ଯୋବ୍ରା ବ୍ୟାରେଜ୍‌ରେ ଏକ ହାତୀର ମୃତଦେହ ଠାବ

କଟକ ଅଫିସ, ୨୬।୯: କଟକ ଯୋବ୍ରା ବ୍ୟାରେଜରେ ଏକ ହାତୀର ମୃତଦେହ ରବିବାର ଠାବ କରାଯାଇଛି। ବ୍ୟାରେଜର ଗୋଟିଏ ଗେଟ ଦେଇ ପାଣି ଯାଉଥିବା ବେଳେ ସେଠାରେ ହାତୀଟିର ଗୋଡ଼ ଦେଖାଯାଉଛି। ତେବେ ଏହି ହାତୀଟି ଶୁକ୍ରବାର ମୁଣ୍ଡଳି ବ୍ରିଜ୍‌ ନିକଟରେ ଫସି ଥିବା ହାତୀ କି ନୁହେଁ, ତାହା ସ୍ପଷ୍ଟ ହୋଇନାହିଁ। ବନ ବିଭାଗ ପକ୍ଷରୁ ଏ ନେଇ କିଛି ସ୍ପଷ୍ଟ କରାଯାଇ ନ ଥିବା ବେଳେ ଖବର ଲେଖାଯିବା ପର୍ଯ୍ୟନ୍ତ ମୃତ ହାତୀଟିକୁ ଉଦ୍ଧାର କରାଯାଇ ନଥିଲା।
ଶୁକ୍ରବାର ମୁଣ୍ଡଳି ବ୍ରିଜ୍‌ ନିକଟରେ ମହାନଦୀରେ ଏକ ଦନ୍ତା ହାତୀ ଦୀର୍ଘ ସମୟ ଧରି ଫସି ରହିଥିଲା। ଏହି ହାତୀକୁ ଉଦ୍ଧାର କରିବାକୁ ଯାଇ ଓଡ୍ରାଫ ଟିମ୍‌ର ଏକ ବୋଟ୍‌ ଓଲଟି ପଡ଼ି ଦୁଇ ଜଣଙ୍କ ମୃତ୍ୟୁ ଘଟିଥିଲା। ଓଡ୍ରାଫ୍‌ ଯବାନ ସୀତାରାମ ମୁର୍ମୁଙ୍କ ସହିତ ଓଟିଭିର ଚିଫ୍‌ ରିପୋର୍ଟର ଅରିନ୍ଦମ ଦାସଙ୍କର ମୃତ୍ୟୁ ଘଟିଥିଲା।
ବୋଟ ଦୁର୍ଘଟଣା ପରେ ଶୁକ୍ରବାର ବିଳମ୍ବିତ ରାତି ପର୍ଯ୍ୟନ୍ତ ହାତୀଟି ମୁଣ୍ଡଳି ବ୍ରିଜ୍‌ ନିକଟରେ ନଦୀ ଭିତରେ ଛିଡ଼ା ହୋଇ ରହିଥିଲା। ଲୋକେ ନିଆଁ ଲଗାଇ ତାକୁ ସେଠାରୁ ଘଉଡ଼ାଇବାକୁ ଉଦ୍ୟମ କରିଥିଲେ। ଶନିବାର ସକାଳେ ହାତୀଟି ସେଠାରେ ଆଉ ନଥିଲା। ହାତୀଟି ସୁରକ୍ଷିତ ଭାବେ ସେଠାରୁ ଚାଲି ଯାଇଥିଲା କି ନଦୀର ପ୍ରଖର ସ୍ରୋତରେ ଭାସି ଯାଇ ବୁଡ଼ି ଯାଇଥିଲା, ସେ ନେଇ ବନ ବିଭାଗ ବା ପ୍ରଶାସନ ପକ୍ଷରୁ କୌଣସି ସୂଚନା ମିଳି ନ ଥିଲା। ତେବେ ସୋସିଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଥିଲା, ଯେଉଁଥିରେ ହାତୀଟିଏ ନଦୀରେ ଭାସି ଯାଉଥିବା ଦେଖିବାକୁ ମିଳିଥିଲା। କିନ୍ତୁ ତାହା ସେହି ହାତୀର କି ନୁହେଁ ସ୍ପଷ୍ଟ ହୋଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri