ବେଳାଭୂମିରେ ପଡ଼ିଛି ଅଲିଭ୍‌ ରିଡ୍‌ଲେଙ୍କ ମୃତଦେହ

ଗଞ୍ଜାମ,୨୧ା୫(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ବଟେଶ୍ୱର ଶୈବପୀଠ ନିକଟସ୍ଥ ସମୁଦ୍ର ବେଳାଭୂମିରେ ଦୁଇଦିନ ତଳେ ଗୋଟିଏ ଅଲିଭ୍‌ ରିଡ୍‌ଲେ କଇଁଛର ମୃତଦେହ ପଡ଼ିଥିବା ବେଳେ ଗୁରୁବାର ଆଉ ଦୁଇଟି କଇଁଛଙ୍କ ମୃତଦେହ ବେଳାଭୂମିରେ ପଡ଼ିଥିବା ଦେଖିବାକୁ ମିଳିଛି। ଏହାକୁ ନେଇ ପରିବେଶବିତ୍‌ଙ୍କ ମଧ୍ୟରେ ଉଦ୍‌ବେଗ ପ୍ରକାଶ ପାଇଛି। ଅନ୍ୟପଟେ ଅଣ୍ଡାଦାନ ପାଇଁ ଆସି ତତଲା ବାଲିରେ ଫସି କଇଁଛଙ୍କ ମୃତ୍ୟୁ ହେଉଥିବା ଅନୁମାନ କରାଯାଉଛି।

ସୂଚନାଯୋଗ୍ୟ, ଚଳିତବର୍ଷ ଋଷିକୂଲ୍ୟା ମୁହାଣ ସମୁଦ୍ର ବେଳାଭୂମିରେ ଅଲିଭ୍‌ ରିଡ୍‌ଲେଙ୍କ ଗଣ ଅଣ୍ଡାଦାନ ହୋଇ ନ ଥିଲା। ହେଲେ ଗଣ ଅଣ୍ଡାଦାନର ସମୟ ଅବଧି ସରି ଯାଇଥିବା ଫଳରେ ବନ ବିଭାଗ ପକ୍ଷରୁ ପାଟ୍ରୋଲିଂ ବନ୍ଦ କରିଦିଆଯାଇଛି। ପୂର୍ବରୁ ସମୁଦ୍ର ମଧ୍ୟରେ ବନ ବିଭାଗ ପକ୍ଷରୁ କଟକଣା ଜାରି କରାଯାଇଥିଲା। ଏଥିସହିତ ବନ ବିଭାଗ ପକ୍ଷରୁ ସମୁଦ୍ର ମଧ୍ୟରେ ପାଟ୍ରୋଲିଂ ବ୍ୟବସ୍ଥା କରାଯାଉଥିଲା। ବର୍ତ୍ତମାନ ସେ ସବୁ ବନ୍ଦ ହୋଇଯାଇଥିବାରୁ ମାଛ ମାରିବା ପାଇଁ ଆନ୍ଧ୍ରପ୍ରଦେଶର ଟ୍ରଲର ଅନାୟସରେ ଓଡ଼ିଶା ସୀମାରେ ପଶି ମାଛ ମାରୁଛନ୍ତି। ସେମାନଙ୍କୁ ରୋକ୍‌ ଲଗାଇବା ପାଇଁ ମେରାଇନ ବିଭାଗ ପକ୍ଷରୁ କୌଣସି ପଦକ୍ଷପ ନିଆଯାଉ ନାହିଁ। ଫଳରେ ଏପରି ପରିସ୍ଥିତି ସୃଷ୍ଟି ହେଉଥିବା ସ୍ଥାନୀୟ ଅଞ୍ଚଳବାସୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

ଚଳଚଞ୍ଚଳ କ୍ୟାମ୍ପସ  ସରିଲା ନାମାଙ୍କନ, ବୈଧ ପ୍ରାର୍ଥୀ ତାଲିକାକୁ ଅପେକ୍ଷା

ଖୋର୍ଦ୍ଧା,୯।୧୦(ପ୍ରଭାତ ପାଣିଗ୍ରାହୀ): ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଉଠିଛି। ଦୀର୍ଘ ୮ ବର୍ଷ ପରେ କ୍ୟାମ୍ପସ୍‌ରେ ଛାତ୍ର ସଂସଦନିବାଚନ ହେଉଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ…

ଛାତ୍ର ନିର୍ବାଚନରେ ବଢୁଛି ଉତ୍ସାହ: ଅତାବିରା କଲେଜରେ ୨୪ଜଣଙ୍କ ନାମାଙ୍କନ ଦାଖଲ

ଅତାବିରା,୯।୧୦(ଯୁଧିଷ୍ଠିର ମହାପାତ୍ର): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେଉଥିବା ବେଳେ ଅତାବିରା କଲେଜରେ ନିର୍ବାଚନୀ ଉତ୍ସାହ ଦେଖିବାକୁ ମିଳିଛି। କଲେଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?