ହୀରାକୁଦ ଜଳଭଣ୍ଡାରରେ ଭାସୁଛି ଅଜଣା ଯୁବକଙ୍କ ମୃତଦେହ

ଝାରସୁଗୁଡ଼ା ଅଫିସ,୩୧ା୭: ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଜମେରା ପଞ୍ଚାୟତ ପୁଡ଼ାପାଲି ଗ୍ରାମ ନିକଟ ହୀରାକୁଦ ଜଳଭଣ୍ଡାରରେ ଜଣେ ଅଜଣା ଯୁବକଙ୍କ ମୃତଦେହ ଭାସୁଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ପୁଡ଼ାପାଲି ଗ୍ରାମବାସୀଙ୍କ ଅଭିଯୋଗକୁ ଭିତ୍ତିକରି ଝାରସୁଗୁଡ଼ା ସଦର ଥାନାରେ କେସ୍‌ ନଂ.୧୮/୨୨ରେ ଏକ ଅପମୃତ୍ୟୁ ମାମଲା ରୁଜୁକରି ତଦନ୍ତ ଚଳାଇଛି। ପୋଲିସ ଜବତ କରିଥିବା ମୃତ ଯୁବକଙ୍କ ଶରୀରରେ ଏକ କଳାରଙ୍ଗର ଫୁଲ୍‌ପ୍ୟାଣ୍ଟ କରହିଛି। ମୃତଦେହ ୩ରୁ୪ଦିନ ଅନୁମାନ କରାଯାଉଥିବା ବେଳେ ଶରୀରରେ ପୋକ ହୋଇଯାଇଛନ୍ତି। ମୃତକଙ୍କ ବୟସ ୩୫ରୁ ୪୦ବର୍ଷ ହେବ ବୋଲି ପୋଲିସ ଅନୁମାନ କରୁଛି। ଅଦ୍ୟାବଧି ତାଙ୍କ ପରିଚୟ ମିଳିପାରିନାହିଁ।

ସୂଚନାଯୋଗ୍ୟ, ଗତ ୨ଦିନ ହେଲାଣି ହୀରାକୁଦ ଜଳଭଣ୍ଡାରରେ ଏକ ମୃତଦେହ ଭାସୁଥିବା ନେଇ ନିକଟସ୍ଥ ଗାଁ ଲୋକେ ଦେଖିବାକୁ ପାଇଥିଲେ। ଏ ସମ୍ପର୍କରେ ଗ୍ରାମବାସୀ ରବିବାର ସକାଳେ ପୋଲିସକୁ ଜଣାଇଥିଲେ। ଖବରପାଇ ପୋଲିସ ଅଗ୍ନିଶମ ବିଭାଗ ଓ ସାଇଣ୍ଟିଫିକ୍‌ ଟିମ୍‌ ଧରି ଘଟଣାସ୍ଥଳରେ ପହଞ୍ଚତ୍ଥିଲା। ଅଗ୍ନିଶମ ବିଭାଗ କର୍ମଚାରୀମାନେ ଜଳଭଣ୍ଡାରରୁ ମୃତଦେହ ଉଦ୍ଧାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ…

ଘରେ ତାଲା ଭାଙ୍ଗି ଗହଣା ଲୁଟ୍‌

ଡେରାବିଶ, ୨୬।୯ (ବାର୍ତ୍ତାଦାତା ଅଜୟ ଦାସ): ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଛୋଟୀ ପଞ୍ଚାୟତର ଛୋଟୀ ଗ୍ରାମରେ ଗୃହକର୍ତ୍ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଶୁକ୍ରବାର ବିଳମ୍ବିତ…

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ବୈଠକ: CEC ଓ ଦୁଇ କମିଶନରଙ୍କ ଉପସ୍ଥିତିରେ ନେଲେ ବଡ଼ ନିଷ୍ପତ୍ତି!

ନୂଆଦିଲ୍‌ଲୀ,୨୬।୯: ଦେଶର ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଲାଗିରହିଥିବା ବିବାଦ ମଧ୍ୟରେ ନିର୍ୱାଚନ ଆୟୋଗ ଶନିବାର (୨୬ ସେପ୍ଟେମ୍ୱର, ୨୦୨୬) ଏକ ଗୁରୁତ୍ୱପୂର୍ଣ୍ଣ…

ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ.…

ମୁଖ୍ୟମନ୍ତ୍ରୀ ମୋହନଙ୍କୁ ହତ୍ୟା ଧମକ

ଇନ୍ଦୋର,୨୬।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ସେତେବେଳେ ଆତଙ୍କ ଖେଳିଗଲା ଯେତେବେଳେ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କୁ ହତ୍ୟା କରିବାର ଧମକ ମିଳିଲା। ଏହି ଘଟଣା ପୋଲିସ ଏବଂ ରାଜନୈତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?