Posted inଜାତୀୟ

ହିସାର ପହଞ୍ଚିଲା ସୋନାଲିଙ୍କ ପାର୍ଥିବ ଶରୀର, ଋଷି ନଗରରେ ହେବ ଅନ୍ତିମ ସଂସ୍କାର

ହିସାର,୨୬ ।୮: ଟିକ୍ ଟକ୍ ଷ୍ଟାର ତଥା ଭାରତୀୟ ଜନତା ପାର୍ଟି(ଭାଜପା) ନେତ୍ରୀ ସୋନାଲି ଫୋଗାଟଙ୍କ ଅନ୍ତିମ ସଂସ୍କାର ଶୁକ୍ରବାର ସକାଳ ୧୧ଟାରେ ଋଷି ନଗରରେ କରାଯିବ । ପାର୍ଥିବ ଶରୀରକୁ ଢଂଢୁର ସ୍ଥିତ ଫାର୍ମ ହାଉସରେ ଶେଷ ଦର୍ଶନ ପାଇଁ ରଖାଯିବ । ସେହି ଫାର୍ମ ହାଉସରେ ହିଁ ପରିବାର ପକ୍ଷରୁ ସମସ୍ତ କର୍ମ କରାଯିବ । ସୂଚନଯୋଗ୍ୟ, ସେନାଲିଙ୍କ ମର ଶରୀରକୁ ପୋଷ୍ଟ ମର୍ଟମ ପରେ ସନ୍ଧ୍ୟା ପ୍ରାୟ ୭ଟା ବେଳେ ବିମାନ ଯୋଗେ ଦିଲ୍ଲୀ ଅଣାଯାଇଥିଲା । ରାତି ପ୍ରାୟ ୧୧ଟାରେ ସୋନାଲିଙ୍କ ମର ଶରୀର ଦିଲ୍ଲୀ ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ଆମ୍ବୁଲାନ୍ସ ଯୋଗେ ହିସାର ନିଆଯାଇଛି ।
ସୂଚନାଯୋଗ୍ୟ, ଗତ ମଙ୍ଗଳବାର ସୋନାଲିଙ୍କ ମୃତ୍ୟୁ ପ୍ରଥମେ ହୃଦଘାତ ଯୋଗୁ ହୋଇଥିବା କୁହାଯାଉଥିବା ବେଳେ ଏବେ ପୋଷ୍ଟ ମର୍ଟମ ରିପୋର୍ଟ ଆସିବା ପରେ ଏହା ଏକ ହତ୍ୟାକାଣ୍ଡ ବୋଲି କୁହାଯାଉଛି । ପୋଲିସ ଏହାର ଯାଞ୍ଚ କରି ୨ ଜଣଙ୍କୁ ଗିରଫ ବି କରି ସାରିଲାଣି । ତେବେ ପରିବାରର ଦାବି ଅନୁଯାୟୀ ମାମଲାର ଯାଞ୍ଚ କରାଯିବ ବୋଲି ରାଜନେତାମାନେ ମତ ରଖିଛନ୍ତି । ଏପଟେ ସୋନାଲିଙ୍କ ପରିବାର ପକ୍ଷରୁ ମାମଲାର ସିବିଆଇ ଯାଞ୍ଚ ଦାବି କରାଯାଇଛି । ତେବେ ଏହାର କି ଯାଞ୍ଚ କରାଯିବ ତାହା ଗୋଆ ସରକାର ସ୍ଥିର କରିବେ । କାରଣ ସୋନାଲିଙ୍କ ମୃତ୍ୟୁ ଗୋଆରେ ହୋଇଥିବାରୁ ଏହା ଗୋଆ ସରକାର ସ୍ଥିର କରିବେ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri