ଟି କରିଛି। କାଳ ବୈଶାଖୀ ପ୍ରଭାବରେ ମଙ୍ଗଳବାର ଅପରାହ୍ନରେ ପ୍ରବଳ ମାତ୍ରାରେ କୁଆପଥର…

ତାଣ୍ଡବ ରଚିଲା ଘୂର୍ଣ୍ଣି ଝଡ଼: ଆହତଙ୍କୁ ଭେଟିଲେ ଏମ୍‌ପି ଅନନ୍ତ ନାୟକ

କେନ୍ଦୁଝର,୧୭।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ମୟୂରଭଞ୍ଜ ଜିଲା କରଞ୍ଜିଆ ଅଞ୍ଚଳରେ ତାଣ୍ଡବ ରଚିଛି ଘୂର୍ଣ୍ଣି ଝଡ଼। ଏଥିରେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇ କେନ୍ଦୁଝର ଧରଣୀଧର ମେଡିକାଲ କଲେଜ…

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା…

ସୁନା ୩୬,୦୦୦ ଟଙ୍କା; ରୁପା ହେଲା ୧୮୭,୦୦୦ ଟଙ୍କା ଶସ୍ତା; ଏକ୍ସପର୍ଟ ଚକିତ, ଆଗକୁ…   

ନୂଆଦିଲ୍ଲୀ,୧୭।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ସାମ୍ନାକୁ ଆସିଛି। ସାଧାରଣତଃ ଯୁଦ୍ଧ ସମୟରେ ସୁନା…

ଶଳାଙ୍କୁ ପିଟିପିଟି ହତ୍ୟା କଲେ ଭିଣୋଇ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଭେଡେନ ,୧୭।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଚିଚିଣ୍ଡା ହାଇସ୍କୁଲ ପଡ଼ାରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ସୁଦୀପ ବାଗ(୨୮)ଙ୍କୁ ତାଙ୍କ ଭିଣୋଇ ସାଳନା…

LPG ସିଲିଣ୍ଡର ନିୟମରେ ବଡ଼ ପରିବର୍ତ୍ତନ! ସରକାରଙ୍କ ୫ଟି ନିଷ୍ପତ୍ତିର ପଡ଼ିବ ବଡ଼ ପ୍ରଭାବ…

ନୂଆଦିଲ୍ଲୀ,୧୭।୩: ଭାରତରେ ଏଲପିଜି ଗ୍ୟାସ ସିଲିଣ୍ଡର ସମ୍ପର୍କରେ ନୂଆ ନିୟମ ଲାଗୁ କରାଯାଇଛି। ସରକାର ଅନେକ ପ୍ରମୁଖ ନିଷ୍ପତ୍ତି ନେଇଛନ୍ତି, ଯେଉଁଥିରେ ମୂଲ୍ୟ ବୃଦ୍ଧି, ସିଲିଣ୍ଡର ବୁକିଂ…

ଇରାନର ଦ୍ୱିତୀୟ ଶକ୍ତିଶାଳୀ ନେତା ବି ନିହତ! ଇସ୍ରାଏଲ୍‌ କଲା ଦାବି

ତେହରାନ,୧୭।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ହତ୍ୟା ପରେ ଇସ୍ରାଏଲ ଏବେ ତେହରାନର ଦ୍ୱିତୀୟ ସବୁଠାରୁ ଶକ୍ତିଶାଳୀ ନେତା ତଥା ଇରାନର ସର୍ବୋଚ୍ଚ ଜାତୀୟ…

୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା TMC: ନନ୍ଦିଗ୍ରାମ ନୁହେଁ, ଏହି ଆସନରୁ ଲଢିବେ ମମତା ବାନାର୍ଜୀ

କୋଲକାତା,୧୭।୫: ତୃଣମୂଳ କଂଗ୍ରେସ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। କାଳିଘାଟସ୍ଥିତ ଟିଏମସି କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ସୁପ୍ରିମୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri